ଦୈନିକ ରାଶିଫଳ: 22 ଅକ୍ଟୋବର 2022, ଶନିଦେବଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅକ୍ଟୋବର ମାସ ୨୨ତାରିଖ, ଶନିବାର, ତୁଳାମାସ ୬ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ଦ୍ଵାଦଶୀତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର ଦିବା ୧ଟା ୪୯ମିନିଟ୍ ପରେ ଉତ୍ତରାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ବ୍ରହ୍ମ ଯୋଗ । କୌଳବ କରଣ ପ୍ରାତଃ ୫ଟା ୪୭ମିନିଟ୍ ପରେ ତୈତିଳ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ ସନ୍ଧ୍ୟା ୬ଟା ୨ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ସନ୍ଧ୍ୟା ୬ଟା ୨ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଦ୍ଵାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୫ଟା ୪୭ମିନିଟ୍ ରୁ ୭ଟା ୧୩ମିନିଟ୍, ଦିବା ୧୨ଟା ୫୭ମିନିଟ୍ ରୁ ୨ଟା ୨୨ମିନିଟ୍, ଦିବା ୩ଟା ୪୮ମିନିଟ୍ ରୁ ସନ୍ଧ୍ୟା ୬ଟା ୪୮ମିନିଟ୍, ରାତ୍ର ୪ଟା ୧୩ମିନିଟ୍ ରୁ ୫ଟା ୪୭ମିନିଟ୍ । ଶୁଭସମୟ- ସକାଳ ୭ଟା ୧୯ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୧୧ଟା ୫୩ମିନିଟ୍ ରୁ ୧୨ଟା ୫୬ମିନିଟ୍, ଦିବା ୨ଟା ୨୩ମିନିଟ୍ ରୁ ୨ଟା ୫୬ମିନିଟ୍, ଦିବା ୩ଟା ୪୪ମିନିଟ୍ ରୁ ୩ଟା ୪୭ମିନିଟ୍, ରାତ୍ର ୨ଟା ୨୭ମିନିଟ୍ ରୁ ୩ଟା ୧୬ମିନିଟ୍ । ପର୍ବଦିନ- ଗୋବତ୍ସା ଦ୍ଵାଦଶୀ ।

ମେଷ:-ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ । ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍‌ । ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହୋଇପାରେ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ରାଜନୀତିରେ ସଫଳତା ମିଳିବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଓ ଦୌଡ-ଧୂପରେ ଶାନ୍ତି ଅନୁଭବ କରିବେ । ପାଠ ପଢ଼ାରେ ମନଯୋଗ ଦେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ନାନା ବାଟରେ ଧନାଗମ ଘଟିବ ଓ ନୂତନକର୍ମ ଆରମ୍ଭ କଲେ ସଫଳ ହେବେ । କର୍ମକ୍ଷେତ୍ରର ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ । ପରିଶ୍ରମ କରି ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ପାରିବେ । ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ । ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ । ଜାଗାଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ଅଧିକାରୀ କାମରେ ପ୍ରସନ୍ନ ରହିବେ । ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ । ପରାକ୍ରମ ବଢିବ । ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ । ପିଲାମାନଙ୍କ କାର୍ଯ୍ୟରେ ବ୍ୟଥିତ ହୋଇ ପାରନ୍ତି । ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ପରିଶ୍ରମ କଲେ ଧନ ପ୍ରାପ୍ତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାଲିମୋକଦ୍ଦମାରେ ଜିତିବେ । ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି । ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ ଓ ସ୍ଥାନାନ୍ତରର ଭୟ ମଧ୍ୟ ରହିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବାକୁ ଅନୁପ୍ରାଣିତ ହେବେ । ଆୟ ମଧ୍ୟ ଉତ୍ତମ ରହିବ । କର୍ମକ୍ଷେତ୍ରରେ ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପ୍ରେମ ପ୍ରସଙ୍ଗ ଓ ଗୁପ୍ତ ସମ୍ପର୍କକୁ ବନ୍ଧୁମାନେ ବାହାରକୁ ପ୍ରକାଶ କରି ପାରନ୍ତି । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଶତୃପକ୍ଷ ଦୁର୍ବଳ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରିବେ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ଓ ପରୀକ୍ଷା, ପ୍ରତିଯୋଗିତାରେ ସଫଳ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବା ସହ ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ଓ ପଦୋନ୍ନତିର ସୂଚନା ପାଇ ପାରନ୍ତି । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ ଓ ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ବ୍ୟାପାର କାରବାରରେ ସୁଧାର ଆସି ଟଙ୍କାର ଆବଶ୍ୟକତା ପୂରଣ ହେବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ । ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଗୃହପୋକରଣ ନୂତନ ଦ୍ରବ୍ୟ କ୍ରୟ କରିବା ପାଇଁ ମନ ବଳେଇ ପାରନ୍ତି । ସ୍ୱାସ୍ଥ୍ୟ ହାନୀ ହେବା ସହ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରି ପାରନ୍ତି । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଶୁଭ ସମାଚାର ମିଳିବ । ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ଅର୍ଥଲାଭର ମାର୍ଗ ଖୋଲିଯିବ । ପଦୋନ୍ନତିର ସଙ୍କେତ ପାଇବେ । କର୍ମକ୍ଷେତ୍ରରେ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସାଫଲ୍ୟପ୍ରାପ୍ତି ହେବ । ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ । ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଏବଂ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନଙ୍କର ଆକସ୍ମିକ ଧନ ପ୍ରାପ୍ତି ହୋଇପାରେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-ବ୍ୟବସାୟ କ୍ଷେତ୍ରରେ ବନ୍ଧୁ, ମିତ୍ର, ସହକର୍ମୀ ଓ ଭାଗୀଦାରୀଙ୍କ ପାଇଁ ପ୍ରଚୁର ଲାଭ ପାଇବେ । କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ । ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ । ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ପୁରୁଣା ସମ୍ପର୍କରୁ ଲାଭବାନ ହେବେ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ଅର୍ଥର ସମ୍ୟକ ବୃଦ୍ଧି ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!