ସାପ୍ତାହିକ ରାଶିଫଳ: ୨୨ ରୁ ୨୮ ଅକ୍ଟୋବର ୨୦୧୮। ଏହି ସପ୍ତାହରେ ଏହି ୬ଟି ରାଶିର ବଦଳିବ ଭାଗ୍ୟ। 

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ୨୨ ରୁ ୨୮ ଅକ୍ଟୋବର ୨୦୧୮। ଏହି ସପ୍ତାହରେ ଏହି ୬ଟି ରାଶିର ବଦଳିବ ଭାଗ୍ୟ।

ମେଷ:–

ଏ ସପ୍ତାହରେ କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। କୃଷି ଓ ବାଣିଜ୍ୟରେ ଆୟ ଆଶାତୀତ ହେବ। କର୍ମକ୍ଷେତ୍ରରେ ଉହିତ ହେବେ ଓ ଲାଭ ମିଳିବ। ଦେହମନ ଭଲ ରହିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ବିଦ୍ୟାକ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ଶୁଭଫଳ ପାଇବେ। ବିଦେଶ ଯାତ୍ରାରେ ସଫଳ ହେବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ବୃଦ୍ଧି ହେବ। ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରିବେ। ବରିଷ୍ଠ କର୍ମୀଙ୍କ ରୋଷର ପାତ୍ର ହେବେ। କୌଣସି ନୂତନ ବ୍ୟକ୍ତିଙ୍କୁ ଭରସା କରି କାର୍ଯ୍ୟ କଲେ କ୍ଷତିରେ ପଡିବେ। ପଢ଼ାପଢ଼ିରେ ମାନସିକ ଅଶାନ୍ତି ଦେଖା ଦେବ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:–

ଏ ସପ୍ତାହରେ କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତ ଅନୁସାରେ କର୍ମକ୍ଷେତ୍ରରେ ଆଗେଇବେ। ଦୂରେଇ ଯାଇଥିବା ବନ୍ଧୁ ମିତ୍ରମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ବ୍ୟବସାୟରେ ପ୍ରଚୁର ଲାଭ ହେବ। ଦୂର ଯାତ୍ରାରେ ଲାଭବାନ ହେବେ। ଧନ ଲାଭର ମାର୍ଗ ଖୋଲିଯିବ ଓ ସ୍ୱାସ୍ଥ୍ୟରେ ଉନ୍ନତି ଅବନତି ଲାଗି ରହିବ। ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ। ଧାର୍ମିକକାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ଅକ୍ଷୂର୍ଣ୍ଣ ରହିବ। ବିଦ୍ୟାର୍ଥିମାନେ ସଫଳ ହେବେ। ରାଜନୀତିକ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ହେବା ସହ ସୁ-ସମ୍ବାଦ ପାଇ ଖୁସିହେବେ। କୃଷିଜୀବୀମାନେ କର୍ମବ୍ୟସ୍ତତାରେ ସମୟ କାଟିବେ। ପ୍ରତିକାର:- ବେଲ କାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ।

ମିଥୁନ:–

ଏ ସପ୍ତାହରେ ବ୍ୟବସାୟରେ ପୂର୍ଣ୍ଣ ସଫଳତା ପାଇବେ। ପୂର୍ବ ସମସ୍ୟାର ସମାଧାନ ହେବ। ମାଲିମୋକଦ୍ଦମାରେ ଜୟ, ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ଋଣମୁକ୍ତ ଓ ଋଣପ୍ରାପ୍ତି ହେବ। ନୂତନ ସଂସ୍ଥାର ଆୟୋଜନ କରିବେ। ଜାଗାଜମି, ଗୃହ ଉପକରଣ କ୍ରୟ କରିବେ। ଯାନ ବାହାନ ପ୍ରାପ୍ତି ହେବ। କାର୍ଯ୍ୟକ୍ଷେତ୍ରରେ ବନ୍ଧୁ ଲାଭ ଓ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ। କୃଷିଜୀବୀମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ। ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟକ୍ଷେତ୍ରରେ ସଫଳ ହେବେ। ବିଦ୍ୟାର୍ଥୀମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

<<Vastu>>> | <<< Jataka Bichara >>> 

କର୍କଟ:–

ଏ ସପ୍ତାହରେ ମାନସିକ ଶାନ୍ତି ମିଳିବ। ବନ୍ଧୁ ମିତ୍ରଙ୍କ ସହ ସୁସଂପର୍କ ସୃଷ୍ଟି ହେବ। ସାମାଜିକ କ୍ଷେତ୍ରରେ ସମ୍ମାନ ବଢିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବ। କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ଧାର୍ମିକକାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଦାମ୍ପତ୍ୟସୁଖ ବୃଦ୍ଧି ହେବା ସହ ସାମାଜିକପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ପାଇବ। ରାଜନୀତିକ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣିପାରିବେ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ। ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ସିଂହ:–

