ଦୈନିକ ରାଶିଫଳ: ୨୩ ଜୁଲାଇ ୨୦୧୯, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ବ୍ୟବସାୟରେ ହେବ ପ୍ରଚୁର ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ।  ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତିରେ ବୃଦ୍ଧି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ।  ମହିଳା ମାନେ କର୍ମକ୍ଷେତ୍ରରେ ଉନ୍ନତି  କରିବା ସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ।  ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଘରୋଇ କର୍ମଚାରୀମାନେ ଦ୍ରୁତଗତିରେ କାର୍ଯ୍ୟ କରି ଆୟ ଅଧିକ ହେବେକୁ ଚେଷ୍ଟା କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ଲାଭବାନ ହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ ଓ ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। ଆକସ୍ମିକ ଧନପ୍ରାପ୍ତି ହୋଇପାରେ। କର୍ମକ୍ଷେତ୍ରରେ ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ। ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ଛାତ୍ରଛାତ୍ରୀମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:

ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ। ମହିଳାମାନେ କୃତଜ୍ଞତା ଜ୍ଞାପନ କରିବେ ଓ ପରୋପକାର କରି ପ୍ରଶଂସା ପାଇବେ। ପାରିବାରିକ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବେ। କିଣାବିକା ବ୍ୟବସାୟରେ ଅଧିକ ଲାଭ ହେବ। ଛାତ୍ରଛାତ୍ରୀମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଘରେ ବାହାରେ କେହି ଆପଣଙ୍କୁ ହଟାଇ ପାରିବେ ନାହିଁ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।  

କର୍କଟ:

କର୍ମକ୍ଷେତ୍ରରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସମ୍ମାନିତ ଓ ଜୟଯୁକ୍ତ ହେବେ। ମହିଳାମାନେ ସତ୍‌ କାର୍ଯ୍ୟରେ ଲିପ୍ତ ହେବେ ଓ ସମ୍ମାନିତା ମଧ୍ୟ ହେବେ। ବ୍ୟବସାୟରେ  ସାମାନ୍ୟ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରେମିକ ପ୍ରେମିକା ମାନଙ୍କର ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ପ୍ରତିକାର- ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ।

ସିଂହ:

ସ୍ୱର୍ଣ୍ଣାଦି ଧାତୁ ଦ୍ରବ୍ୟ ବ୍ୟବସାୟରେ ମାଲିକମାନଙ୍କର ମନତୃପ୍ତ କରାଇବେ। ମହିଳାମାମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ। କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ଧନପ୍ରାପ୍ତିର ସୁଯୋଗ ଥିଲେ ମଧ୍ୟ ବ୍ୟୟ ଅଧିକ ହେବ। ଆୟ ବ୍ୟୟ ସମାନ ରହିବ। ଛାତ୍ରଛାତ୍ରୀମାନେ ବିଦ୍ୟାରତ ହେବେ। କୃଷିକର୍ମରେ ପରିଶ୍ରମ ଫଳରେ ଆଶାନୁରୂପ ଲାଭ ହେବ। ଶରୀରପୀଡ଼ା କଷ୍ଟକର ହେବ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

କନ୍ୟା:

ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ। ମହିଳାମାନେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ପରିବାରରେ ଅଶାନ୍ତିର ଝଡ ଶାନ୍ତ ହୋଇ ସୁସ୍ଥ ବାତାବରଣ ଜାରି ରହିବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ପ୍ରତିକାର- ବିଦ୍ୟାର୍ଥୀକୁ ସାହାଯ୍ୟ କରନ୍ତୁ।

ତୁଳା:

ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ବ୍ୟବସାୟରେ ଦୃଢ଼ ପ୍ରତିଜ୍ଞାରେ ଆବଦ୍ଧ ରହି କେତେକ ସ୍ଥଳରେ ଲାଭବାନ ହେବେ। ବନ୍ଧୁବାନ୍ଧବଙ୍କ ମଧ୍ୟରେ କଳହ ଓ ମନାନ୍ତର ଦୂରେଇ ଯିବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ ଓ କର୍ମକ୍ଷେତ୍ରରେ ପ୍ରଶଂସିତହେବେ। ମହିଳାମାନଙ୍କର ଦାମ୍ପତ୍ୟ ସୁଖ ବୃଦ୍ଧିହେବ ଓ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିଥିବାରୁ ଦୃଢ଼ତା ରହିପାରିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ। ଛାତ୍ରଛାତ୍ରୀମାନେ ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ।  କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ। ବ୍ୟବସାୟରେ ନିଜସ୍ଵାର୍ଥ ପାଇଁ ଠିକିଲେ ଶିଖିବା ସ୍ଵଭାବ ପ୍ରକାଶ ପାଇବ ଓ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ। ଲାଭ ଆପଣଙ୍କ ପଛେ ପଛେ ଗୋଡ଼ାଇବ ଓ ଧନଧାନ୍ୟରେ ଗୃହ ଭରପୁର ହୋଇଉଠିବ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ମହିଳାମାନେ ପତିପ୍ରାଣା ହୋଇ ପରିବାରରେ ପ୍ରୀତିଭାଜନ ହେବେ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ନିଜେ ଗାଡ଼ି ଚଳାଉ ଥିଲେ ଧଳା ଓ କଳାରଙ୍ଗର ଗାଡ଼ିଥିଲେ ଗାଡ଼ିରେ ଗୋଟିଏ ପଇଡ଼ରଖି ଯାତ୍ରା କରନ୍ତୁ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମକର:-

ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯାଇ କାରବାରରେ ଉତ୍ଥାନ ହେବା ଫଳରେ ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ। କଳା, ସାହିତ୍ୟ, ଏଜେନ୍ସି ଏବଂ ସାମ୍ବାଦିକତାରେ ପ୍ରଂଶସିତ ହେବେ। କର୍ମକ୍ଷେତ୍ରରେ ଆଶା କରୁଥିବା ଖବର ଅଚାନକ ଭାବରେ ଶୁଣି ଖୁସି ହେବେ। ନିକଟ ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ପାଇଯିବେ। ଚାକିରୀରେ ଯଶ ସମ୍ମାନ ଓ ସୁଖ୍ୟାତି ମିଳିବ। ଛାତ୍ରଛାତ୍ରୀମାନେ ସାହିତ୍ୟ ସସ୍କୃତି ଆଦି ଚର୍ଚ୍ଚା କରିବେ। ବ୍ୟବସାୟ  ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କୁମ୍ଭ:-

ବ୍ୟବହାର କୁଶଳତାକୁ ଆଧାରକରୀ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ମହିଳାମାନେ ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଦିନଟି କାଟିବେ। କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ। ବ୍ୟବସାୟରେ ଆକସ୍ମିକ ଲାଭ ଦେଖି ଆଶ୍ଚର୍ଯ୍ୟ ହୋଇଯିବେ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ଛାତ୍ରଛାତ୍ରୀମାନଙ୍କର ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ଶତୃ ମାନେ ଦୂରେଇ ଯିବେ ଓ ଉନ୍ନତି ହେବାସହ ଗୃହବାହାନ ପ୍ରାପ୍ତି ହେବ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!