ଦୈନିକ ରାଶିଫଳ: ୨୩ ଜୁଲାଇ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୩ ଜୁଲାଇ ୨୦୧୮

ମେଷ:

ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିବ।  କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ଅସୁବୁଧାର ସମ୍ମୁଖୀନ ହେବେ। କର୍ମ ନିଯୁକ୍ତିରେ ବିଫଳ ହେବେ ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ବିଫଳ ହେବେ। ଦାମ୍ପତ୍ୟ ସୁଖରେ ବାଧା ଆସିବ। ବ୍ୟବସାୟୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ି ପାରନ୍ତି। ଶିକ୍ଷା କ୍ଷେତ୍ରରେ ଆଦୌ ମନଯୋଗ ଦେବେ ନାହିଁ। ପ୍ରତିକାର:- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ସେବାକାରୀମାନଙ୍କ ସହଯୋଗରେ ସମ୍ମ।ନଜନକ ସ୍ଥିତି ପରିଲକ୍ଷିତ ହେବ। ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ମହିଳାମାନେ ଗୁରୁଜନମାନଙ୍କର ଆଦରଣୀୟା ହେବେ ଓ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମିଥୁନ:

ଉଚ୍ଚପ୍ରଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ।  ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ପ୍ରତିକାର:-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

<< Odia Calendar 2018 >>> | <<< Janma Patrika (Jataka)>>>

କର୍କଟ:

ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ। ଗୃହିଣୀମାନେ ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ:

ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। କର୍ମ ଓ ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ସମସ୍ତଙ୍କ ମେଳରେ ରହି ମଧ୍ୟ ନିଃସଙ୍ଗତା ଅନୁଭବ କରିବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

କନ୍ୟା:

କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ତୁଳା:

ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଆଦର୍ଶବାଦୀ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ। ପ୍ରତିକାର:- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ବିଛା:

ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ଶତୃମାନେ ତଳମୁହାଁ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ। ଦାମ୍ପତ୍ୟ ସୁଖରେ ସୁଖୀ, ଭୌତିକ ସୁଖ ସୁବିଧା ପ୍ରାପ୍ତି। ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବେ। ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। କର୍ମ କ୍ଷେତ୍ରରେ ବାଧା ସୃଷ୍ଟି ହେବ। ପ୍ରତିକାର :  ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ଧନୁ:

ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ ନତୁବା ଲକ୍ଷ୍ୟ ଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢିଯିବ। ସଙ୍କୁଚିତ ସ୍ଥିତିର ଅଧୀନ ହୋଇ ଘୋଷାରି ହେବେ ଓ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ଦୂର ଯାତ୍ରାରେ ଶରୀରପୀଡା ଭୋଗ କରିବାସହ ମୂଲ୍ୟବାନ ଦ୍ରବ୍ୟ ଚୋରୀ ହେବାର ସୂଚନା ମିଳେ। ବିହିନ୍ନ ପ୍ରକାର କଥା ଚିନ୍ତାକରି କୌଣସି କାମ ପ୍ରତି ମନ ଲାଗିବ ନାହିଁ। ପ୍ରତିକାର ଗାଈକୁ କିଛିଖାଦ୍ୟ ଖାଇବାକୁ ଦିଅନ୍ତୁ।

ମକର:

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ। ପ୍ରତିକାର:-ଦିନ ଦୁଃଖୀଙ୍କୁ ଅନ୍ନ ଦାନ ଦିଅନ୍ତୁ।

କୁମ୍ଭ:

କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ବସ୍ତ୍ରାଭୂଷଣ ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। ଅଧାଥିବା କାର୍ଯ୍ୟ ପୂରଣ ହେବ। ଆର୍ଥିକ ସ୍ୱଚ୍ଛଳତା ଦେଖା ଦେବ। ନୂତନ କର୍ମ ନିଯୁକ୍ତି ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ। ପ୍ରତିକାର : ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ।

ମୀନ:

ଧର୍ମାନ୍ଧତାରୁ ଦୂରେଇ ରହି, ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ। ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ। ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ। ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ। ପ୍ରତିକାର ଷଣ୍ଢକୁ ଗୁଡ ଓ ରୁଟି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!