ଦୈନିକ ରାଶିଫଳ: 22 ନଭେମ୍ବର 2022, ମା’ମଙ୍ଗଳାଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ନଭେମ୍ବର ମାସ ୨୨ତାରିଖ, ମଙ୍ଗଳବାର, ବିଛାମାସ ୭ଦିନ, ମାର୍ଗଶିରମାସ, କୃଷ୍ଣପକ୍ଷ, ତ୍ରୟୋଦଶୀତିଥି ସକାଳ ୮ଟା ୪୯ମିନିଟ୍ ପରେ ଚତୁର୍ଦ୍ଦଶୀତିଥି, ସ୍ଵାତୀନକ୍ଷତ୍ର, ତୁଳାରାଶିରେ ଚନ୍ଦ୍ର। ସୌଭାଗ୍ୟ ଯୋଗ। ବାଣିଜ୍ୟ କରଣ ସକାଳ ୮ଟା ୪୯ମିନିଟ୍ ପରେ ବିଷ୍ଟି କରଣ। ମକର ରାଶିର ଘାତବାର। ବାଇଗଣ ନ ଖାଇଲେ ଭଲ ସକାଳ ୮ଟା ୪୯ମିନିଟ୍ ପରେ ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ। ଯୋଗିନୀ- ଦକ୍ଷିଣେ ସକାଳ ୮ଟା ୪୯ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୭ଟା ୨୫ମିନିଟ୍ ରୁ ୮ଟା ୪୭ମିନିଟ୍, ଦିବା ୧୨ଟା ୫୫ମିନିଟ୍ ରୁ ୨ଟା ୧୭ମିନିଟ୍, ସନ୍ଧ୍ୟା ୬ଟା ୪୦ମିନିଟ୍ ରୁ ରାତ୍ରି ୮ଟା ୧୭ମିନିଟ୍। ଶୁଭସମୟ- ପ୍ରାତଃ ୬ଟା ୩ମିନିଟ୍ ରୁ ୬ଟା ୪୫ମିନିଟ୍, ସକାଳ ୮ଟା ୪୮ମିନିଟ୍ ରୁ ୧୧ଟା ୯ମିନିଟ୍, ସନ୍ଧ୍ୟା ୫ଟା ୩ମିନିଟ୍ ରୁ ୬ଟା ୩୯ମିନିଟ୍, ରାତ୍ର ୮ଟା ୧୮ମିନିଟ୍ ରୁ ୮ଟା ୨୯ମିନିଟ୍, ରାତ୍ର ୯ଟା ୨୩ମିନିଟ୍ ରୁ ୧୧ଟା ୫୭ମିନିଟ୍, ରାତ୍ର ୧ଟା ୪୪ମିନିଟ୍ ରୁ ୩ଟା ୨୬ମିନିଟ୍, ରାତ୍ର ୪ଟା ୨୦ମିନିଟ୍ ରୁ ୬ଟା ୨ମିନିଟ୍। ପର୍ବଦିନ- ଦେବଦୀପାବଳୀ ଆରମ୍ଭ, ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସ୍ଵାସ୍ଥ୍ୟରେ ଉନ୍ନତି ହେବ। ପ୍ରଚୁର ଅର୍ଥ ଲାଭ ହେବା ଫଳରେ ପରିସ୍ଥିତି ବଦଳିଯିବ। ପଦୋନ୍ନତି, ସ୍ଥାନପରିବର୍ତ୍ତନ, ଧର୍ମକାର୍ଯ୍ୟରେ ମତି ରହିବା ସହ ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଯୋଗେ ସାମ୍ବାଦିକତାରୁ ଲାଭ ପାଇବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ପାରିବାରିକ ଜୀବନ ଆନନ୍ଦରେ କଟିବ। ରାଜନୀତି ମାମଲାରେ ସଫଳତା ମିଳିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ବୃଷ:-ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ପ୍ରେମ କ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ। ସ୍ଥଗିତଥିବା କର୍ମଟି ପୂରଣ ହେବ। ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଶାନ୍ତି ଦେଖା ଦେବ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ଧର୍ମକର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ବ୍ୟବସାୟିକ ସଫଳତା ମିଳିବ ଓ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଆର୍ଥିକସ୍ଥିତି ସୁଧୁରିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପରିବାରରେ କ୍ରୋଧ ନିୟନ୍ତ୍ରଣ ନରଖିଲେ କ୍ଷତି ସହିବେ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣଯୋଗେ ବ୍ୟଥିତ ହେବେ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଖର୍ଚ୍ଚାନ୍ତ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ସ୍ୱାସ୍ଥ୍ୟରେ ସୁଧାର ଆସିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ନୂଆ ଲକ୍ଷକୁ ନିର୍ଦ୍ଦାରିତ କରି ପାରିବେ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ଅଧ୍ୟୟନ-ଅଧ୍ୟାପନା କାର୍ଯ୍ୟରେ ବ୍ୟସ୍ତ ରହିବେ। ବ୍ୟବସାୟ ମଧ୍ୟମ ଧରଣର ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ସିଂହ:-ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭହେବାସହ ଆକସ୍ମିକ ଧନ ପ୍ରାପ୍ତି ହେବ। ନୂତନ ବନ୍ଧୁ ଭେଟ ହେବେ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। କାମ କାର୍ଯ୍ୟରେ କୌଣସି ନୂତନ ପଦ୍ଧତି ଗ୍ରହଣ କରି ପାରନ୍ତି। