ଦୈନିକ ରାଶିଫଳ: ୨୩ ଫ୍ରେବୃୟାରୀ ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ସ୍ୱାସ୍ଥ୍ୟ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଫେବୃଆରୀ ମାସ ୨୩ତାରିଖ, ରବିବାର, କୁମ୍ଭ ମାସ ୧୧ ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ଅମାବାସ୍ୟା ତିଥି, ଧନିଷ୍ଠା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। ଆମିଷ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୬ଟା ୧୬ ରୁ ୧୦ଟା ୪ମି, ଦିବା ୧ଟା ୨୭ ରୁ ୧ଟା ୫୪ମି, ସନ୍ଧ୍ୟା ୬ଟା ୩୬ ରୁ ରାତି ୯ଟା ୫ମି।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:- 

ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଭାତୃ ବିବାଦ, ଜମି, ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ।  ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ନୂତନ କାର୍ଯ୍ୟରେ ହାତ ଦେଲେ ବିଫଳ ହେବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ। ଘାତ

ବୃଷ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଜରୁରୀ କାର୍ଯ୍ୟପାଇଁ ଯାତ୍ରାକରିବାକୁ ପଡ଼ିବ। କଠିନ କାର୍ଯ୍ୟ ସହଜରେ ସମାଧାନ ହୋଇଯିବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ଜାଗା, ଜମି, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ଦାମ୍ପତ୍ୟ ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ। ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସନ୍ତାନର ସୁଖବର ଶୁଣି ଖୁସିହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା ସହଜରେ ହସ୍ତଗତ ହେବ। ବ୍ୟବସାୟ କ୍ଷେତ୍ରରେ ବୃତ୍ତିଗତ ଦୃଷ୍ଟିରୁ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ। ରାଜନୀତିରେ କୃତକାର୍ଯ୍ୟ ହେବେ। ପରିବାର ସମସ୍ୟା ସମାଧାନ ହୋଇଯିବ। ଦାମ୍ପତ୍ୟ ସୁଖ ବୃଦ୍ଧିହେବ। ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ବେପରୁଆ କାର୍ଯ୍ୟକଳାପ ଯୋଗୁଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇ ପାରନ୍ତି। ମାନହାନୀର ସମ୍ଭାବନା ଅଧିକ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ। ଘାତ

କର୍କଟ:- 

ବ୍ୟବସାୟ କ୍ଷେତ୍ରରେ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। କାର୍ଯ୍ୟକ୍ଷେତ୍ରରେ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନିତ ହେବେ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ଦୂର ଯାତ୍ରା ଫଳରେ ସ୍ୱାସ୍ଥ୍ୟ ପ୍ରଭାବିତ ହେବା ସହ ଦୁର୍ବଳ ଅନୁଭବ କରିବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ।  ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମ ପ୍ରସଙ୍ଗରେ ସାଙ୍ଗସାଥିମାନେ ସାହାଯ୍ୟ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଛାତ୍ର ଛାତ୍ରୀମାନେ ପ୍ରେରଣା ପାଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇଯିବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ପାଇ ମାନସିକ ଶାନ୍ତି ଅନୁଭବ କରିବେ। ଛାତ୍ର ଛାତ୍ରୀମାନେ କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସିତ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ। ପ୍ରେମିକ ପ୍ରେମିକାମାନେ କୌଣସି ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ।

ବିଚ୍ଛା:- 

କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉତ୍ସାହିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଜାଗା, ଜମି, ଗୃହଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ଧନୁ:- 

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବ୍ୟବସାୟ କାରବାରରେ ସୁଧାର ଆସିବା ଫଳରେ ଭଲ ଲାଭ ହେବ। ଘରୋଇ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ମାନସିକ ଅଶାନ୍ତି ଦୂର ହେବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା ସହଜରେ ହସ୍ତଗତ ହେବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଆପୋସ ସମାଧାନର ରାସ୍ତା ଖୋଲିଯିବ। ପ୍ରେମୀ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତ ଓ କ୍ରିଡା କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ପ୍ରତିକାର ଶଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:- 

ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ।  ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ଫଳରେ ଆଗକୁ ବଢି ପାରିବେ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ଯୋଗାଯୋଗ କରି ପାରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତ ଓ କ୍ରିଡାକ୍ଷେତ୍ରରେ ପ୍ରଶଂସିତ ହେବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:- 

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ନିଜର କାର୍ଯ୍ୟକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପଢ଼ାପଢ଼ିରେ ମନଯୋଗ ଦେଇ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗ ଦେଇ ପାରନ୍ତି। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତ ଓ କ୍ରିଡା କ୍ଷେତ୍ରରେ ସ୍ଵନାମ ଅର୍ଜନ କରିବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି କରିବେ। ନୂଆସମସ୍ୟାର ସମ୍ମୁଖୀନ ହେଲେମଧ୍ୟ ନିଜରବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ। ପ୍ରତିକାର:- କୁକୁରକୁ କିଛି ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!