ଦୈନିକ ରାଶିଫଳ: 22 ସେପ୍ଟେମ୍ବର 2022, ମା’ଲକ୍ଷ୍ମୀଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ସେପ୍ଟେମ୍ବର ମାସ ୨୨ତାରିଖ, ଗୁରୁବାର, କନ୍ୟାମାସ ୬ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ଦ୍ଵାଦଶୀତିଥି, ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ଶିବଯୋଗ ସକାଳ ୯ଟା ୪୩ମିନିଟ୍ ପରେ ସିଦ୍ଧଯୋଗ । କୌଳବ କରଣ ଦିବା ୧୨ଟା ୨୯ମିନିଟ୍ ପରେ ତୈତିଳ କରଣ । ତୁଳା, କୁମ୍ଭ ରାଶିର ଘାତବାର । ପୋଇ, ମସୁରଡାଲି ନ ଖାଇଲେ ଭଲ ରାତି ୧ଟା ୧୭ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ରାତି ୧ଟା ୧୭ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଦ୍ଵାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ଦିବା ୨ଟା ୩୯ମିନିଟ୍ ରୁ ୫ଟା ୩୯ମିନିଟ୍, ରାତ୍ରି ୧୧ଟା ୩୯ମିନିଟ୍ ରୁ ୧ଟା ୯ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୯ମିନିଟ୍ ରୁ ୭ଟା ୧୪ମିନିଟ୍, ସନ୍ଧ୍ୟା ୬ଟା ୨୮ମିନିଟ୍ ରୁ ରାତ୍ର ୯ଟା ୩୮ମିନିଟ୍, ରାତ୍ର ୧ଟା ୧୦ମିନିଟ୍ ରୁ ୩ଟା ୧୪ମିନିଟ୍, ରାତ୍ର ୪ଟା ୪ମିନିଟ୍ ରୁ ୫ଟା ୩୮ମିନିଟ୍ । ପର୍ବଦିନ- ଅପରପକ୍ଷର ଦ୍ଵାଦଶୀ ଶ୍ରାଦ୍ଧ ।

ମେଷ:-ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଉଚିତ୍ ପନ୍ଥା ଗ୍ରହଣ କଲେ ରୋଜଗାର ସମସ୍ୟା ସୁଧୁରି ଯିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ବ୍ୟବସାୟରେ ଉନ୍ନତି କରି ପାରିବେ । ଆର୍ଥିକକ୍ଷେତ୍ରରେ ଉନ୍ନତିହେବା ସହ ଯୁବକ ଯୁବତୀମାନେ ପ୍ରେମ ସମ୍ପନ୍ଧୀୟ କ୍ଷେତ୍ରରେ ସଫଳ ହେବେ । ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବୃଷ:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଜମିଜମା ସଙ୍କ୍ରାନ୍ତରେ ସଫଳତା ମିଳିବ । ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ଜନ କଲ୍ୟାଣକାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଅଧିକାରୀଙ୍କଠାରୁ ସହଯୋଗ ପାଇ କର୍ମକ୍ଷେତ୍ରରେ ଯଶକୀର୍ତ୍ତୀ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ଶାରିରୀକ ଅସୁସ୍ଥତା ଦୂରହେବ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ଅଧିକାରୀ କାମରେ ପ୍ରସନ୍ନ ରହିବେ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ । ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-ଶାରିରୀକ ଅସୁସ୍ଥତା ଦୂରହେବ । ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କର୍ମକ୍ଷେତ୍ରରେ ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ କରିବେ । ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ନିଜର ଯୋଜନା ମୁତାବକ କାମକରିବେ । କୌଣସିପ୍ରକାର ଅସୁବିଧା ହେବନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-ସରକାରୀ ସାହାଯ୍ୟ ପ୍ରାପ୍ତିର ସୁଯୋଗ ପାଇବେ । ପ୍ରତିଯୋଗିତାରେ କୃତିତ୍ଵ ଲାଭ କରିବେ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ । ଇଲୋକଟ୍ରୋନିକ୍ସ ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ । ଚାକିରି କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ପାରିବାରିକ ପତିଆରା ଭଲ ରହିବ । ଆମଦାନୀ ଓ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । ରାଜନୀତି କ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-ଆକସ୍ମିକ ଅର୍ଥ ପାଇବା ଫଳରେ ନୂତନପନ୍ଥା ଅନୁସରଣ କରିବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ପାରିବାରିକ ଜୀବନ ସୁଖରେ କଟିବ । କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ଉପରିସ୍ଥଙ୍କୁ ସନ୍ତୁଷ୍ଠ କରିବାରେ ସଫଳ ହେବେ । ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । ଆର୍ଥିକ ଦିଗର ଅଭିବୃଦ୍ଧି ହେବ । ବନ୍ଧୁଙ୍କ ଠାରୁ ସୁବିଧା ସୁଯୋଗ ପାଇ ଖୁସିହେବେ । ସନ୍ତାନ ସନ୍ତତିଙ୍କ ଖୁସିରେ ଆନନ୍ଦିତ ହେବେ । ଖାଦ୍ୟଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ହେବ । ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ । ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହେବେ । କୃତକର୍ମ ନିମନ୍ତେ ପ୍ରତିଷ୍ଠାଲାଭ କରିବେ । ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ । ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ବନ୍ଧୁବାନ୍ଧବଙ୍କସହ ଅତି ପ୍ରିୟତା ସୃଷ୍ଟିହେବ । ମୂଲ୍ୟବାନ ପଦାର୍ଥ କ୍ରୟ କରି ପାରନ୍ତି । ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ହେବ । ଆର୍ଥିକ ସ୍ଥିତି ସ୍ଵଛଳ ରହିବ । ସନ୍ତାନ ଭଳି ଦ୍ରବ୍ୟ ଲାଭ ହେବ । ପୁତ୍ର କନ୍ୟାମାନଙ୍କର ଅଗ୍ରଗତି ଘଟିବ । ଦୃଢ ମନୋବଳରେ ଆଗେଇ ପାରିବେ । ପାରିବାରିକ ସମସ୍ୟା ଚିନ୍ତାର କାରଣ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ନିଜର ସିଦ୍ଧାନ୍ତରେ ଅଟଳ ରହିବେ । ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପାରିବାରିକ ଜୀବନ ସୁଖ-ସନ୍ତୋଷରେ କଟିବ । ଦୂରସ୍ଥାନକୁ ଯାତ୍ରା କଲେ ସହାୟତା ପ୍ରାପ୍ତିହେବ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେବେ । ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ । ରାଜନୈତିକ କ୍ଷେତ୍ରରେ ପଦପଦବୀ ମିଳିପାରେ । ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହୋଇ ପାରନ୍ତି । ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବା ସହ ସମ୍ମାନର ଆଧିକାରି ହେବେ । ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ । ବ୍ୟବସାୟରେ ଉନ୍ନତି ହେବାସହ ପ୍ରଚୁର ଆର୍ଥଲାଭ ହେବ । ପରୋପକାର କରି ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ । ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣକରିବେ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ପାରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-ସାମାଜିକ କାର୍ଯ୍ୟରେ ଭାଗନେବେ । ବ୍ୟବସାୟର ବିଶେଷ ଲାଭ ପାଇବେ । ପରିବାରରେ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରିବେ । ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ । ବିଶେଷ ସତର୍କ ରହିବା ଉଚିତ୍ । କର୍ମକ୍ଷେତ୍ରରେ ମୂଲ୍ୟହୀନ କଥାକୁ ଗୁରୁତ୍ଵ ଦେଇ କ୍ଷତିରେ ପଡିବେ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ବଡପଣିଆ ଦେଖାଇଲେ ନିନ୍ଦିତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-କେତେକ କର୍ମରେ ସଫଳତା ପ୍ରାପ୍ତି ହେବ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ବ୍ୟବସାୟରେ ସଫଳତା ହାସଲ କରିବେ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ପରିବାର କଥାକୁ ଠିକ୍ ଭାବେ ବୁଝି ପାରିବେ । ଭଲଭାବରେ ଚିନ୍ତା କରି କାମରେ ଆଗେଇବା ଉଚିତ୍ । ଭୁଲ ସଂବାଦ ଶୁଣି ଦ୍ଵନ୍ଦରେ ପଡି ପାରନ୍ତି । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!