ଏ ସପ୍ତାହରେ ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଦାମ୍ପତ୍ୟ କଳହର ଅବସାନ ସନ୍ତାନଙ୍କର ଉନ୍ନତିରେ ଖୁସିହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ଯେ କୌଣସି କାର୍ଯ୍ୟ ହାତକୁ ନେଲେ ଶେଷ କରିବା ପରେ ଆଶ୍ୱସ୍ଥି ହେବେ। ଯେଉଁ ଯାଗାରେ ଦସ୍ତଖତ କରିବାକୁ ପଡିବ ବୁଝି ବିଚାରି କରିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁମିତ୍ର ମାନଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇବେ। ପୂର୍ବ କଳହର ସମାଧାନ ହେବ। ପଢ଼ାପଢ଼ିରେ ମନଦେବେ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

କନ୍ୟା:–

ଏ ସପ୍ତାହରେ ବସ୍ତ୍ର, ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟ କରିଲେ ଲାଭବାନ ହେବେ। କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ। ନୂତନ କାରବାରରେ ସଫଳତା ମିଳିବ। ଘର ଓ ପରିବାରରେ ସୁଖଦାୟକ ବାତାବରଣ ଦେଖାଦେବ। ଅନେକ ଶୁଭକର୍ମର ସୁଯୋଗ ପାଇବେ। ରାଜନୀତିକ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତ୍ରୁମାନେ ପରାଜିତ ହେବେ। ବିଦେଶ ଯାତ୍ରାରେ ଲାଭ ପାଇବେ। ରାଜନୀତିରେ ସ୍ନେହ ସହାନୁଭୂତି ପ୍ରାପ୍ତି ହେବ ଓ ଶତ୍ରୁମାନେ ମଥାନତ କରିବେ। ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ।

ତୁଳା:–

ଏ ସପ୍ତାହରେ କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧିହେବା ସହ ଆୟବୃଦ୍ଧି ହେବ। ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ। ରାଜନୀତିରେ ସଫଳତା ପାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ। ପାରିବାରିକ ସ୍ନେହ ସହାନୁଭୂତି ପ୍ରାପ୍ତି ହେବ। ପୂରାତନ ରୋଗର ଉପଶମ ଓ ବନ୍ଧୁ ସମାଗମ ହେବ। ଶାରୀରିକ ଅସୁସ୍ଥତାରୁ ଉପଶମ ପାଇବେ। ଆର୍ଥିକପରିସ୍ଥିତିରେ ଉନ୍ନତି ହେବ। ସନ୍ତାନମାନଙ୍କ ପାଇଁ ଅଧିକାଂଶ ସମୟ ଚିନ୍ତିତ ରହିବେ। କୃଷିଜୀବୀମାନେ ଅତ୍ୟଧିକ ପରିଶ୍ରମ କରିବେ। ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବାକୁ ଚେଷ୍ଟା କରିବେ। ପ୍ରତିକାର:- ଗ୍ରାମ୍ୟ ଦେବତୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ବିଚ୍ଛା:–

ଏ ସପ୍ତାହରେ କର୍ମ କ୍ଷେତ୍ରରେ  ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ବିଦେଶ ଯାତ୍ରାରେ ଧନହାନୀ ହେବ। ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସମସ୍ତ କାର୍ଯ୍ୟ ମନୋନୁକୂଳ ହେବ। ପରିବାରରେ ପ୍ରସନ୍ନତା ବିରାଜମାନ କରିବ। ରାଜନୀତିରେ ପ୍ରଶଂସିତ ହେବେ। ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ। ଅଧ୍ୟୟନ ପାଇଁ ତତ୍ପର ହେବେ। ସାମାଜିକ ଜୀବନରେ ନୂତନ ଗୁରୁଦାୟିତ୍ୱ ଗ୍ରହଣ କରିବେ। ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ। ପ୍ରତିକାର:- ରାଶି ଲଡୁ ପିଲାଙ୍କୁ ବାଣ୍ଟନ୍ତୁ।

ଧନୁ:–

ଏ ସପ୍ତାହରେ ବ୍ୟବସାୟ କ୍ଷେତ୍ର ପ୍ରସାରିତ ହେବାଫଳରେ ଆଶାତୀତ ଲାଭପାଇବେ। କର୍ମଚାରୀମାନଙ୍କର ପଦୋନ୍ନତି ସହ ସ୍ଥାନାନ୍ତର ଯୋଗ ଅଛି। ସମସ୍ତ କାର୍ଯ୍ୟରେ ସଫଳତା ଧାର୍ମିକ ଓ ସାମାଜିକ ଉତ୍ସବରେ ଯୋଗ ଦେଇ ପ୍ରସଂଶିତ ହେବେ। ଶତ୍ରୁହାନୀ, ସହଯୋଗ ପ୍ରାପ୍ତି, ମିତ୍ରଲାଭ,  ଶରୀର ସୁସ୍ଥ ରହିବ। ଋଣ ପ୍ରାପ୍ତି, କର୍ମତତ୍ପର,  ବ୍ୟବସାୟରେ  ସଫଳତା ପାଇବେ। ଉଚ୍ଚ ସମ୍ମାନ ଲାଭ,  ମନରେ ଉତ୍ସାହ ଓ ମିଷ୍ଠାନ୍ନ ଭୋଜନ ପ୍ରାପ୍ତି ହେବ। ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ସଫଳତା ପ୍ରାପ୍ତି ହେବ।  ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ। ପ୍ରତିକାର:- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:–

