ସାପ୍ତାହିକ ରାଶିଫଳ: ୨୨ ଅପ୍ରେଲ ରୁ ୨୮ ଅପ୍ରେଲ, ଏହି ସପ୍ତାହରେ ଏହି ସବୁ ରାଶିର ଚମକିବ ଭାଗ୍ୟ, ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ୨୨ ଅପ୍ରେଲ ରୁ ୨୮ ଅପ୍ରେଲ

ମେଷ:-

ଏ ସପ୍ତାହରେ ଆର୍ଥିକସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବ। ଆୟ ଉତ୍ତମ, ଶରୀର ସୁସ୍ଥରହିବ ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗହେବ। କ୍ରୀଡ଼ା, କଳା, ସଂସ୍କୃତି, ବାଣିଜ୍ୟବ୍ୟବସାୟ, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀହେବେ। ମହିଳାମାନେ ଘର ସାଜସଜ୍ଜାରେ ବ୍ୟସ୍ତ ରହିବେ। ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ। ପରିବାରରେ ସାଧାରଣ ବାତାବରଣ ରହିବ। ବ୍ୟବସାୟରେ ସମସ୍ତ ଆଶା ପୂରଣ ହେବ। ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ମହିଳାମାନେ ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏ ସପ୍ତାହରେ ଅକସ୍ମାତ ଧନଲାଭ ହେବ। ଶିକ୍ଷା ବିଭାଗ କର୍ମଚାରୀ, ରାଜ୍ୟପାଳ ଭବନ କର୍ମଚାରୀ, ଓକିଲ ସଂଘ, ସାର୍ବଜନିନ ନିର୍ମାଣ ବିଭାଗର କର୍ମଚାରୀ, ଜଳବଣ୍ଟନ ବିଭାଗ କର୍ମଚାରୀ ଚିକିତ୍ସା ବିଭାଗ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଉନ୍ନତି ସହ ଲାଭବାନ୍ ହେବେ। କର୍ମପାଇଁ ଅପେକ୍ଷା କରିଥିବା ଯୁବକ ଓ ଯୁବତୀମାନେ ଉପଯୁକ୍ତ ବିଭାଗରେ କର୍ମ ନିଯୁକ୍ତି ପାଇବେ। ଗୃହପାଳିତ ପଶୁଙ୍କ ଦ୍ୱାରା ବିଶେଷ ଲାଭନ୍ୱିତ ହେବେ। ବ୍ୟାଙ୍କ ଋଣ ଆବଶ୍ୟକ ଥିଲେ ଅତି ସହଜରେ ପାଇପାରିବେ ଏବଂ ପୂର୍ବଋଣ  ସହଜରେ ପରିଶୋଧ କରିପାରିବେ। ଦୀର୍ଘଦିନପରେ ଆପଣଙ୍କ ଜୀବନରେ ଅଧିକ ସୁଖ ଓ ସମୃଦ୍ଧିର ସମୟ ଉପସ୍ଥିତ ହୋଇଛି। ନୂତନ ସଂପତ୍ତି କ୍ରୟ ବିକ୍ରୟ କରିବାର ଉପଯୁକ୍ତ ସମୟ। ବାଣିଜ୍ୟ, ବ୍ୟବସାୟ, ନବିନିକରଣ, ଦୋକାନ, ଅଫିସ, ବାସଗୃହ ଆଦି ସାଜସଜ୍ଜା କରିବାପାଇଁ ଉପଯୁକ୍ତ ସମୟ। ହେବେ। ବିଦେଶ ଯାତ୍ରାରେ ଉଚ୍ଚଶିକ୍ଷା ପାଇଁ ଓ କର୍ମୋନ୍ନତି ପାଇଁ ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦ ପଦବୀରେ ପ୍ରତିଷ୍ଠିତ ହେବେ। ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ। ସ୍ୱାସ୍ଥ୍ୟ ଦିଗରେ ଛାତି, ଗଳା, ମେରୁଦଣ୍ଡ, ମସ୍ତିଷ୍କ ପ୍ରତି ସତର୍କ ଅବଲମ୍ବନ କରିବା ଉଚିତ୍। ପ୍ରତିକାର ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମିଥୁନ:-

ଏ ସପ୍ତାହରେ ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ। ସୁଖ-ସୌଭାଗ୍ୟ ବୃଦ୍ଧି ହେବ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ।  ସନ୍ତାନମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣ ହେବ। ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ। ସେୟାର, ଲଟେରୀ ଆଦିରେ ଲାଭ ଅଧିକ ମିଳିବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାଡୱାର, ମହମବତୀ ଓ ଶ୍ରମିକ ବ୍ୟବସାୟରେ ଅତ୍ୟଧିକ ଲାଭପାଇବେ। ଉଚ୍ଚଶିକ୍ଷା ପାଇଁ ଜର୍ଜ, ମେଡିକାଲ ଆଦିରେ କର୍ମପାଇବେ। ରାଜନୀତି କ୍ଷେତ୍ରରେ ଉଚ୍ଚ ପଦାଧିକାରୀ ହୋଇପାରିବେ। ସମସ୍ତ ପ୍ରକାର ପ୍ରତିଯୋଗିତାରେ ସଫଳ ହେବେ। ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ଯୋଗୁଁ ଚିନ୍ତିତ ରହିବେ। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

