ଦୈନିକ ରାଶିଫଳ: ୨୩ ଜୁଲାଇ ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁଲାଇ ମାସ ୨୩ ତାରିଖ, ଗୁରୁବାର, କର୍କଟ ମାସ ୮ ଦିନ, ଶ୍ରାବଣମାସ, ଶୁକ୍ଳପକ୍ଷ, ତୃତୀୟା ତିଥି, ମଘା ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। କର୍କଟ, ମକର ରାଶିର ଘାତଚନ୍ଦ୍ର। ପୋଟଳ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୨୪ମିନିଟ୍ ରୁ ୭ଟା ୬ମିନିଟ୍, ଦିବା ୧୦ଟା ୩୬ମିନିଟ୍ ରୁ ୧ଟା ୧୦ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ।  କର୍ମକ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଗୃହୋପକରଣ କ୍ରୟ କରିବେ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ରାଜନୀତି ମାମଲାରେ ସଫଳତା ମିଳିବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ମିଥୁନ:-

ସରକାରୀ କ୍ଷେତ୍ରରେ ଯଶ, ମାନ ସମ୍ମାନ ପ୍ରତିଷ୍ଠା ମିଳିବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳତା ମିଳିବ। ଶତୃମାନେ ଦୂର ହେବେ। ରୋଜଗାରରେ ଉନ୍ନତି ହେବା ସହ ଋଣ ଭରଣାରେ ସହଜ ହେବ। ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ଚିତ୍ତ ପ୍ରସନ୍ନ ରହିବ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ବ୍ୟବସାୟରେ ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

କର୍କଟ:-

ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବା ସହ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ରାଜକୀୟ ମାମଲାରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ଛାତ୍ରଛାତ୍ରୀମାନେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ସିଂହ:-

ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ଆୟ ଉପାର୍ଜ୍ଜନର ବୃଦ୍ଧି, ଋଣରୁ ମୁକ୍ତି ମିଳିବା ସହ ଶତ୍ରୁବାଧା ଦୂରେଇ ଯିବ। ଅଧିକାରୀ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯାଇ ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ବକେୟା ଅର୍ଥ କିଛି ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ। କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରି ପାରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ। ପାରିବାରିକ ସୁଖ ଶାନ୍ତି ବୃଦ୍ଧି ହେବ। ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ ପ୍ରଶଂସା ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହୋଇ ଆୟର ସ୍ରୋତ ଖୋଲିଯିବ। କଠିନ ପରିଶ୍ରମ ଫଳରେ ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସ ରତ ରହିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଶାରୀରିକ ସୁସ୍ଥତା ଅନୁଭବ କରିବେ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ।  ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। କରିଥିବା କାମର ଶୁଭ ସୂଚନା ପାଇବେ। ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ ଓ ନୂତନ ସମ୍ବନ୍ଧ ସୃଷ୍ଟିହେବ। ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁର ଆସିବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ଶୁଭ ସଂବାଦ ପାଇ ଖୁସିହେବେ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଆକସ୍ମିକ ଧନ ପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ।  ବ୍ୟବସାୟରେ ଜବରଦସ୍ତି ଉନ୍ନତି ସହ ଆଶାତୀତ ଲାଭ ପାଇବେ। କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ଅଏସ୍ ଆରାମ ସୁଖ ସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ମିଳିବ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହୋଇ ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣ ସଫଳତା ଅର୍ଜନ କରିବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ। ବ୍ୟବସାୟୀମାନେ ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆ ହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ଛାତ୍ରଛାତ୍ରୀ ମାନଙ୍କର ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପୁରାତନ ରୋଗ ପୀଡ଼ାର ଉପଶମ ହେବ ଓ ମନୋରଂଜନ କାର୍ଯ୍ୟରେ ସମୟ କଟିବ। ସାମାଜିକ କ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ପାଖ ପଡୋଶୀମାନଙ୍କ ସହଯୋଗରେ ଗୃହସମସ୍ୟା ସମାଧାନ ହେବ। ବ୍ୟବସାୟିକ କାର୍ଯ୍ୟ ସହଜ ସରଳରେ ସମାଧାନ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଖୁସି ହେବେ। ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଅର୍ଥଲାଭର ମାର୍ଗ ଖୋଲି ଯିବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ମାନସିକ ସୁସ୍ଥତା ଅନୁଭବ କରିବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ସାମାଜିକ କାର୍ଯ୍ୟରେ ଜୟଯୁକ୍ତ ହେବେ। ସହକର୍ମୀମାନଙ୍କ ଠାରୁ ସାହାଯ୍ୟ ଓ ସହଯୋଗ ପାଇ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ ଓ ବରିଷ୍ଠ ବ୍ୟକ୍ତିମାନେ ସନ୍ତୋଷ ହେବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!