ଏ ସପ୍ତାହରେ ଚିତ୍ତ ପ୍ରସନ୍ନ, କାର୍ଯ୍ୟ ସିଦ୍ଧି ହେବ। ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ଓ ଆୟ ବଢ଼ିବ। ସାହସୀ ଓ ଦୃଢସଂକଳ୍ପ ଫଳରେ ଲାଭବାନ ହେବେ। ପୂରାତନ ବନ୍ଧୁ ଓ ମିତ୍ରଙ୍କ ସହଯୋଗ ଅଧିକ ଲାଭଦାୟକ ହେବ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ନୂତନ କାର୍ଯ୍ୟାରମ୍ଭ,  ଶତ୍ରୁହାନୀ, ଉଚ୍ଚ ପ୍ରଶଂସା ଲାଭ କରିବେ। ମାଲି ମକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଜୟ ଲାଭ କରିବେ। ଦେହପୀଡ଼ା, ଅଶାନ୍ତି, ଆର୍ଥିକ ସଙ୍କଟ ଦେଖାଦେଇ ପାରେ। ପରିବାରର କୌଣସି ସଦସ୍ୟଙ୍କର ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ। ନୂତନକାର୍ଯ୍ୟ ଆରମ୍ଭକଲେ କ୍ଷତିରେ ପଡ଼ିବେ। ଆୟ ବୃଦ୍ଧି ପାଇବା ଦ୍ଵାରା  ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ। ପ୍ରତିକାର:- ଗୁଡ଼ ଓ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:–

ଏ ସପ୍ତାହରେ ଅଟକିଥିବା ଧନ ମିଳିଯିବା ଫଳରେ ଯେଉଁ କାର୍ଯ୍ୟ ପାଇଁ ଆପଣ ଲମ୍ବା ସମୟର ପ୍ରୟାସରତ ଥିଲେ ତାହା ଖୁବ୍ ଶୀଘ୍ର ପୂରଣ ହେବ। ଉଚ୍ଚ ଆଶା  ସଫଳହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ଧନ ଆଗମନର ନୂତନସ୍ରୋତ ଖୋଲିଯିବ। ପରିଜନଙ୍କ ସମ୍ବନ୍ଧିତ ଶୁଭ ସମାଚାର ପାଇବେ। ବ୍ୟବସାୟରେ ଆୟ ବୃଦ୍ଧି ହେବ ଓ ଅଧିକ ଲାଭ ପାଇବେ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ମିତ୍ର ଓ ସହଯୋଗୀଙ୍କ ଠାରୁ ଆଶାତୀତ ସହଯୋଗ ପ୍ରାପ୍ତି ହେବ। ପରିବାରରେ ମାନ ମନାନ୍ତର ଦୂର ହେବ। ବିଦେଶ ଯାତ୍ରାରେ ଲାଭବାନ୍ ହେବେ। ପ୍ରତିକାର:- ରାତିରେ କ୍ଷୀର ପିଅନ୍ତୁ ନାହିଁ।

ମୀନ:–

ଏ ସପ୍ତାହରେ କର୍ମ କ୍ଷେତ୍ରରେ ପଦୋନ୍ନତି ହେବା ସହ ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ।  ସକଳ କାର୍ଯ୍ୟରେ ସଫଳ। ମିଷ୍ଠାନ୍ନ ଭୋଜନ, ଉଚ୍ଚ ଆଶା ପୂରଣ, ବାଦବିବାଦରେ, ମାଲିମକଦ୍ଦମା, ପରୀକ୍ଷା, ପ୍ରତିଯୋଗିତା ଓ ସାକ୍ଷାତକାରରେ ଜୟଲାଭ କରିବେ। ଶତ୍ରୁନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ। ନୂତନକର୍ମ ନିଯୁକ୍ତି ପାଇବେ। ଲଟେରୀ, ଜୁଆ, ସଟ୍ଟା ଓ ସେୟାର୍ ମାର୍କେଟରେ ଅର୍ଥ ପ୍ରାପ୍ତି ହେବ। ଦୂର ଯାତ୍ରାକରିବେ, ବହୁ କଷ୍ଟରେ କାର୍ଯ୍ୟ ପୂରଣ ହେବ। ଶାରୀରିକ ପୀଡ଼ା, ମନରେ ଦୁଶ୍ଚିନ୍ତା ଦେଖା ଦେଇପାରେ। ପ୍ରତିକାର:- ଚଣାଡାଲି କିଛି ଦେବ ମନ୍ଦିରରେ ଦାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!