କର୍କଟ:-

ଏ ସପ୍ତାହରେ ବିଦ୍ୟାର୍ଥୀମାନଙ୍କ ପାଇଁ ସମୟ ବିଶେଷ ଅନୁକୂଳ। ଉଚ୍ଚଶିକ୍ଷାର ମଧ୍ୟ ସୁବିଧାସୁଯୋଗ ପାଇବେ। ପ୍ରତିଯୋଗିତାରେ ପ୍ରଶାସନ ସେବା ସଂବନ୍ଧିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପାଇଁ ଅତ୍ୟନ୍ତ ଶୁଭସମୟ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଫଳ ପାଇବେ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ନୂତନ ବ୍ୟବସାୟ ଆରମ୍ଭ ପାଇଁ ଅତ୍ୟନ୍ତ ଉତ୍ତମ ସମୟ। ଯଶ-ମାନ-ପ୍ରତିଷ୍ଠା ବୃଦ୍ଧି ପାଇବ। ସନ୍ତାନ ଏବଂ ସ୍ତ୍ରୀଙ୍କ ସହଯୋଗ ପାଇ ଗୃହସ୍ଥଜୀବନରେ ଭରପୂର ସୁଖପ୍ରାପ୍ତି ହେବ। ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକମାନଙ୍କର ବିଶେଷ ଉନ୍ନତି ହେବ। ଏହି ସଂସ୍ଥାରେ ନୂତନ କର୍ମପ୍ରାପ୍ତି ହେବ। ଧଳା ବସ୍ତ୍ର ପରିଧାନ କଲେ ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇ ଭଳି ଚଳୁଥିବା ବ୍ୟକ୍ତିମାନେ ବିଶ୍ୱାସଘାତକତା କରିବେ। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ସିଂହ:-

ଏ ସପ୍ତାହରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଗୃହରେ ଥିବା କଳହ, ପତି-ପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ। ବିଦ୍ୟାର୍ଥୀମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମୟ। ଶିକ୍ଷାପ୍ରତି ରୁଚି ବୃଦ୍ଧି ପାଇବ। ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ-ପ୍ରଦାନ କରି ଉଚିତ ଲାଭ ପାଇବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ। ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କନ୍ୟା:-

ଏ ସପ୍ତାହରେ ଅତି ଉତ୍ତମ ଫଳ ଭୋଗିବେ। ଭାଗ୍ୟଶାଳୀ, ସନ୍ତାନସୁଖ, ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପରହାତରେ ଥିବା ଧନ, ଅଧା ହୋଇଥିବା କାର୍ଯ୍ୟ ସହଜରେ ପ୍ରାପ୍ତି ହେବ। ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ  ପଢା ପଢିରେ ମନ ଦେବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ। ସାଂସାରିକ ଜୀବନ ସୁଖମୟ ହେବ। ଉଦ୍ୟୋଗ, ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ ଇଦ୍ୟାଦି ବ୍ୟବସାୟର ଉଦ୍ୟୋଗ କରିପାରିବେ। ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ। ଦୀର୍ଘଦିନର ଆଶା ଏବେ ପୂରଣ ହେବ। ଉଚ୍ଚ ପଦବୀରେ ଅଧିଷ୍ଠିତ ହେବେ। ପ୍ରତିକାର କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ।

ତୁଳା:-

ଏ ସପ୍ତାହରେ ଆୟ ପନ୍ଥାର ପରିବର୍ତ୍ତନ ଆସିବ। ବିଦ୍ୟୁତ ବିଭାଗ, ପ୍ରଶାସନ ବିଭାଗ, ଜ୍ୟୋତିଷ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଶତୃମାନଙ୍କୁ ମୁକାବିଲା କରିପାରିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ। ବଡ଼ ବଡ଼ ଉଦ୍ୟୋଗ କରିବାରେ ସଫଳ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ପୂରଣ କରିବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ।ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ ଏବଂ ସଂପତ୍ତି କ୍ରୟ କରିବାପାଇଁ ଅତ୍ୟନ୍ତ ଶୁଭ ସମୟ। ସନ୍ତାଠାରୁ ସୁଖପ୍ରାପ୍ତି ହେବ। ପୁତ୍ରରତ୍ନ ପ୍ରାପ୍ତି ହେବ। କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଶତୃମାନେ ତଳମୁହାଁ ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ଅତ୍ୟନ୍ତ ପ୍ରିୟ ଲୋକମାନେ ସନ୍ତୁଷ୍ଟ ହେବା ଫଳରେ ସମସ୍ତ ସମସ୍ୟା ଅପସରି ଯିବ। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

