ଦୈନିକ ରାଶିଫଳ: 23 ଡିସେମ୍ବର ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଡିସେମ୍ବର ମାସ ୨୩ତାରିଖ, ବୁଧବାର, ଧନୁମାସ ୯ଦିନ, ମାର୍ଗଶିରମାସ, ଶୁକ୍ଳପକ୍ଷ, ନବମୀତିଥି, ରେବତୀନକ୍ଷତ୍ର, ମୀନରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ଲାଉ ନ ଖାଇଲେ ଭଲ, ରାତି ୮ଟା ୩୯ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୬ଟା ୨୨ମିନିଟ୍ ରୁ ୮ଟା ୩୦ମିନିଟ୍, ଦିବା ୧୦ଟା ୪୨ମିନିଟ୍ ରୁ ୧୧ଟା ୪୪ମିନିଟ୍, ଦିବା ୧ଟା ୩୪ମିନିଟ୍ ରୁ ୩ଟା ୪୨ମିନିଟ୍, ସନ୍ଧ୍ୟା ୬ଟା ୩ମିନିଟ୍ ରୁ ୬ଟା ୫୩ମିନିଟ୍, ରାତ୍ର ୮ଟା ୪୨ମିନିଟ୍ ରୁ ୩ଟା ୩ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣଯୋଗେ ବ୍ୟଥିତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ସଫଳତା ମିଳିବ ଓ ଉତ୍ସାହିତ ହେବେ। ଆର୍ଥିକ ଚିନ୍ତା ଦୁର ହେବ ଓ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଦ୍ଵାରା ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟ ରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତାରେ ନିଜ ପକ୍ଷ ସବଳ ରହିବ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ପାଇବେ। ଶୁଭ ସମାଚାର ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ପାଇ ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ। ବ୍ୟବସାୟିକ ସ୍ଥିତି ସୁଧୁରିଯିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଉଚିତ୍ପନ୍ଥା ଗ୍ରହଣ କରି ହସ ଖୁସିରେ ସମୟ ବିତେଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କର୍କଟ:-

ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତାମାନେ ବିଶେଷ ଲାଭବାନ୍ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ଛାତ୍ର ଛାତ୍ରୀ ମାନଙ୍କର ସଂଘର୍ଷ ଦ୍ୱାରା ସଫଳତା ମିଳିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ଘରୋଇ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସିବ।ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପ୍ରେମୀକପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିପାରନ୍ତି। କ୍ରୋଧ ନିୟନ୍ତ୍ରଣ ନରଖିଲେ କ୍ଷତି ସହିବେ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

କନ୍ୟା:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ପରିବହନ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ଭ୍ରାତୃ ବିବାଦ ଦୂର ହେବ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ସୁଖ ସମ୍ପଦ ପ୍ରାପ୍ତି ହେବ। ମାଲିମୋକଦ୍ଦମାରେ ସମ୍ମାନ, ପ୍ରତିଷ୍ଠା ଅତୁଟ ରହିବ। ଆର୍ଥିକ ଚିନ୍ତା ଦୁରହେବା ସହ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ବିଚ୍ଛା:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଅନୁଭବ କରିବେ। ନୂତନ କାର୍ଯ୍ୟରେ ଉନ୍ନତି ହେବ। କର୍ମୋନ୍ନତିର ସୂଚନା ପାଇବା ସହ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଶତୃନାଶ, ଋଣନାଶ ଓ ପରିଚାଳନାଗତ ସମସ୍ୟା ସମାଧାନ ହେବ। ଶୁଭ ସମାଚାର ପାଇ ମନ ଖୁସି ହେବ। ଦୂରଯାତ୍ରାକଲେ ଅଭିଷ୍ଟ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସମସ୍ତ ଚେଷ୍ଟା ସଫଳ ହେବ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ଧନୁ:-

ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ମନୋରଂଜନ କାର୍ଯ୍ୟରେ ସମୟ କଟିବ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଶତୃ ବିରୋଧୀ ମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବ୍ୟବସାୟକ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ। ବନ୍ଧୁଙ୍କ ଶୁଭକର୍ମରେ ମଧ୍ୟ ଯୋଗଦେବାକୁ ବାଧ୍ୟ ହେବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ମକର:-

ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତିହେବ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। କୌଣସି ନୂତନକର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ଅଫିସରେ କରିଥିବା କାମର ଶୁଭସୂଚନା ପାଇବେ। ଗୃହରେ ଦୀର୍ଘଦିନର ବିବାଦୀୟ ସମସ୍ୟାରେ ସଫଳତା ମିଳିବ। ବିରୋଧୀ ମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

କୁମ୍ଭ:-

ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

ମୀନ:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ରାଜନୀତି ସମ୍ବନ୍ଧୀୟ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ଶତୃମାନେ ପରାଜିତ ହେବେ। ଧର୍ମ କର୍ମରେ ରୁଚି ବୃଦ୍ଧି ହେବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!