୨୦୨୩ ମସିହା, ଫେବୃୟାରୀ ମାସ ୨୩ତାରିଖ, ଗୁରୁବାର, କୁମ୍ଭମାସ ୧୧ଦିନ, ଫାଲଗୁନମାସ, ଶୁକ୍ଲପକ୍ଷ, ଚତୁର୍ଥୀତିଥି, ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର । ଶୁଭ ଯୋଗ ରାତ୍ରି ୮ଟା ୫୭ମିନିଟ ପରେ ଶୁକ୍ଲ ଯୋଗ । ବଣିଜ କରଣ ଦିବା ୨ଟା ୨୩ମିନିଟ୍ ପରେ ବିଷ୍ଟି କରଣ । ତୁଳା, କୁମ୍ଭ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । ନିଷିଦ୍ଧଖାଦ୍ୟ- ମୂଳା ନ ଖାଇଲେ ଭଲ । ଯୋଗିନୀ- ନୈଋତେ ରାତ୍ରି ୧ଟା ୩୩ମିନିଟ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଚତୁର୍ଥୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୫୨ମିନିଟ୍ ରୁ ୪ଟା ୧୯ମିନିଟ୍, ଦିବା ୪ଟା ୧୯ମିନିଟ୍ ରୁ ୫ଟା ୪୫ମିନିଟ୍, ରାତ୍ରି ୧୨ଟା ରୁ ୧ଟା ୩୩ମିନିଟ୍ । ଶୁଭସମୟ- ସକାଳ ୬ଟା ୧୪ମିନିଟ୍ ରୁ ୭ଟା ୪୬ମିନିଟ୍, ଦିବା ୧୦ଟା ୫୧ମିନିଟ୍ ରୁ ୧ଟା ୯ମିନିଟ୍, ରାତ୍ର ୨ଟା ୫୪ମିନିଟ୍ ରୁ ୩ଟା ୪୪ମିନିଟ୍ । ପର୍ବଦିନ- ବିନାୟକ ଚତୁର୍ଥୀ, ଗୌରୀ ଗଣେଶ ଚତୁର୍ଥୀ ।
ମେଷ:-ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡି ପାରେ । ଛାତ୍ର ଛାତ୍ରୀମାନଙ୍କର ଖେଳରେ ଓ ବିଦ୍ୟାରେ ଉନ୍ନତି ହେବା ସହ ଦୂରଯାତ୍ରାରେ ସୁଖମିଳିବ । ପରିବାରର ସାହାଯ୍ୟରେ ଉପକୃତ ହେବେ । ଭାଗୀଦାରି କ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନିଅନ୍ତୁ ନାହିଁ । ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ । ପୁରାତନ ରୋଗ ନେଇ ଚିନ୍ତିତ ରହିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ବୃଷ:-ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ ଓ ବନ୍ଧୁମିତ୍ର, ଭାଇ ଭଳି ବ୍ୟକ୍ତିମାନେ ସହଯୋଗ କରିବେ । କର୍ମକ୍ଷେତ୍ରରେ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇବେ ଓ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବା ସହ ଆୟର ମାର୍ଗ ପ୍ରଶସ୍ତ ହେବ । ଯାନବାହାନ କ୍ରୟ ବିକ୍ରୟ ଓ ସଂପତ୍ତି କ୍ରୟ ବିକ୍ରୟ ଦ୍ୱାରା ପ୍ରଚୁର ଲାଭ ପାଇବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।
ମିଥୁନ:-ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ବିଦେଶଯାତ୍ରାରେ ଯଶଲାଭ, ମାନସମ୍ମାନ ବୃଦ୍ଧି, ସୁଖ ସମୃଦ୍ଧି ବୃଦ୍ଧି ହେବ । ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।
କର୍କଟ:-ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ । ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ପରିବାରରେ ମାନ ମନାନ୍ତର ଦୂର ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ସିଂହ:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ । ପିଲାମାନଙ୍କ କାର୍ଯ୍ୟ ପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ସ୍ଵାର୍ଥକୁ କେନ୍ଦ୍ରକରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କରି ପାରନ୍ତି । ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-ଅଧସ୍ତନ କର୍ମୀ ଓ ସାଧାରଣବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପ୍ରେମ କ୍ଷେତ୍ରରେ ସଫଳ ହେବେ । ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ଓ ଲୁଗାପଟା ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଦ୍ବିଗୁଣ ଲାଭ କରିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
ତୁଳା:-ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ । କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ସହକର୍ମୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । କୌଣସି ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ । କର୍ମକ୍ଷେତ୍ରରେ ସ୍ଥାନାନ୍ତରର ସୂଚନା ପାଇ ପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ଉପରିସ୍ଥଙ୍କୁ ସନ୍ତୁଷ୍ଠ କରି ଉଚ୍ଚସମ୍ମାନ ସହ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବା ସହ ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ ଓ ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବା ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ଦୂର ଯାତ୍ରା କରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ଧନୁ:-ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ । ଆଧ୍ୟାତ୍ମିକ, ଧାର୍ମିକ ଓ ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ । କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମକର:-କୌଣସି ମହତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ । ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ । ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।
କୁମ୍ଭ:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । କଳା, ସାହିତ୍ୟ, କ୍ରିଡାକ୍ଷେତ୍ରରେ ପ୍ରଶଂସା ମିଳିବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ । ଆୟ ତୁଳନାରେ ବ୍ୟୟ ଅଧିକ ହୋଇପାରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ପାରିବାରିକ ଜୀବନ ସୁଖରେ କଟିବ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ଶାରିରୀକ ଅସୁସ୍ଥତା ଦୂରହେବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । କୌଣସି ଶୁଭ ସମାଚାର ଶୁଣି ହସଖୁସିରେ ସମୟ ବ୍ୟତୀତ ହେବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।