ବିଚ୍ଛା:-

ଏ ସପ୍ତାହରେ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ଭାଗ୍ୟ ଆପଣଙ୍କ ପାଇଁ ବୈମାତୃକ ମନୋଭାବ ସୃଷ୍ଟି କରିବ। ଏକ ସମୟରେ ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ନିଜର ମାନସିକ-ଭାରସାମ୍ୟ ହରାଇବେ। ପୁରାତନରୋଗର ପ୍ରକୋପରେ ହଇରାଣ ହରକତ ହେବେ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରିବେ। ବରିଷ୍ଠ କର୍ମୀଙ୍କ ରୋଷର ପାତ୍ର ହେବେ। ନିଜେ ଗାଡ଼ି ଚଳାନ୍ତୁ ନାହିଁ। ପତ୍ନୀଙ୍କସହ ମତାନ୍ତର ଦେଖାଦେବ।  ବୁଧବାରଠାରୁ ବ୍ୟବସାୟରେ ଆର୍ଥିକ  ଉନ୍ନତି ଦେଖାଦେବ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। କଠିନ  ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-

ଏ ସପ୍ତାହରେ ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ  ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଶିକ୍ଷାର୍ଥୀମାନେ ପରୀକ୍ଷା  ଓ ପ୍ରତିଯୋଗିତାରେ ସଫଳ ହେବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ପରୀକ୍ଷାପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ। ଦାମ୍ପତ୍ୟସୁଖ କର୍ମମୁଖରତା ଯୋଗେ ନଷ୍ଟ ହେବ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ।ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ଧିରେ ଧିରେ ସମାଧାନ ହେବ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ  ପ୍ରିୟଭାଜନ ହେବେ। ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମକର:-

ଏ ସପ୍ତାହରେ ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ଓ ସମ୍ମାନ ବୃଦ୍ଧି ହେବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ।  ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଦୂର ସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ମହିଳାମାନଙ୍କର କର୍ମ ଓ ବ୍ୟବସାୟରେ ଉନ୍ନତି ହେବ। କରଜରମାତ୍ରା ହ୍ରାସ ପାଇବ। ଭୋଗବିଳାସରେ ଦିନ କାଟିବା ପାଇଁ ଆଗ୍ରହୀହେବେ। ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ମାନସମ୍ମାନ ବୃଦ୍ଧିହେବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ।  ବୃତ୍ତିଗତ ଦୃଷ୍ଟିରୁ ଅତ୍ୟନ୍ତ ଶୁଭ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଏ ସପ୍ତାହରେ ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ।  ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବ। ଆର୍ଥିକଚିନ୍ତା ଦୂର ହୋଇଯିବ। ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ମିଳିବ। ଖାଇବା ପିଇବାରେ ସତର୍କ ନରହିଲେ ଉଦରପୀଡ଼ା ଭୋଗିବେ। ନିରାଶା ଦୂର ହେବ ଏବଂ ସ୍ଥିତି ସାମାନ୍ୟ ବଦଳିଯିବ। ମନର ଆକାଂକ୍ଷା ପୂରଣ ହେବ ଓ ଆତ୍ମବିଶ୍ୱାସ ବଢ଼ିବ। ଲାଭର ମାର୍ଗ ପ୍ରଶସ୍ଥ ହେବ। କର୍ମକ୍ଷେତ୍ରରେ ମାନ-ସମ୍ମାନ ପାଇବେ। ଦୂରଯାତ୍ରା କରିବେ। ଋଣରୁ ମୁକ୍ତି ମିଳିବ। ମହିଳାମାନେ ପରିବାରକୁ ସଜାଡ଼ି ନେବେ। ବାଦ ବିବାଦ ପ୍ରତିଯୋଗୀତା, ପରୀକ୍ଷା, ଖେଳ, ରାଜନୀତି ଓ ମାଲିମକଦ୍ଦମାରେ ବିଜୟୀ ହେବେ। ପ୍ରତିକାର:- ଷଣ୍ଢକୁ କିଛି ଖାଦ୍ୟ ଦିଅନ୍ତୁ।

ମୀନ:-

ଏ ସପ୍ତାହରେ ସର୍ବାଧିକ ଭାଗ୍ୟଶାଳୀ ହେବେ। ବିଶେଷ କରି ବିଦ୍ୟାର୍ଥୀମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ। ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ। ପରାକ୍ରମ ପ୍ରତିଷ୍ଠା ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ ଏବଂ ଧନଲାଭ କରିବାର ସୁଯୋଗ ପାଇବେ। ଏହି ସମୟରେ ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ ଏବଂ ସଂପତ୍ତି କ୍ରୟ କରିବାପାଇଁ ଅତ୍ୟନ୍ତ ଶୁଭ ସମୟ। ସନ୍ତାଠାରୁ ସୁଖପ୍ରାପ୍ତି ହେବ। ପୁତ୍ରରତ୍ନ ପ୍ରାପ୍ତି ହେବ। କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଇଂରାଜୀ ପ୍ରଫେସର, ଅଭିନେତା ଓ ଅଭିନେତ୍ରୀ, ସଙ୍ଗୀତଜ୍ଞ, ଉଚ୍ଚ ଅଧିକାରୀ ପଦରେ ପହଞ୍ଚି ପାରିବେ। ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ଶତୃମାନେ ତଳମୁହାଁ ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ସମସ୍ତ ସମସ୍ୟା ଅପସରି ଯିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!