ଦୈନିକ ରାଶିଫଳ: ୨୩ ଡିସେମ୍ବର ୨୦୧୯, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ। ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ଆତ୍ମନିର୍ଭର ଶୀଳ ହେବେ। ପାରିବାରିକ ସମସ୍ୟା ସୁଧୁରି ଯିବ। ଆନୁଷ୍ଠାନିକ କାମ ଓ ବନ୍ଧୁମିଳନ ହେତୁ ମନ ଖୁସୀ ରହିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ରାଜନୀତିରେ ସଫଳତା ମିଳିବା ସହ କୃତକାର୍ଯ୍ୟ ହେବେ। ଆୟ ଅପରିବର୍ତ୍ତିତ ରହି ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟରେ ଜବରଦସ୍ତି ଉନ୍ନତି ସହ ଆଶାତୀତ ଲାଭ ପାଇବେ ଓ ଆୟରସ୍ରୋତ ଖୋଲିଯିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଆର୍ଥୀକକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପ୍ରତିକାର ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ସମାଜସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ କିଛି ବ୍ୟୟ କରି ପାରନ୍ତି। ଦୂରଯାତ୍ରାରେ ସଫଳତା ମିଳିବ ଓ ଉତ୍ତମ ରୋଜଗାର କରିପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ। କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ରେ ଆନନ୍ଦିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଉଚିତପନ୍ଥା ଗ୍ରହଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସନ୍ତାନଙ୍କ ପାଇଁ ମାନସିକ ସ୍ଥିରତା ବଜାୟ ରହିବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଶୁଭ ସମ୍ବାଦ ପାଇବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ବକେୟା ଅର୍ଥ କିଛି ମିଳିବ। ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହୋଇ ନୂଆ ନିଯୁକ୍ତି ପାଇବାର ଯୋଗ ଅଛି। ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ଆୟ ଉପାର୍ଜ୍ଜନର ବୃଦ୍ଧି, ଋଣରୁ ମୁକ୍ତି ମିଳିବ। ଶତ୍ରୁବାଧା ଦୂରେଇ ଯିବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। କୋର୍ଟ କଚେରୀ ମାମଲାରେ ଉନ୍ନତିର ଛକ ଉପରେ ପଦାର୍ପଣ କରିବେ। ପ୍ରତିକାର ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ବିଚ୍ଛା:-

କର୍ମ କ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ଚାକିରୀରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ରାଜକୀୟ ମାମଲାରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ହଠାତ୍ କାହାର ଡକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

ଧନୁ:-

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ଜନସମ୍ପର୍କ ସୁଦୃଢ ହେବ। ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ମାନସିକ ଚିନ୍ତା ଦୂର ହେବ। ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ କରିପାରିବେ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟ ପ୍ରାପ୍ତ ହେବ। କାରବାର ଓ କାମ-କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ। ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳତା ମିଳିବ। ଶତୃମାନେ ଦୂର ହେବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ରୋଜଗାରରେ ଉନ୍ନତି ହେବ। ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ନିଜ ଲୋକମାନେ ହିଁ କାମରେ ଆସିବେ। ବ୍ୟାପାର ଓ ବ୍ୟବସାୟରେ ଉନ୍ନତି ହେବ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

କୁମ୍ଭ:-

ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ।  ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ। କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!