ଆଜି କେମିତି ରହିବ ଆପଣଙ୍କ ଦିନ : ୨୩ ଅପ୍ରେଲ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୩ ଅପ୍ରେଲ ୨୦୧୮

ମେଷ-

ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପରିବାରରେ ସୁଖ-ଶାନ୍ତି  ଯୋଗେ ସମସ୍ତ ଚିନ୍ତା ଦୂର ହେବ। ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଆର୍ଥିକ ପାରିବାରିକ ଏବଂ ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର- ଗାଈକୁ ଘାସ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

ବ୍ୟବସାୟ ଓ କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର- କୁକୁରକୁ ମିଠାରୁଟି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ-

ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟ ଓ କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର- ପଙ୍ଗୁ ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ-

ମାଲିମୋକଦ୍ଦମାରେ ଜୟ, ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି, ବ୍ୟୟ ଅପେକ୍ଷା ଆୟ ଅଧିକ, ନୂତନ ସଂସ୍ଥାର ଆୟୋଜନ କରିବେ। କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ।  କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ-

ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସନ୍ତାନ ସୁଖ ମିଳିବ। ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା-

ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ନୂଆ ନିଯୁକ୍ତି ଯୋଗ ଅଛି। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର- ବୃଦ୍ଧା ବୃଦ୍ଧଙ୍କୁ ସେବାକରୀ ଖାଦ୍ୟ ଦିଅନ୍ତୁ।

ତୁଳା-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ ।

ବିଛା-

ବ୍ୟବସାୟ ଓ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ଧନୁ-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। କର୍ମକ୍ଷେତ୍ରରେ ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖା ଦେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ପ୍ରତିକାର- ଆରାଧ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟନ୍ତୁ।

ମକର-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ସବୁଥିରେ ସଫଳତା ମିଳିବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସମୟ ଗୁଡିକ ହସ ଖୁସିରେ ବିତିବ। ପ୍ରତିକାର- ଗାଈକୁ ଗୁଡ ରୁଟି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ-

ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ। ନିଜ ଲୋକ ମନମୋଟିଆ ହେବେ। ମହିଳାମାନେ ଉଚିତ ପନ୍ଥା ଗ୍ରହଣ କରିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମୀନ-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବ୍ୟବସାୟ ଓ କର୍ମ କ୍ଷେତ୍ରରେ ଆୟ ବୃଦ୍ଧି ହେବ। ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!