ଦୈନିକ ରାଶିଫଳ: 22 ଅକ୍ଟୋବର ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୨୨ ତାରିଖ, ଗୁରୁବାର, ତୁଳା ମାସ ୬ ଦିନ, ଶୁଦ୍ଧ ଆଶ୍ଵିନମାସ, ଶୁକ୍ଳପକ୍ଷ, ଷଷ୍ଠୀତିଥି, ସକାଳ ୭ଟା ୪୦ମିନିଟ୍ ଗତେ ସପ୍ତମୀ ତିଥି, ପୂର୍ବାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ତୁଳା, କୁମ୍ଭ ରାଶିର ଘାତ ଚନ୍ଦ୍ର। ପିତା ଦ୍ରବ୍ୟ ନ ଖାଇଲେ ଭଲ, ସକାଳ ୭ଟା ୪୦ମିନିଟ୍ ପରେ ତାଳ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୪୮ମିନିଟ୍ ରୁ ୭ଟା ୧୮ମିନିଟ୍, ସନ୍ଧ୍ୟା ୬ଟା ୫ମିନିଟ୍ ରୁ ରାତ୍ର ୯ଟା ୨୪ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସମ୍ପାଦନ କରିବେ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବା ସହ  ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। ପାରିବାରିକ ଜୀବନରେ ସୁଧାର ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବୃଷ:-

ଅର୍ଥ ଲାଭର ଯୋଜନା କରିବା କାମରେ ନିଜକୁ ନିୟୋଜିତ କରି ପାରନ୍ତି। ଅଫିସରେ କିମ୍ବା କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ କାମରେ ସନ୍ତୁଷ୍ଟ ହୋଇ ପାରନ୍ତି। ବିଦ୍ୟାର୍ଥୀ ମାନଙ୍କର ଚିନ୍ତା ଭାବନା ଦୂର ହୋଇ ସମୟ ଅନୁକୂଳ ହେବ। ପୂର୍ବକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ ଯାହାକି ସାମୟିକ ଦୁଶ୍ଚିନ୍ତା ଉଦ୍ରେକ କରିପାରେ। କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ଵାସୀ ମନେ କରିବେ। ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଶତୃମାନେ ମିତ୍ରଭାବ ଆଚରଣ କରିବେ। ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ଦୂରଯାତ୍ରାରେ ସଫଳତା ମିଳିବ ଓ ଆକସ୍ମିକ ଧନଲାଭ ହେବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ସହ ମାନସିକ ଏକାଗ୍ରତା ବଜାୟ ରହିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ। ରାଜନୀତି କ୍ଷେତ୍ରରେ ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ କର୍ମ ନିଯୁକ୍ତି ପାଇବେ। ବନ୍ଧୁଙ୍କ ସାହାଯ୍ୟ କ୍ରମେ ମାଲିମୋକଦ୍ଦମାରେ ବିଜୟୀ ହେବେ। ଚେଷ୍ଟା କଲେ ଜମି, ଜମା ବିବାଦ ମେଣ୍ଟି ଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସୁଖ ସୁବିଧାକୁ ବଢାଇବା ପାଇଁ ପ୍ରୟାସରତ ହେବେ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯିବ। ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ପଡିପାରେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

ସିଂହ:-

ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରି ପାରିବେ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବା ସହ ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ। ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ଶିଳ୍ପବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। କାରବାରରେ ସ୍ଥିତି ଠିକ୍ ରହିବ।କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ ଓ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ।  ପରିବାଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ। ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ବିଦ୍ୟାର୍ଥୀଙ୍କ ମାନସିକସ୍ଥିତି ଭଲ ରହିବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଆଶାତୀତ ଲାଭପାଇବେ। ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହୋଇପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ପାଖରେ ଥିବା ସାଥୀ, ବନ୍ଧୁ, ପ୍ରିୟଜନ ଓ ସହକର୍ମୀ ମାନଙ୍କ ଆର୍ଥିକ ସାହାଯ୍ୟ ସହଯୋଗ ଦ୍ଵାରା ବିଶେଷ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରି ପାରିବେ ନାହିଁ। କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ବ୍ୟବସାୟ କ୍ଷେତ୍ରରେ ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇ ପାରନ୍ତି। ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦରୁ ବଞ୍ଚିତ ହୋଇ ପାରନ୍ତି। ଶତ୍ରୁମାନେ ଷଡ଼ଯନ୍ତ୍ରକରି କ୍ଷତି କରିବା ପାଇଁ ଚେଷ୍ଟା କରି ପାରନ୍ତି। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ସନ୍ତାନମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ। ପରିବାରରେ ମାନ ମନାନ୍ତର ଦୂର ହୋଇ ମାନସିକ ସ୍ଥିରତା ଦେଖାଦେବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। କୌଣସି ଅଚିହ୍ନା ବ୍ୟକ୍ତିଙ୍କ ସାହାଯ୍ୟରେ ଉଚ୍ଚଆଶା ସଫଳ ହେବ। ଧନର ଆଗମନ ହୋଇପାରେ। ଚାକିରୀରେ ପ୍ରମୋଶନ ମିଳିବାର ସମ୍ଭାବନା ଅଛି। ପରୀକ୍ଷା ପରିଣାମ ଅନୁକୂଳ ହେବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ। ପ୍ରତିକାର: ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:-

ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। କଳା, ସାହିତ୍ୟ ଚଳଚ୍ଚିତ୍ର ଓ ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଯିବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ। କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଶାନ୍ତି ଦେଖାଦେବ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ।  ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ମକର:-

ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବା ସହ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ।  କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପରିବାରରେ ଅନେକ ସମସ୍ୟାର ସମାଧାନ ହୋଇ, ହସ ଖୁସିରେ ବାତାବରଣ ଖେଳି ଯିବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ସାଧାରଣ କେତେକ ସୁବିଧା ସୁଯୋଗକୁ ବାଦ୍ ଦେଲେ ଅନ୍ୟାନ୍ୟ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରି ପାରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ପୁରୁଣା ମିତ୍ର ଅଚାନକ ଭାବେ ଦେଖା ହେବା ଦ୍ଵାରା ପୁରୁଣା କଥା ମନେ ପଡି  ପ୍ରସନ୍ନ ହୋଇଯିବେ। ଆତ୍ମୀୟଙ୍କ ସମ୍ବନ୍ଧୀତ ଚିନ୍ତା ଦୂର ହୋଇ ପାରିବାରିକ ଜୀବନ ଆନନ୍ଦରେ କଟିବ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। କର୍ମକ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ।  ପିଲାମାନଙ୍କର ପ୍ରତିଭା ବିକଶିତ ହେବା ଫଳରେ ଖୁସି ହେବେ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବା ସହ ଚିନ୍ତା କରିଥିବା କାମ ଗୁଡିକ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇ ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!