ଦୈନିକ ରାଶିଫଳ: ୨୩ ଜାନୁୟାରୀ ୨୦୧୯, ଗଣେଶ ଭଗବାନଙ୍କ କୃପାରୁ ଏହି ସବୁ ରାଶିର ଲୋକଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୩ ଜାନୁୟାରୀ ୨୦୧୯

ମେଷ:-

ଉଚ୍ଚ ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ଯୁବକ ଯୁବତୀମାନଙ୍କର ପରୀକ୍ଷା ପ୍ରତିଯୋଗିରେ ସଫଳତା ମିଳିବ। ସାଙ୍ଗ ସାଥୀମାନେ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ମହିଳାମାନେ ପ୍ରତି କଥାକୁ ଗୁରୁତ୍ଵଦେଇ କାର୍ଯ୍ୟଠିକ୍ ଭାବେ ସଂପୂର୍ଣ୍ଣ କରିବେ। ଥାନା, ଫାଣ୍ଡି କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ। ଆୟ ବୃଦ୍ଧି ହେବ ଆକସ୍ମିକ ଭାବରେ ଆଳସ୍ୟଭାବ ବୃଦ୍ଧିପାଇବ। ପିଲାମାନଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର-ପିତା ମାତାଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ଯେତେ ସମସ୍ୟା ଥିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ ଅଫିସରେ ଟେନସନ ଦୂର ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବା ଫଳରେ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ ଓ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବ। କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ପ୍ରତିକାର- ମୁହଁ ମିଠା କରି ଘରୁ ବାହାରନ୍ତୁ।

କର୍କଟ:-

ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣ ହେବ। ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ମହିଳାମାନେ ବ୍ୟବସାୟିକ କ୍ଷେତ୍ରରେ ଉନ୍ନତି କରିବେ ଓ ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସହ ସମୟ ବିତିବ। ପ୍ରତିକାର- କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ।

ସିଂହ:-

ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଶତୃ ଓ ବିରୋଧିମାନେ ଅପଦସ୍ଥ ହେବେ। ବ୍ୟବସାୟପାଇଁ ଦୂରଯାତ୍ରା କରିବେ। ଶାରୀରିକ ଅସୁସ୍ଥତା ଦୂର ହେବ। ରାଜନୈତିକ କ୍ଷେତ୍ରରେ ସତର୍କତା ଅବଲମ୍ବନ କଲେ ଯଶଲାଭ ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ। ପ୍ରତିକାର-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କନ୍ୟା:-

କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ତୀର୍ଥଯାତ୍ରାରେ ଅତ୍ୟଧିକ ବ୍ୟୟ କରିବେ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥହେବେ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ପ୍ରତିକାର-ସବୁଜ ରଙ୍ଗର ରୁମାଲ ପାଖରେ ରଖନ୍ତୁ।

ତୁଳା-

ନୂତନ କାର୍ଯ୍ୟରେ ହାତଦେଇ କୃତକାର୍ଯ୍ୟ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ପଦୋନ୍ନତି, ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, ନୂତନ ବାହନ ଓ ଗୃହ ଆଦି ଲାଭ ହେବାର ଯୋଗ ଅଛି। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ମହିଳାମାନେ ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ରାଜନୀତି, ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ବିଛା:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ସାହିତ୍ୟ, କଳାକ୍ଷେତ୍ରରେ ଉଚ୍ଚ ପ୍ରଶଂସା ପାଇବେ। ସହକର୍ମୀ ମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ ଓ ଆଶା କରୁଥିବା କାମଟି ସହଜ ସୁବିଧାରେ ହୋଇଯିବ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ମହିଳାମାନେ ବିଭିନ୍ନ ଦିଗରୁ ଲାଭବାନ୍ ହେବେ ଓ ଅତି ପ୍ରିୟବନ୍ଧୁ ଆର୍ଥିକ ଦିଗରେ ସାହାଯ୍ୟ କରିବେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ସମସ୍ୟା ସମାଧାନ ପାଇଁ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ନିଜର ଯୋଜନାମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ମାଲିମୋକଦ୍ଦମାରେ ସଫଳତା ମିଳିବ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। କେତେକ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବେ। ଶିଳ୍ପ, ବାଣିଜ୍ୟ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବାସହ ଶତୃମାନେ ଦୂରେଇ ଯିବେ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ନିର୍ମାଣାଧୀନ କାମ ଅଟକି ରହିବ ନାହିଁ। ମହିଳାମାନେ ପିଲାମାନଙ୍କ ସଫଳତା  ବିଷୟରେ ଚିନ୍ତା କରି ଖୁସି ରହିବେ। ପାରିବାରିକ ତିକ୍ତତା ଦୂର ହୋଇ ମାନସିକ ସ୍ଥିତି ଭଲ ରହିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।  

ମକର:-

ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। କୋର୍ଟ, କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ମହିଳାମାନେ ପିଲାମାନଙ୍କ ସଫଳତା  ବିଷୟରେ ଚିନ୍ତା କରି ଖୁସି ରହିବେ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ବ୍ୟବସାୟକ୍ଷେତ୍ରରେ ଆଶା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ଥ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

କର୍ମକ୍ଷେତ୍ରରେ ଆଦର୍ଶବାଦୀ ଯୋଗେ ରାଜକୀୟ ସମ୍ମାନ ପାଇବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ। ଆଜିର ଯାତ୍ରାରେ ଶୁଭଫଳ ମିଳିବ। ପ୍ରଶାସନ କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ ଓ ପ୍ରତ୍ୟେକ କର୍ମ ସମ୍ପନ୍ନ ହେବ। ମହିଳାମାନଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବାରୁ ମନ ଭଲ ରହିବ ଓ ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ବିଦେଶ ଯାତ୍ରାରେ ଲାଭବାନ ହେବେ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମୀନ:-

ଆଇନ ଅଦାଲତ ତଥା ଲେଖାପଢ଼ାରୁ ଶୁଭଫଳ ମିଳିବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ମହିଳାମାନଙ୍କର ବୁଦ୍ଧିମତା  କାରଣରୁ ପ୍ରଚୁର ଅର୍ଥ ଲାଭହେବ, ଦାମ୍ପତ୍ୟ ସୁଖରେ ଉନ୍ନତି ଓ ପରିବାରର ସାହାଯ୍ୟରେ ଉପକୃତ ହେବେ। ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢ଼ିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ବ୍ୟବସାୟରେ ନୂତନଧାରା ଖୋଲିବେ ଓ ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ଼ ହେବ। ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପ୍ରତିକାର- ମୁହଁ ମିଠା କରି ଘରୁ ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!