ଦୈନିକ ରାଶିଫଳ: ୨୩ ଅଗଷ୍ଟ ୨୦୧୯, ମା ସନ୍ତୋସୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ ଓ ବ୍ୟବସାୟରେ ଉନ୍ନତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ଓ ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ରାଜନୀତିରେ ଉନ୍ନତି ହେବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ମହିଳାମାନଙ୍କର ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ କ୍ଷତି ସହିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ। ରାଜନୀତି ରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରେମୀ-ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।  

ମିଥୁନ:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଉଚ୍ଚଆଶା ସଫଳ ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ନୂତନ ନିଯୁକ୍ତିର ସୁଯୋଗ ପାଇବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କର୍କଟ:-

ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନ-ପ୍ରତିଷ୍ଠା ବଢିବ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ପାଠପଢ଼ାରେ ମନଯୋଗ ଦେବେ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ସିଂହ:-

ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରିପାରିବେ। ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ। ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।  

କନ୍ୟା:-

ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା ପାଇଁ ଅନାବଶ୍ୟକ ଧାଁଦୌଡ଼ କରିବାକୁ ପଡିବ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ତୁଳା:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। ସୁଖ ସମୃଦ୍ଧି ବୃଦ୍ଧି ହେବ। ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଜ୍ୟୋତିଷ, ତନ୍ତ୍ର-ମନ୍ତ୍ର, ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ମିଳିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ରାଜନୀତି ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ସନ୍ତାନଙ୍କ ସମ୍ବନ୍ଧରେ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ପାରିବାରିକ ଜୀବନ ସୁଖମୟ ହେବ ଓ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଚାକିରୀରେ ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ।  କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ଵାସୀ ମନେ କରିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମକର:-

ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷଜନକ ହେବ। ସେୟାର ବଜାରରେ ମୁନାଫା ମିଳିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକମାନଙ୍କର ବିଶେଷ ଉନ୍ନତିହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମୀନ:-

ସମାଜିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ। କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। କାଷ୍ଠ ଉପକରଣ ବ୍ୟବସାୟୀ ମାନେ ଲାଭବାନ ହେବେ। ପାରିବାରିକ ଜୀବନ ସୁଖମୟ ହେବ। ପ୍ରତିକାର- ଶଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!