ଦୈନିକ ରାଶିଫଳ: 23 ଜାନୁୟାରୀ ୨୦୨୧, ଶନିଦେବଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ ଆର୍ଥିକ ସହାୟତା

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜାନୁୟାରୀମାସ ୨୩ତାରିଖ, ଶନିବାର, ମକରମାସ ୧୦ଦିନ, ପୌଷମାସ, ଶୁକ୍ଳପକ୍ଷ, ଦଶମୀତିଥି, କୃତ୍ତିକା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ବୃଷ, ସିଂହ, କନ୍ୟା ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ, ରାତ୍ର ୮ଟା ୫୬ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ । ଶୁଭସମୟ- ଦିବା ୧୦ଟା ୩୬ମିନିଟ୍ ରୁ ୧ଟା ୩ମିନିଟ୍, ରାତ୍ର ୮ଟା ୬ମିନିଟ୍ ରୁ ୧୦ଟା ୩୯ମିନିଟ୍ । ପର୍ବଦିନ- ଶାମ୍ବଦଶମୀ, ନେତାଜୀ ଜୟନ୍ତୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା, ବୈଜ୍ଞାନିକ ଓ ଚିକିତ୍ସକ ମାନେ ବିଶେଷ ଲାଭବାନ୍ ହେବେ । ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବୃଷ:-

ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା ମାନେ ଲାଭବାନ୍ ହେବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହେବ । ଭ୍ରାତୃ ବିବାଦ ଦୂର ହୋଇ ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତିହେବ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କର୍କଟ:-

ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବା ସହ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ସାଂସାରିକ ଜୀବନ ସୁଖମୟ ହେବ । ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପୁରାତନରୋଗର ଉପଶମ ମିଳିବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ । ରାଜନୈତିକ କ୍ଷେତ୍ରରେ ନାନା ସମସ୍ୟାର ସମ୍ମୁଖୀନ ହୋଇ ପାରନ୍ତି । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କନ୍ୟା:-

ପାରିବାରିକ ଜୀବନ ଆନନ୍ଦମୟ ହେବ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ଧର୍ମକାର୍ଯ୍ୟକୁ ମନ ବଳାଇ ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ପ୍ରେମପ୍ରସଙ୍ଗରେ ମଧୁରତା ଆସିବ । ଦାମ୍ପତ୍ୟ ସୁଖରେ ଖୁସି ହେବେ । ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ । ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ । ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ତୁଳା:-

ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ପ୍ରଶଂସା ପାଇବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଆନନ୍ଦିତ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ମଧୁରତା ଆସିବ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-

ସାମାଜିକ ପତିଆରା ଅମଳିନ ରହିବା ସହ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଜୟଲାଭ ହେବ । ରାଜନୀତିରେ ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ଶାରୀରିକ ସୁସ୍ଥତା ଅନୁଭବ କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଦ୍ଵାରା ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ସନ୍ତାନଙ୍କ ଖୁସିରେ ଆନନ୍ଦିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ଅଏସ୍ ଆରାମ ସୁଖ-ସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ । ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ମିଳିବ । ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-

ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ବିଦ୍ୟାରେ ଉନ୍ନତି କରିବେ ଓ ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-

ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବା ସହ ସୁଯୋଗ ହାତଛଡା ହେବାର ନାହିଁ । ଦୂରଯାତ୍ରାରେ ସଫଳ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!