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅନୁକୂଳ ଥିବାରୁ ପ୍ରତିଯୋଗୀତା ପରୀକ୍ଷାର ନିର୍ଣ୍ଣୟ ଆପଣଙ୍କ ସପକ୍ଷରେ ଯିବ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ। ମାନସିକ ଦୁଶ୍ଚିନ୍ତା ଦୂର ହେବ। ପ୍ରତିକାର- କମଳାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ। ନୂତନ ବସ୍ତୁ କ୍ରୟ କରିବେ। ପରିବାରରେ ଶାନ୍ତି ଆସିବ। ଧନ ଲାଭ ହେବ। ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ଧର୍ମ କର୍ମରେ ରୁଚି ରହିବ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ଅଧ୍ୟୟନ, ଅନୁସନ୍ଧାନ, ଶୋଧ, ଲେଖନ ଆଦି କାର୍ଯ୍ୟରେ ପ୍ରଶଂସିତ ହେବେ। ନୈତିକତା ହିସାବରୁ ଆପଣ ଉଚ୍ଚପଦରେ ରହିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-ଶତୃ ଓ ବିରୋଧୀମାନେ ଦୂରେଇ ଯିବେ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ। କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ। ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ପିକ୍ଚର, ପାର୍ଟି ବା କୌଣସି ସମାରୋହ ଆଦିରେ ଭାଗ ନେଇ ପାରନ୍ତି। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ନୂତନ କର୍ମ ନିଯୁକ୍ତି ପାଇଁ କରିଥିବା ପ୍ରୟାସରେ ସଫଳତା ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ଧନୁ:-ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। ପାରିବାରିକ ଜୀବନରେ ସୁଧାର ହେବ। କୋର୍ଟ-କଚେରୀ ମାମଲା ସମାଧାନ ହୋଇ ଯିବ। ବ୍ୟବସାୟରେ ପରିଶ୍ରମ ଫଳରେ ଉନ୍ନତି ହେବ। ପ୍ରତିକାର- ହଳଦୀରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ଶୁଭ କାମ କରି ପ୍ରଶଂସିତ ହେବେ। ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରିବା ପାଇଁ ମନ ବଳାଇ ପାରନ୍ତି। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ବହୁତ ପରିଶ୍ରମ କଲେ ସାମାନ୍ୟ ଅର୍ଥ ଲାଭ ହେବ। କର୍ମକ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଦୂରସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ନିର୍ମାଣାଧୀନ କାମ ଅଟକି ଯାଇପାରେ ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଶାନ୍ତି ଦେଖା ଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। କୌଣସିଠାରୁ ପ୍ରିୟ ଓ ଶୁଭ ସମାଚାର ପ୍ରାପ୍ତ ହେବ। କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ। ଲୋକଙ୍କୁ ନିଜର କରି ପାରିବେ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। ଲୋକମାନଙ୍କ ସହିତ ମିଳିମିଶି କାମ କରି ପାରିବେ। ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ କିନ୍ତୁ ଶତ୍ରୁବାଧା ଦେଖାଦେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଶିକ୍ଷା କ୍ଷେତ୍ରରେ ମନଯୋଗ ଦେବେ। ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ। କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ଘରଲୋକଙ୍କୁ ବିଶ୍ଵାସକରି ପରଲୋକଙ୍କୁ ଅବିଶ୍ଵାସ କଲେ ହଇରାଣରେ ପଡି ପାରନ୍ତି। ପ୍ରବାସ ଯାତ୍ରାରେ କଷ୍ଟ ସହିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!