ଦୈନିକ ରାଶିଫଳ: 23 ଏପ୍ରିଲ 2022, ଶନିଦେବଙ୍କ କୃପାରୁ ଏହି 5ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଏପ୍ରିଲ ମାସ ୨୩ ତାରିଖ, ଶନିବାର, ମେଷ ମାସ ୧୦ ଦିନ, ବୈଶାଖମାସ କୃଷ୍ଣପକ୍ଷ, ସପ୍ତମୀ ତିଥି ସକାଳ ୬ଟା ୨୭ମିନିଟ୍ ପରେ ଅଷ୍ଟମୀ ତିଥି କ୍ଷୟ, ଉତ୍ତରାଷାଢା ନକ୍ଷତ୍ର ସନ୍ଧ୍ୟା ୬ ଟା ୫୪ମିନିଟ୍ ପରେ ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ସାଧ୍ୟ ଯୋଗ ରାତି ୧ ଟା ୩୦ ମିନିଟ୍ ପରେ ଶୁଭ ଯୋଗ । ବବ କରଣ ସକାଳ ୬ଟା ୨୭ମିନିଟ୍ ପରେ ବାଳବ କରଣ ସନ୍ଧ୍ୟା ୫ଟା୨୬ ପରେ କୌଳବ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ତାଳ ନ ଖାଇଲେ ଭଲ ସକାଳ ୬ଟା ୨୭ମିନିଟ୍ ପରେ ନଡିଆ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ବାୟବ୍ୟେ ପ୍ରାତଃ ୬ଟା ୨୭ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଅଷ୍ଟମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୫ଟା ୨୭ମିନିଟ୍ ରୁ ୭ଟା ୨ମିନିଟ୍, ଦିବା ୧ଟା ୨୦ମିନିଟ୍ ରୁ ଦିବା ୨ଟା ୫୫ମିନିଟ୍, ଦିବା ୪ଟା ୨୯ମିନିଟ୍ ରୁ ରାତ୍ରି ୭ଟା ୨୯ମିନିଟ୍, ନିଶାନ୍ତ ୪ଟା ୧ମିନିଟ୍ ରୁ ୫ଟା ୨୭ମିନିଟ୍ । ଶୁଭସମୟ- ଦିବା ୧୦ଟା ୧୧ମିନିଟ୍ ରୁ ୧ଟା, ରାତ୍ର ୮ଟା ୨୦ମିନିଟ୍ ରୁ ୧୦ଟା ୩୬ମିନିଟ୍, ରାତ୍ର ୧୨ଟା ୮ମିନିଟ୍ ରୁ ୧ଟା ୩୮ମିନିଟ୍, ରାତ୍ର ୨ଟା ୨୪ମିନିଟ୍ ରୁ ରାତ୍ର ୩ଟା ୫୫ମିନିଟ୍ ।

ମେଷ:-ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ପାରିବାରିକ ଜୀବନରେ ଆନନ୍ଦିତ ହେବେ । ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଶତୃମାନେ ତଳମୁହାଁ ହେବେ । ଆର୍ଥୀକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ସ୍ଥିର ହୋଇପାରେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ସାହିତ୍ୟ, କଳା, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଆମୋଦ ପ୍ରମୋଦ, ମନୋରଞ୍ଜନରେ ଆଗ୍ରହ ବଢିବ । ନିଜ ଆଚାର ବ୍ୟବହାରରେ ତ୍ରୁଟି ପରିଲକ୍ଷିତ ହେବା ଦ୍ଵାରା ଗୁରୁଜନଙ୍କ ଅସନ୍ତୋଷ ଭାଜନ ହେବେ । ପୁରାତନ ରୋଗ ନେଇ ଚିନ୍ତିତ ରହିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖା ଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସାହିତ୍ୟ, କଳା, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଆନୁଷ୍ଠାନିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ । ସାହିତ୍ୟ, କଳା, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ । ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ । ନୂତନ ଆୟପନ୍ଥା ପ୍ରାପ୍ତି ହେବ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଲାଭ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-କର୍ମକ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ । ପରିବାରରେ ସୁଖ ଶାନ୍ତି ଓ ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାମ୍ନା କରି ପାରନ୍ତି । ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡି ପାରନ୍ତି । ଯୋଜନା ମୁତାବକ କାମ କରନ୍ତୁ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଅଫିସ୍ ରେ କରିଥିବା କାମର ଶୁଭ ସୂଚନା ପାଇ ଶାନ୍ତି ପାଇବେ । କର୍ମକ୍ଷେତ୍ରରେ ଅଧିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବାକୁ ପଡିପାରେ । ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭବାନ୍ ହେବେ ଓ କର୍ମଚାରୀମାନଙ୍କ ଯୋଗୁ ଶାନ୍ତି ପାଇବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ନୂତନ କର୍ମ ନିଯୁକ୍ତି ପାଇବେ । କର୍ମକ୍ଷେତ୍ରରେ ପଦୋନ୍ନତି ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ବିରାଟ ଯୋଜନାର ସଂକଳ୍ପ ନେବେ । ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତିପତ୍ର ହୋଇପାରେ । ନୂତନ ଆୟର ପନ୍ଥା ଖୋଲିଯିବ । ପରିବାର ଜନଙ୍କ ଠାରୁ ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-ଆକସ୍ମିକ ଧନ ଲାଭ ହେବ । ଶାରିରୀକ ସୁସ୍ଥତା ଦେଖା ଦେବ । ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ । ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ପ୍ରତିକାର-ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-ସାହିତ୍ୟ, କଳା, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । କିନ୍ତୁ କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ । ପରିବାରରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଶାନ୍ତି ଦେଖା ଦେବ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର:-ଶତୃ ପରାଜିତ ହେବେ । ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ଆର୍ଥିକସ୍ଥିତିରେ ସୁଧାର ଆସିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ଜନସେବାରେ ନିଜକୁ ନିୟୋଜିତ କରିବେ । ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମୀନ:-ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ଉଚ୍ଚ ପଦବୀରେ ଅଧିଷ୍ଠିତ ହେବେ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ବଢିଯିବ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!