ଦୈନିକ ରାଶିଫଳ: 23 ଫେବୃୟାରୀ 2021, କୌଣସି କାର୍ଯ୍ୟ ଆରମ୍ଭ କାରିବା ପୂର୍ବରୁ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଫେବୃୟାରୀ ମାସ ୨୩ତାରିଖ, ମଙ୍ଗଳବାର, କୁମ୍ଭମାସ୧୨ ଦିନ, ମାଘମାସ, ଶୁକ୍ଳପକ୍ଷ, ଏକାଦଶୀତିଥି, ଆର୍ଦ୍ରା ନକ୍ଷତ୍ର, ମିଥୁନରାଶିରେ ଚନ୍ଦ୍ର । ମକର ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ଶିମ୍ବ, ଆମିଷ ନ ଖାଇଲେ ଭଲ, ସନ୍ଧ୍ୟା ୬ଟା ୫ମିନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ । ଶୁଭସମୟ- ସକାଳ ୯ଟା ୮ମିନିଟ୍ ରୁ ୧୦ଟା ୪୯ମିନିଟ୍, ଦିବା ୧ଟା ୧୦ମିନିଟ୍ ରୁ ୧ଟା ୨୫ମିନିଟ୍, ଦିବା ୪ଟା ୨୦ମିନିଟ୍ ରୁ ୪ଟା ୫୮ମିନିଟ୍, ସନ୍ଧ୍ୟା ୫ଟା ୪୬ମିନିଟ୍ ରୁ ୬ଟା ୩୪ମିନିଟ୍, ରାତ୍ର ୯ଟା ୫ମିନିଟ୍ ରୁ ୧୧ଟା ୩୪ମିନିଟ୍ । ପର୍ବଦିନ-ସ୍ମାର୍ତ୍ତ ସମ୍ମତ ଭୌମୀ ବଡ ଏକାଦଶୀ, ବ୍ୟାସ ସରୋବର ଯାତ୍ରା, ମହାପୁରୁଷ ଅଚ୍ୟୁତାନନ୍ଦଙ୍କ ଜୟନ୍ତୀ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ଵାସ୍ଥ୍ୟରେ ଉନ୍ନତି ହେବା ସହ ଶତୃଙ୍କ ସହିତ ମୁକାବିଲା କରିପାରିବେ । ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ଲାଭ ପାଇବେ । କୌଣସି ଅଚିହ୍ନା ବ୍ୟକ୍ତିଙ୍କ ସହଯୋଗରେ ସମସ୍ତ ସମସ୍ୟା ସମାଧାନ ହୋଇଯିବ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । କର୍ମକ୍ଷେତ୍ରରେ କୌଣସି ବରିଷ୍ଠ ରାଜନେତାଙ୍କ ସାହାଯ୍ୟ ପାଇ ଆତ୍ମନିର୍ଭର ଶୀଳ ହେବେ । ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ ।

ବୃଷ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ଅକ୍ଷୁର୍ଣ୍ଣ ରହିବ । ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ । ଆର୍ଥିକ ସଙ୍କଟ ଦୂର ହେବ । ପାରିବାରିକ କ୍ଷେତ୍ରରେ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ବ୍ୟବସାୟରେ ଉତ୍ତମ ରୋଜଗାର ହେବ । ପ୍ରତିକାର- ଶ୍ଵେତଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମିଥୁନ:-

ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଦୂରଯାତ୍ରାରେ ସଫଳତା ମିଳିବ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କର୍କଟ:-

ଆକସ୍ମିକ ଧନ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ । ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ । କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ଦେଖା ଦେବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ସିଂହ:-

ଶତୃମାନେ ଦୂରେଇ ଯିବେ । ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ବିଦ୍ୟାରେ ଉନ୍ନତି କରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଚାକିରୀରେ ପଦୋନ୍ନତିସହ ଆର୍ଥଲାଭ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ଆପଣାଲୋକ ଭାବେ ଗଣତି ହେଉଥିବା ବ୍ୟକ୍ତିଙ୍କ ମଧ୍ୟରୁ କେହି ବାଦ ସାଧିବା ଉଦେଶ୍ୟରେ କାଗଜପତ୍ର ଗୋଳମାଳ କରାଇ ରାଜକୋପର ବଳୟମଧ୍ୟକୁ ଘୋଷାଡ଼ି ନେଇ ପାରନ୍ତି । ତେଣୁ ସତର୍କ ରହିବା ଉଚିତ୍ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-

ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଏବଂ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇପାରିବେ । ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ । ଗୃହୋପକରଣ କ୍ରୟ କରିବେ । ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବାକୁ ଅନୁପ୍ରାଣିତ ହେବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରିପାରିବେ । ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇପାରିବେ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-

ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ନାନା ବାଟରେ ଧନାଗମ ଘଟିବ ଓ ସେହିପରି ଖର୍ଚ୍ଚର ଦ୍ଵାର ସାହାଣ ମେଲା ରହିବ । ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ରାଜନୀତିରେ ଉନ୍ନତି ହେବ । ବ୍ୟବସାୟରେ ଅଧିକ ଲାଭ ପାଇବେ । ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ । ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ । ପ୍ରତିକାର: ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ ।

ଧନୁ:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଯୋଗଦେଇ ପ୍ରଶଂସା ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । କର୍ମକ୍ଷେତ୍ରରେ ଆନ୍ତରିକ ଉତ୍ସାହ ଉଦ୍ଦୀପନା ବୃଦ୍ଧିହେବ । ଦୂରଯାତ୍ରାରେ ସଫଳ ହେବେ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ପାରିବାରିକ ଜୀବନ ସୁଖରେ କାଟିବେ । କର୍ମକ୍ଷେତ୍ରର ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମ କ୍ଷେତ୍ରରେ ଉନ୍ନତି କରି ପାରିବେ । ବ୍ୟବସାୟ କ୍ଷେତ୍ରରେ ସୁଖସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧି ଆଶା କରି ହେବ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବା ସହ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ । ସ୍ଥଗିତଥିବା କର୍ମଟି ପୂରଣ ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ ।

ମୀନ:-

ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ରାଜନୀତି କ୍ଷେତ୍ରରେ ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିବେ । କାର୍ଯ୍ୟବ୍ୟସ୍ତତା ଯୋଗୁ ପରିବାର ଏବଂ ସାଙ୍ଗ ସାଥିଙ୍କ ଠାରୁ ଦୂରରେ ରହି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!