ଦୈନିକ ରାଶିଫଳ: ୨୨ ଅକ୍ଟୋବର ୨୦୧୮। ମହାଦେବଙ୍କ କୃପାରୁ ଏହି ୪ଟି ରାଶିର ହେବ କଲ୍ୟାଣ।

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୨ ଅକ୍ଟୋବର ୨୦୧୮। ମହାଦେବଙ୍କ କୃପାରୁ ଏହି ୪ଟି ରାଶିର ହେବ କଲ୍ୟାଣ।

ମେଷ:-

ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। କର୍ମଚାରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ। ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ। ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖାଦେଇ ପାରେ। ପ୍ରତିକାର- ଶଣ୍ଢକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଆକସ୍ମିକ ଧନ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ। ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ନୂତନ ବ୍ୟବସାୟର ସୁଯୋଗ ପାଇବେ। ମହିଳାମାନେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ।  ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ।  ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ।  ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ବ୍ୟବସାୟିକ ଗତିବିଧି ଭଲ ରୂପରେ ଚଳିବ। ବନ୍ଧୁବାନ୍ଧବଙ୍କ ଆଗମନରେ ଅତ୍ୟଧିକ ଖର୍ଚ୍ଚ ହେବ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

<<Vastu>>> | <<< Jataka Bichara >>> 

କର୍କଟ:-

ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଆକସ୍ମିକ ଧନ ପ୍ରାପ୍ତି ହେବ। ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁର ଆସିବ। ମାଲିମୋକଦ୍ଦମାରେ ଖେଳ ନୃତ୍ୟ ଗୀତ ପ୍ରତିଯୋଗିତାରେ ସଫଳ ହେବେ। ବ୍ୟବସାୟରେ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ। ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିକାର- ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ସିଂହ:-

ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ମନ ଓ ଶରୀର ଭଲ ରହିବ। ବିଦ୍ୟାରେ ଉନ୍ନତି ହେବ। ଯାତ୍ରା ଫଳରେ ସ୍ୱାସ୍ଥ୍ୟ ପ୍ରଭାବିତ ହେବ ଏବଂ ଦୁର୍ବଳ ଅନୁଭବ କରିବେ। କୋର୍ଟ, କଚେରୀ ମାଲି ମକଦ୍ଦମା, ବାଦ ବିବାଦ ଆଗକୁ ବଢ଼ିବ। ପରିଜନ ଓ କୁଟୁମ୍ବୀଜନ ପରିବାରରେ ଶାନ୍ତି ଭଙ୍ଗ କରିବାକୁ ପ୍ରୟାସ କରିବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ଖାଦ୍ୟପେୟ ଓ ଔଷଧ ସେବନ ପ୍ରତି ଧ୍ୟାନ ନ ରଖିଲେ, ବିଶେଷ କ୍ଷତି ହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରି କିଛି ଦାନ ଦିଅନ୍ତୁ।

କନ୍ୟା:-

ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ। ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂଖ୍ୟାପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-

ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। ଚିନ୍ତା ଭାବନା ଦୂର ହୋଇଯିବ। ନୂତନ ସମ୍ବନ୍ଧ, ମାଙ୍ଗଳିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ।  ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ।    ଟଙ୍କାର ଆବଶ୍ୟକତା ପୂରଣ ହେବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ବିଛା:-

ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ।  ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ। ଭାଗୀଦାରୀ ବ୍ୟବସାୟ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ।

ଧନୁ:-

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ଦେଖା ଦେବ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ। ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ। ବିଦ୍ୟାରେ ଉନ୍ନତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ପ୍ରତିକାର-ରୁଟି ଗାଈକୁ ଖାଇବାକୁ ଦେବେ।

ମକର:-

ପ୍ରତିଦ୍ଵନ୍ଦିତା ପରୀକ୍ଷାରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ ଓ ବିଜୟୀ ହେବେ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବ୍ୟବସାୟରେ ମନମୁତାବକ ଲାଭପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ। ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। ଚିନ୍ତା ଭାବନା ଦୂର ହୋଇଯିବ। ନୂତନ ସମ୍ବନ୍ଧ, ସାମାଜିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ। ପ୍ରତିକାର- ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କୁମ୍ଭ:-

ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। କର୍ମ କ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ। ପାରିବାରିକ କ୍ଷେତ୍ରରେ ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ସାମୟିକ ଶାରୀରିକ ପୀଡା ଭୋଗ କରିବେ। ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇ ପ୍ରଶଂସିତ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମୀନ:-

କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ରାଜନୀତିରେ ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!