ଦୈନିକ ରାଶିଫଳ: ୨୨ ସେପ୍ଟେମ୍ବର ୨୦୧୮। ଏହି ୬ ଟି ରାଶି ଉପରେ ଆଜି ଶନି ଦେବ ରହିବେ ପ୍ରସନ୍ନ।
ମେଷ:-
ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ। ନୂତନ ସମ୍ପତି କ୍ରୟ କରିବେ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ମାନସିକ ଶାନ୍ତି ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। କାରବାରରେ ସୁଧାର ଆସିବା ଫଳରେ ଅଧିକ ଲାଭ ହେବ ଓ ମନ ଖୁସିହେବ। ପ୍ରତିକାର:- ରୁଟି ଦୁଇପଟ ଗାଈକୁ ଖାଇବାକୁ ଦେବେ।
ବୃଷ:-
ବାଣୀର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ। ଭବିଷ୍ୟତକୁ ଧ୍ୟାନରେ ରଖି ସନ୍ତୁଳିତ ବଜେଟ ତିଆରି କରିବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାର:-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।
ମିଥୁନ:-
ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରିପାରିବେ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ଆତ୍ମକେନ୍ଦ୍ରିତ ହୋଇଯିବେ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।
<<Vastu>>> | <<< Jataka Bichara >>>
କର୍କଟ:-
ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ବ୍ୟବସାୟରେ ସ୍ଵାର୍ଥପରତା ଓ ଆଳସ୍ୟଭାବ ଯୋଗେ କଳଙ୍କିତ ହେବେ। ମହିଳାମାନେ ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। କାମ-କାର୍ଯ୍ୟର ଦାୟିତ୍ଵ ବଢିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ଶୁଭ ବା ମଙ୍ଗଳ କାମ କରିପାରିବେ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ପ୍ରତିକାର:-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
ସିଂହ:-
ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ବ୍ୟବସାୟୀମାନଙ୍କୁ ନୂଆ କାମ ନୂଆ ପ୍ରେରଣା ଦେବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ପ୍ରାୟକ୍ଷେତ୍ରରେ ଜୟ-ଜୟକାର ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ଆମୋଦ-ପ୍ରମୋଦ, କ୍ରିଡା, ଦୂରଯାତ୍ରା ସବୁଥିରେ ସଫଳତା ମିଳିବ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଭାଇମାନଙ୍କ ଠାରୁ ଲାଭ ମିଳିବ। ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇପାରେ। ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ। ବାହନ ଆଦି କ୍ରୟ କରିପାରିବେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ପ୍ରତିକାର:-ଆରାଧ୍ୟା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।
କନ୍ୟା:-
ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-
ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତିହୋଇପାରେ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। କର୍ମ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସରକାରୀ କାମରେ ସଫଳତା ପାଇବେ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ବିଛା:-
ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇପାରିବେ। ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ। କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ବଢେଇବା କଷ୍ଟକର ହେବ। କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ଅଚାନକ ଭାବରେ ଦୂରଯାତ୍ରା କରିବେ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ପ୍ରତିକାର:-ଆରାଧ୍ୟା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।
ଧନୁ:-
କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତିରେ ଉନ୍ନତି ହେବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ପ୍ରତିକାର:-ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।
ମକର:–
ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-
ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ କ୍ଷତିରେ ପଡିବେ। ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରିବେ ନାହିଁ।
ମୀନ:–
ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇପାରିବେ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ମହିଳାମାନେ କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସନ୍ତାନ ଯୋଗେ ଚିନ୍ତିତ ରହିବେ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ପ୍ରତିକାର:-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 993755198