ଦୈନିକ ରାଶିଫଳ: 23 ଡିସେମ୍ବର 2022, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଡିସେମ୍ବର ମାସ ୨୩ତାରିଖ, ଶୁକ୍ରବାର, ଧନୁମାସ ୮ଦିନ, ପୌଷମାସ, କୃଷ୍ଣପକ୍ଷ, ଅମାବାସ୍ୟା ତିଥି ଦିବା ୩ଟା ୪୬ମିନିଟ୍ ପରେ ପ୍ରତିପଦାତିଥି, ମୂଳାନକ୍ଷତ୍ର, ଧନୁରାଶିରେ ଚନ୍ଦ୍ର । ଗଣ୍ଡ ଯୋଗ ଦିବା ୧ଟା ୪୦ମିନିଟ୍ ପରେ ବୃଦ୍ଧି ଯୋଗ । ନାଗ କରଣ ଦିବା ୩ଟା ୪୬ମିନିଟ୍ ପରେ କିସ୍ତୁଘ୍ନ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ଆମିଷ, ତୈଳ ନ ଖାଇଲେ ଭଲ ଦିବା ୩ଟା ୪୬ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ଦିବା ୩ଟା ୪୬ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଅମାବାସ୍ୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଏବଂ ପ୍ରତିପଦାର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୯ଟା ୩ମିନିଟ୍ ରୁ ୧୧ଟା ୪୫ମିନିଟ୍, ରାତ୍ରି ୮ଟା ୨୭ମିନିଟ୍ ରୁ ୧୦ଟା ୬ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୨୨ମିନିଟ୍ ରୁ ୭ଟା ୩ମିନିଟ୍, ସକାଳ ୭ଟା ୪୮ମିନିଟ୍ ରୁ ୯ଟା ୨ମିନିଟ୍, ଦିବା ୧୨ଟା ୮ମିନିଟ୍ ରୁ ୧୨ଟା ୫୯ମିନିଟ୍, ଦିବା ୩ଟା ୪୪ମିନିଟ୍ ରୁ ୫ଟା ୮ମିନିଟ୍, ସନ୍ଧ୍ୟା ୬ଟା ୩ମିନିଟ୍ ରୁ ରାତ୍ର ୮ଟା ୨୬ମିନିଟ୍, ରାତ୍ର ୧୨ଟା ୧୩ମିନିଟ୍ ରୁ ୧ଟା ୫୬ମିନିଟ୍, ରାତ୍ର ୨ଟା ୫୧ମିନିଟ୍ ରୁ ୪ଟା ୩୫ମିନିଟ୍ । ପର୍ବଦିନ- ବକୁଳ ଅମାବାସ୍ୟା, ଗୃହୀଣାଂ ବକୁଳ ଲାଗି, ଯଜ୍ଞବରାହ ଜନ୍ମ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ପ୍ରେମକ୍ଷେତ୍ରରେ ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ । ସାମାଜିକ କଲ୍ୟାଣ କାମରେ ସହଯୋଗ କରି ପ୍ରଶଂସିତ ହେବେ । କେତେକ କ୍ଷେତ୍ରରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ସାମ୍ବାଦିକ ମାନେ ପ୍ରଶଂସିତ ହେବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ସାମୁହିକ ଗତିବିଧି ଦ୍ଵାରା ସଫଳତା ହାସଲ କରି ପାରିବେ । ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ । ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ । ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ । ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ । ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ବନ୍ଧୁ ମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ନୂତନ ଯୋଜନା ସାଫଲ୍ୟ ଦାୟକ ହେବ । ବିଦ୍ୟା କ୍ଷେତ୍ରରେ ଉନ୍ନତି କରିବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

କର୍କଟ:-ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ । ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ ।

ସିଂହ:-ପୂର୍ବ ବିଚାରାଧୀନ କାର୍ଯ୍ୟ ସମାପ୍ତ କରିବାକୁ ଚେଷ୍ଟାଜାରି ରଖିବେ । ଜୀବନସାଥିଙ୍କ ସମର୍ଥନ ଆପଣଙ୍କ ମନୋବଳ ବୃଦ୍ଧି କରିବ । ମୁଦ୍ରାସ୍ଫୀତିର ପ୍ରଭାବ ବ୍ୟବସାୟ ଉପରେ ଦେଖାଯିବ । ଆୟୋଗ ସମ୍ବନ୍ଧୀୟ କାର୍ଯ୍ୟ ଯତ୍ନର ସହ କରାଯିବା ଉଚିତ୍ । ପିଲାମାନଙ୍କର ଲାଳନପାଳନ ଉପରେ ବହୁତ ଧ୍ୟାନ ଦେବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ଶିକ୍ଷାର୍ଥୀମାନେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ । ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ପ୍ରକାଶ ପାଇବ । ବେସାହାରା ମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ଟେନସନ ଦୂର ହେବ । ଭବିଷ୍ୟତ ବିଷୟରେ ଚିନ୍ତା ଦୂର ହେବା ସହ ଅଟକି ଯାଇଥିବା ଟଙ୍କା ପାଇ ପାରିବେ । ଅନ୍ୟମାନଙ୍କୁ କଦାପି ଅଯଥା ପରାମର୍ଶ ଦିଅନ୍ତୁ ନାହିଁ । ଅଫିସରେ ସହକର୍ମୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖନ୍ତୁ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-କଠିନ ପରିଶ୍ରମ କରି ପ୍ରଶଂସା ପାଇବେ । ସାମ୍ବାଦିକ ମାନେ ପ୍ରଶଂସିତ ହେବେ । ବାଣିଜ୍ୟ ବ୍ୟାପାର ମାମଲାରେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ । ଭୌତିକ ସୁଖସୁବିଧା ସାଧନର ବୃଦ୍ଧି ହେବ । କର୍ମ କ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ । ବାହାରକୁ ବାହାରିଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ବ୍ୟବସାୟ କ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ସହ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ଛାତ୍ର ଛାତ୍ରୀମାନଙ୍କର ପରିଶ୍ରମ ଓ ମେହନତର ପରିଣାମ ସ୍ୱରୂପ ନୂଆ ଜ୍ଞାନର ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କୁମ୍ଭ:-ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତ ହେବେ । ବ୍ୟବସାୟୀ ମାନେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ପାରିବାରିକ ଦ୍ଵନ୍ଦର ଅବସାନ ଘଟି ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ । ଧନମାନ ଦିଗରୁ ସୁରକ୍ଷିତ ରହିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!