ଦୈନିକ ରାଶିଫଳ: 23 ଏପ୍ରିଲ 2021, ମା ସନ୍ତୋଷୀଙ୍କ କୃପାରୁ ଏହି ରାଶିଙ୍କ ଭାଗ୍ୟରେ ଆସିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅପ୍ରେଲମାସ ୨୩ତାରିଖ, ଶୁକ୍ରବାର, ମେଷମାସ ୧୦ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ଏକାଦଶୀତିଥି, ମଘାନକ୍ଷତ୍ର, ସକାଳ ୭ଟା ୪୧ମିନିଟ୍ ଗତେ ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ବିଛା, ଧନୁ, ମୀନ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ଶିମ୍ବ ନ ଖାଇଲେ ଭଲ । ଶୁଭସମୟ- ସକାଳ ୫ଟା ୨୭ ମିନିଟ୍ ରୁ ୬ ଟା ୧୬ ମିନିଟ୍, ୭ ଟା ୮ ମିନିଟ୍ ରୁ ୮ଟା ୩୪ ମିନିଟ୍, ଦିବା୧୨ଟା ୧୧ ମିନିଟ୍ ରୁ ୨ଟା ୪୦ ମିନିଟ୍, ଦିବା ୪ଟା ୨୩ ମିନିଟ୍ ରୁ ୬ଟା ୨ ମିନିଟ୍, ରାତ୍ରି ୭ଟା ୩୫ ମିନିଟ୍ ରୁ ୮ଟା ୫୩ ମିନିଟ୍ । ପର୍ବଦିନ- ସର୍ବସମ୍ମତ କାମଦା ଏକାଦଶୀ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶିକ୍ଷାକ୍ଷେତ୍ରରେ ମାନସିକ ଏକାଗ୍ରତା ବଜାୟ ରହିବ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ବ୍ୟବସାୟରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନ ଯୋଜନା ପ୍ରସ୍ତୁତ କରି ଆଶାତୀତ ଲାଭ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସୁଯୋଗପାଇ ଖୁସି ହେବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂରହୋଇ ଯଶମାନ ବୃଦ୍ଧିହେବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଅସନ୍ତୁଷ୍ଟ ରହିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ହେବା ଫଳରେ ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ ଓ କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ । ଶତୃମାନେ ପରାଜିତ ହୋଇ ମିତ୍ରତା ଭାବ ଆଚରଣ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-

ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଭବିଷ୍ୟତରେ ଅତ୍ୟନ୍ତ ଲାଭଦାୟକ ହେବ । କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ । ବନ୍ଧୁଙ୍କୁ ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ । ବିଦ୍ୟାର୍ଥି ମାନଙ୍କର ମନଅନୁକୂଳ ଫଳପ୍ରାପ୍ତି ହେବା ଫଳରେ ଚିନ୍ତା ଭାବନା ଦୂର ହୋଇଯିବ । ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ । ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କଠିନ ପରିଶ୍ରମ କରିବା ଫଳରେ ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବା ସହ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-

ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଶିକ୍ଷା କ୍ଷେତ୍ରରେ ଅମନଯୋଗୀ, ଅଯଥାରେ ଶତୃବୃଦ୍ଧି, ଆର୍ଥିକ କ୍ଷେତ୍ରରେ ବିଫଳତା ଦେଖା ଦେବ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-

ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବା ସହ ନିଜଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ । କର୍ମକ୍ଷେତ୍ରରେ ବହୁ ସୁବୁଧା ପାଇ ଖୁସି ହେବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ । ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଯିବ । ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ ଓ ନୂତନ ବ୍ୟବସାୟର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ ମାନସିକ ଏକାଗ୍ରତା ବଜାୟ ରହିବ । ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ଧନୁ:-

ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ରାଜନୀତି କ୍ଷେତ୍ରରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ବିଧେୟ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

ମକର:-

ବ୍ୟବସାୟ କ୍ଷେତ୍ରରେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ରାଜନୀତିରେ ଲୋକ ସମ୍ପର୍କରେ ଉନ୍ନତି ହେବ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଶାନ୍ତି ଦେଖା ଦେବ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ଦାମ୍ପତ୍ୟ ସୁଖରେ ଉନ୍ନତି ହେବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ଭାବେ ସମ୍ମାନ ପାଇବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମୀନ:-

କାରବାର ବୃଦ୍ଧି ହେବା ଫଳରେ ଆଶାତୀତ ଲାଭପାଇବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ରାଜନୀତି କ୍ଷେତ୍ରରେ ସହକର୍ମୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଦାମ୍ପତ୍ୟ କଳହ ସମସ୍ୟାର ସମାଧାନ ହୋଇଯିବ । ସ୍ୱାସ୍ଥ୍ୟ ହାନୀ ହେବା ସହ ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ଧଳାରଙ୍ଗର ଗାଡ଼ିଥିଲେ ଗାଡ଼ିରେ ଗୋଟିଏ ପଇଡ଼ରଖି ଯାତ୍ରା କରନ୍ତୁ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!