ଦୈନିକ ରାଶିଫଳ: ୨୨ ସେପ୍ଟେମ୍ବର ୨୦୧୯, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ପାରିବାରିକ ଜୀବନ ସୁଖମୟ ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଶୁଭକାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ରାଜନୀତି କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ମହିଳାମାନେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ସତର୍କ ରହି ଯାତାୟତ କରିବା ଉଚିତ୍। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ହେବା ଫଳରେ ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ମହିଳାମାନେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ ଓ କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ଶତୃମାନେ ପରାଜିତ ହୋଇ ମିତ୍ରତା ଆଚରଣ କରିବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ରାଜନୀତିରେ ସଫଳତା ମିଳିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମିଥୁନ:-

ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ଶତୃମାନେ ମଥାନତ କରିବେ। ରାଜନୀତି କ୍ଷେତ୍ରରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

କର୍କଟ:-

ପାରିବାରିକ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସହକର୍ମୀ ମାନଙ୍କର ସମର୍ଥନ ସାହାଯ୍ୟ ସହଯୋଗ ମିଳିବ। ସାମାଜିକ ସ୍ତରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ସିଂହ:-

ଶାରିରୀକ ସୁସ୍ଥତା ଦେଖା ଦେବ। ଦାମ୍ପତ୍ୟ ସୁଖ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ପ୍ରାପ୍ତିହେବ। ଦୂର ଯାତ୍ରାର ସୁଯୋଗ ପାଇବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ରାଜନୀତି କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସଙ୍ଘର୍ଷରତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ନିଜ ପରିଶ୍ରମରେ ସଫଳତା ପାଇବେ ଓ ଘରୋଇ ସଂସ୍ଥାର ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ସହ ସୁ-ସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ। ବ୍ୟବସାୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ପରିବାରରେ ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବା ଫଳରେ ହସ ଖୁସିର ବାତାବରଣ ଖେଳିଯିବ। ଆର୍ଥୀକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପ୍ରତିକାର: ଭୋକିଲା ଲୋକଙ୍କୁ ଖାଇବାକୁ ଦିଅନ୍ତୁ।

ତୁଳା:-

ବ୍ୟବସାୟିକ ପରିଣାମ ସନ୍ତୋଷଜନକ ହେବ। ପରିବାରରେ ଅଶାନ୍ତି ଅଶନ୍ତୋଷ ଦୂରେଇଯିବ। ରାଜନୀତି ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ ଓ ବରିଷ୍ଠ ବ୍ୟକ୍ତି ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ମହିଳା ମାନଙ୍କର କେତେକ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟବଡ ମିଟିଙ୍ଗୀରେ ଯୋଗଦେବେ। ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରନ୍ତୁ ନାହିଁ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ରାଜନୀତିରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମକର:-

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ରାଜନୈତିକ କ୍ଷେତ୍ରରେ ପଦବୀ ଲାଭ ଓ ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟ ରେ ଲାଭବାନ ହେବେ। ମହିଳାମାନେ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନୂତନ ଯୋଜନା ସାଫଲ୍ୟ ଦାୟକ ହେବ। ପ୍ରବାସ ଓ ଯାତ୍ରାରେ ଲାଭବାନ ହେବେ। ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ନିର୍ମାଣ ମୂଳକ ଯୋଜନାରେ ଆଗେଇବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଶତୃମାନେ ପରାଜିତ ହୋଇ ମିତ୍ରତା ଆଚରଣ କରିବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

କାରବାର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିପାରନ୍ତି। ସୁଖ ସମୃଦ୍ଧି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଯାତ୍ରାଫଳରେ ଉତ୍ସାହିତ ହେବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!