ଦୈନିକ ରାଶିଫଳ: ୨୩ ଏପ୍ରିଲ ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୨୩ତାରିଖ, ଗୁରୁବାର, ମେଷ ମାସ ୧୧ ଦିନ, ବୈଶାଖ ମାସ, କୃଷ୍ଣପକ୍ଷ, ଅମାବାସ୍ୟା ତିଥି, ପ୍ରାତଃ ୭ଟା ୫୫ମିନିଟ୍ ଗତେ ପ୍ରତିପଦା ତିଥି, ଅଶ୍ଵିନୀ ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର। ପାଣିକଖାରୁ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୨୭ମିନିଟ୍ ରୁ ୭ଟା ୬ମିନିଟ୍, ଦିବା ୧୦ଟା ୩୦ମିନିଟ୍ ରୁ ୧ଟା ୧ମିନିଟ୍। ପର୍ବଦିନ ରୁକ୍ମିଣୀ ଅମାବାସ୍ୟା, ଅଶ୍ଵଥ ଛାୟା ଜଳେ ସ୍ନାନ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ। ଯେତେ ଅଧିକ ପରିଶ୍ରମ କରିବେ ବ୍ୟାପାର ଓ କାରବାରରେ ସୁଧାର ଆସି ସେତେ ଅଧିକ ଲାଭ ହେବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂରଣ ହୋଇ ଯିବ। ରାଜନୀତିରେ କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ଫଳରେ ଟଙ୍କାର ଆବଶ୍ୟକତା ପୂରଣ ହୋଇ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବା ଦ୍ଵାରା ମାନସିକ ଶାନ୍ତି ମିଳିବ। ପାରିବାରିକ କ୍ଷେତ୍ରରେ ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ସୁଖଶାନ୍ତି ବୃଦ୍ଧି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ସ୍ୱାସ୍ଥ୍ୟ ଭଲ ରହିବା ସହ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ।  ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ସମସ୍ତ କ୍ଷେତ୍ରରେ ଜୟଜୟକାର ହେବ। ଅଳ୍ପ ପରିଶ୍ରମରେ ଅଧିକ ଧନ ଲାଭ ହେବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହୋଇ ପରାକ୍ରମ ବଢିବା ସହ ପରିବାରରେ ସୁଖଶାନ୍ତି ଅନୁଭବ କରିବେ। ସବୁଥିରେ ସଫଳତା ମିଳି ସମସ୍ତ ଚିନ୍ତା ଦୂର ହେବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ବିଦ୍ୟାରେ ଉନ୍ନତି କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ପରିବାରରେ ସମୟ ବିତେଇ ପାରିଲେ ସନ୍ତାନ ଓ ଭାଇମାନଙ୍କ ଠାରୁ ଲାଭ ମିଳିବ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। କୌଣସି ମିତ୍ରଙ୍କ ସାହାଯ୍ୟ ଦ୍ଵାରା ଧନ ଲାଭ ହେବା ସହିତ ଉନ୍ନତି କରିବେ। ବ୍ୟବସାୟିମାନେ ବହୁତ ଲାଭ ଉଠାଇ ପାରିବେ। କର୍ମ କ୍ଷେତ୍ରରେ ଦାଇତ୍ଵ ବଢିବା ସହ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ମାଆ ବାପାଙ୍କର ଶରୀର ସୁସ୍ଥ ରହିବ ଓ ମାଆ ବାପା ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ଆପଣ ବିଶେଷ ବ୍ୟସ୍ତ ରହିବେ ଓ ଆତ୍ମକେନ୍ଦ୍ରିତ ହୋଇଯିବେ। ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ।   ପ୍ରଶାସନସେବା ସଂବନ୍ଧିତ କାର୍ଯ୍ୟରେ ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ।  ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ରାଜନୈତିକ କ୍ଷେତ୍ରରେ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସ।ଫଲ୍ୟ ଦେଖାଦେବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ସନ୍ତାନ ମାନଙ୍କ ପାଇଁ ଚିନ୍ତିତ ରହିବେ। ଶାରୀରିକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେଇ ପାରେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରେମିକ ପ୍ରେମିକାମାନେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ଦେଖାଦେଇ ପାରେ। କିନ୍ତୁ କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ପରିବାରର ମୁଖ୍ୟଙ୍କ ସହିତ ପରିଚାଳନାଗତ ସ୍ଵତନ୍ତ୍ରତା ଅତୁଟ ରଖି ହେବ। ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ପାରିବାରିକ କ୍ଷେତ୍ରରେ ସାମୟିକ ଭାବେ ଦାମ୍ପତ୍ୟ ସମସ୍ୟା ଉଣା ଅଧିକ ରହିବ। ଆର୍ଥିକ ବୃଦ୍ଧି ହେବା ଫଳରେ ସ୍ଥାନମାନ ପ୍ରତି ବିପଦ କଟିଯିବ।  ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। କର୍ମକ୍ଷେତ୍ରରେ ଉତ୍ତମ ବୁଝାମଣା ଜନିତ ଉତ୍ସାହ ଉଦ୍ଦୀପନାଯୁକ୍ତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ସାମାଜିକ ପ୍ରତିଷ୍ଠା ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭଭଳି ମର୍ଯ୍ୟ।ଦା ପ୍ରାପ୍ତିହେବ। ବନ୍ଧୁବାନ୍ଧବ ମାନଙ୍କ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସୁଖଶାନ୍ତି ଲାଭ ହେବା ସହ ଆତ୍ମୀୟବର୍ଗରେ ଉନ୍ନତି ହେବ। ବେପାର ବଣିଜରେ ପ୍ରଚୁର ଲାଭ ମିଳିବ ଏବଂ ନୂଆ ନୂଆ ଉପାୟ ଚିନ୍ତା କରିବେ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂରହୋଇ ବର୍ତ୍ତମାନ ସୁଖର ସ୍ୱପ୍ନ ଦେଖିପାରିବେ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ଛାତ୍ରଛାତ୍ରୀମାନେ ଉଚିତ ପନ୍ଥା ଗ୍ରହଣ କରି ବିଦ୍ୟାରେ ସଫଳ ହେବେ। ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ଅଶାନ୍ତିର ଝଡ ଶାନ୍ତ ହେବ। ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ପରାକ୍ରମ ବୃଦ୍ଧିପାଇ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ। ନଷ୍ଟହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ଦାମ୍ପତ୍ୟସୁଖରେ ସୁଖୀହେବା ସହ ଗୃହରେ ସୁଖଶାନ୍ତି ବିରାଜମାନ କରିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଶିକ୍ଷା କ୍ଷେତ୍ରରେ ସୁବିଧା ସୁଯୋଗ ପାଇ ଉଚ୍ଚଶିକ୍ଷା ନିମିତ୍ତ ଉତ୍ସାହିତ ହେବେ। ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହୋଇ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ଅଧା ହୋଇପଡ଼ିଥିବା ଗୃହକାର୍ଯ୍ୟ ସଂପୂର୍ଣ୍ଣ କରିବାକୁ ହୋଇଯିବ। ରାଜନୈତିକ କ୍ଷେତ୍ରରେ ଟାଣୁଆନେତା, ପୁରୁଖାନେତାଙ୍କ ପାଇଁ ଆଶା ଉଜ୍ଵଳ ହେବାର ଦେଖାଦେବ। ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳଭଳି ଅନୁଭବ କରିବେ। କର୍ମକ୍ଷେତ୍ରରେ ଶତ୍ରୁମାନେ ବିପଦରେ ପକେଇବା ପାଇଁ ଚେଷ୍ଟା କରିବେ। ସ୍ୱାସ୍ଥ୍ୟ ପାଇଁ ଅଧିକରୁ ଅଧିକ ସତର୍କ ରହିବା ଆବଶ୍ୟକ।  ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।  

କୁମ୍ଭ:-

ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ। ସନ୍ତାନମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷାର ମନସ୍କାମନା ପୂର୍ଣ୍ଣ ହେବ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ବ୍ୟବସାୟ କ୍ଷେତ୍ରରେ କର୍ମଚାରୀଙ୍କ ପ୍ରତି ସତର୍କ ରହିଲେ ସମସ୍ୟାର ସମାଧାନ କରି ଅଚାନକ ଧନଲାଭ ହେବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ନିଜ ଲୋକମାନେ ହିଁ କାମରେ ଆସିବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମୀନ:-

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ସାମାଜିକ କାମରେ ପ୍ରଶଂସା ମିଳିବ। ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ବିଦ୍ୟାରେ ଉନ୍ନତି ଓ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରେମ କ୍ଷେତ୍ରରେ ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!