ଆଜି କେମିତି ରହିବ ଆପଣଙ୍କ ଦିନ : ୨୩ ଫେବୃୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୩ ଫେବୃୟାରୀ ୨୦୧୮

ମେଷ-

ବାହନ ଆଦି କ୍ରୟ କରିପାରିବେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ଅଚାନକ ଭାବରେ ଦୂରଯାତ୍ରା କରିବେ। କାର୍ଯ୍ୟ କ୍ଷେତ୍ରରେ ବୃଦ୍ଧି ହେବ। ଯଶ ଓ ସମ୍ମାନ ବଢିବ। ନିଜ ପରିଶ୍ରମରେ ସଫଳତା ପାଇବେ। ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

ନିଜର କାର୍ଯ୍ୟବ୍ୟସ୍ତତା ଯୋଗୁ ସମୟ ପାଇବେନାହିଁ। ଅଫିସରେ ଟେନସନ ଦୂର ହେବ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ବ୍ୟବସାୟରେ ଉତ୍ଥାନ-ପତ୍ତନର ସମ୍ମୁଖୀନ ହେବେ। ଯାତ୍ରାରେ ସଫଳ ହେବେ। ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ ଦେବେ। ପ୍ରତିକାର- ସୋରିଷତେଲ ପରଟା କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ-

ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ମେଣ୍ଟିଯିବ। କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ସଫଳତା ପ୍ରାପ୍ତି ହେବ। ସୌହାର୍ଦ ତଥା ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ପ୍ରତିକାର-ଘରୁ ବହାରରିବାସମୟରେ ମୁହଁ ମିଠା କରି ବାହାରନ୍ତୁ।

କର୍କଟ-

ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ସର୍ବଦା ଲୋକଙ୍କ ସମ୍ପର୍କରେ ରହିବେ, ସେଥିପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରିବେ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ-

ଧନ ଲାଭ ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇପାରିବେ। ଘର-ପରିବାରକୁ ପ୍ରାଥମିକତା ଦେବେ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ପ୍ରତିକାର-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କନ୍ୟା-

ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ଆହୁରି ପଢନ୍ତୁ: ଦିନଟି ଭଲରେ କଟିବାପାଇଁ କରନ୍ତୁ ଏହି ପାଞ୍ଚୋଟି କାମ।

ତୁଳା-

ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରକ୍ରାନ୍ତ ରହିବ। ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଘଟିବ। ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହେବେ। ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସିବ ଓ ବିଳମ୍ବ ହେବ। କ୍ରୋଧ ହେତୁ କାର୍ଯ୍ୟରେ ଅସଫଳ ହେବେ। ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।  

ବିଛା-

ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ଶତୃମାନେ ଦୂରେଇ ଯିବେ। ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। ପ୍ରତିକାର- ଗାଈକୁ ଗୁଡ ରୁଟି ଖାଇବାକୁ ଦିଅନ୍ତୁ।

ଆହୁରି ପଢନ୍ତୁ: ଏହି ପାଞ୍ଚୋଟି ଉପାୟ ଦୂର କରିପାରେ ଘରେ ବା ବ୍ୟବସାୟ କ୍ଷେତ୍ରରେ ଅର୍ଥାଭାବ ।

ଧନୁ-

ମାଲିମୋକଦ୍ଦମାରେ ସଫଳତା ମିଳିବ। ପିଲାମାନଙ୍କ ପାଠପଢା ନେଇ ଚିନ୍ତିତ ରହିବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ବାକିଥିବା କାର୍ଯ୍ୟ ସଫଳତାପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ପ୍ରତିକାର-ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ମକର-

ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ। ପ୍ରତିକାର- ଗାଈକୁ ଘାସ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କୁମ୍ଭ-

ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ।  ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ। କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ। ପ୍ରତିକାର-ମୁଗ ଡାଲି ମନ୍ଦିରରେ ଦାନ କରନ୍ତୁ।

ମୀନ-

ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ।  ପ୍ରତିକାର-ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!