ଦୈନିକ ରାଶିଫଳ: 22 ନଭେମ୍ବର ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ସମସ୍ତ ରୋଗରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ନଭେମ୍ବର ମାସ ୨୨ତାରିଖ, ରବିବାର, ବିଛା ମାସ ୭ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ଅଷ୍ଟମୀତିଥି, ଧନିଷ୍ଠାନକ୍ଷତ୍ର, ଦିବା ୧୧ଟା ୧୦ମିନିଟ୍ ଗତେ ଶତଭିଷା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। ନଡିଆ ନ ଖାଇଲେ ଭଲ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୬ଟା ୪୮ମିନିଟ୍ ରୁ ୮ଟା ୫୭ମିନିଟ୍, ଦିବା ୧୨ଟା ୫୬ମିନିଟ୍ ରୁ ୨ଟା ୪୯ମିନିଟ୍, ଦିବା ୩ଟା ୩୫ମିନିଟ୍ ରୁ ୩ଟା ୩୮ମିନିଟ୍, ରାତ୍ର ୭ଟା ୩୯ମିନିଟ୍ ରୁ ୯ଟା ୨୧ମିନିଟ୍।

ମେଷ:-

ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ। ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ। ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅତ୍ୟନ୍ତ ଅନୁକୂଳ ହୋଇଥିବାରୁ ପ୍ରତିଯୋଗୀତା ପରୀକ୍ଷା ଆପଣଙ୍କ ସପକ୍ଷରେ ଯିବ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ପୁରାତନ ଶତୃମାନେ ମୁଣ୍ଡଟେକି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରିପାରିବେ। ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ। ବଂଧୁଙ୍କ ସହ ଯୋଗରେ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହେବ। ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ। କୌଣସି ଧର୍ମସ୍ଥଳ, ମନ୍ଦିର, ମଠକୁ ଯିବା ପାଇଁ ପୋଗ୍ରାମ୍ କରିବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ। ପରିବହନ ବ୍ୟବସାୟ କ୍ଷେତ୍ରରୁ ଲାଭବାନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖା ଦେବ। ରାଜନୈତିକ କ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେଇ ପାରନ୍ତି। କୌଣସି ସାର୍ବଜନିକ କାର୍ଯ୍ୟପାଇଁ ଧାଁ ଦୌଡ ଅଧିକ କରିବା ଫଳରେ ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

କର୍କଟ:-

ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ବୈଷୟିକ କ୍ଷେତ୍ରରେ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରେମିକ ପ୍ରେମିକାମାନଙ୍କର ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ପାଇବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଲେଖନ, କଳା ଓ ସମ୍ପାଦନ ଆଦିରେ ଜଡିତ ବ୍ୟକ୍ତିଙ୍କର ଉନ୍ନତି ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବା ଫଳରେ ଶୁଭ ସମାଚାର ପ୍ରାପ୍ତି ହେବ। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବା ଯୋଗେ ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ। କୌଣସି ମାଙ୍ଗଳିକ ଉତ୍ସବରେ ଯୋଗଦାନ କରିବେ। ପ୍ରତିଯୋଗୀତା, ପରୀକ୍ଷା ଓ ପ୍ରତିସ୍ପର୍ଦ୍ଧାରେ ସଫଳତା ମିଳିବ। ବ୍ୟବସାୟରେ ନୂଆ ପରିବର୍ତ୍ତନ ହେବାର ସମ୍ଭାବନା ଅଛି। ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ଶତୃମାନେ ପରାଜିତ ହେବେ। କଳା,ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:-

ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷା କରି ସମସ୍ୟାକୁ ସମାଧାନ କରିବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ ଶତୃମାନେ ପରାଜିତ ହେବା ଫଳରେ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପ୍ରେମିକ ପ୍ରେମିକା ମାନେ ଶୁଭ ସୂଚନା ପାଇବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ବିଚ୍ଛା:-

ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। କେତେକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ମଉଜ ମସ୍ତିରେ ସମୟ କଟିପାରେ। ଧର୍ମକର୍ମରେ ରୁଚି ବଢିବା ଫଳରେ କୌଣସି ଆୟୋଜନ ମଧ୍ୟ କରେଇବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ଧନୁ:-

ଶାରୀରିକ ଅସୁସ୍ଥତା ଦୂର ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ସଫଳତା ପ୍ରାପ୍ତ ହେବା ଫଳରେ ସମସ୍ତ ଚିନ୍ତା ଦୂର ହେବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିପାରେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ।ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସବୁଥିରେ ସଫଳତା ମିଳିବା ଫଳରେ ଦିନଟି ହସ ଖୁସିରେ ବିତିବ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ଶତୃମାନେ ଦୂରେଇ ଯିବେ ଓ ମେହନତର ପରିଣାମ ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

କୁମ୍ଭ:-

ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ପରିବାରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ସମସ୍ୟାର ସମାଧାନ କରିବେ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯାଇ ପାରେ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-

ବ୍ୟବସାୟିକ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ। ଆକସ୍ମିକ ଧନହାନୀ ହେତୁ ମନରେ ଦୁଃଖ ପ୍ରକାଶ ହେବ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ବନ୍ଧୁବିରୋଧ, ପ୍ରତିବେଶୀଙ୍କ ସହ କଳହ ସୃଷ୍ଟି ହୋଇ ମାନହାନୀର ସମ୍ଭାବନା ଅଧିକ। ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!