ଦୈନିକ ରାଶିଫଳ: 23 ଜୁଲାଇ 2021, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁଲାଇ ମାସ ୨୩ ତାରିଖ, ଶୁକ୍ରବାର, କର୍କଟ ମାସ ୮ ଦିନ, ଆଷାଢ ମାସ, ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀ ତିଥି, ପୂର୍ବାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ବୈଧୃତି ଯୋଗ ସକାଳ ୯ଟା ୨୨ମିନିଟ୍ ଗତେ ବିଷ୍କୁମ୍ଭ ଯୋଗ, ବାଣିଜ୍ୟ କରଣ ଦିବା ୧୦ଟା ୪୩ମିନିଟ୍ ଗତେ ବିଷ୍ଟି କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ, ଦିବା ୧୦ଟା ୪୩ମିନିଟ୍ ପରେ ଆମିଷ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ପଶ୍ଚିମେ ଦିବା ୧୦ଟା ୪୩ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଏବଂ ପୂର୍ଣ୍ଣିମାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭବେଳା- ଦିବା ୧୦ଟା ୧୫ମିନିଟ୍ ରୁ ଦିବା ୧୧ଟା ୫୩ମିନିଟ୍ । ସକାଳ ୮ଟା ୩୮ମିନିଟ୍ ରୁ ଦିବା ୧୦ଟା ୧୫ମିନିଟ୍ । ରାତ୍ରି ୯ଟା ୮ମିନିଟ୍ ରୁ ରାତି ୧୦ଟା ୩୦ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୩ମିନିଟ୍ ରୁ ୬ଟା ୧୩ମିନିଟ୍, ସକାଳ ୭ଟା ୭ମିନିଟ୍ ରୁ ୮ଟା ୩୭ମିନିଟ୍, ଦିବା ୧୨ଟା ୨୦ମିନିଟ୍ ରୁ ୨ଟା ୫୪ମିନିଟ୍, ଦିବା ୪ଟା ୪୦ମିନିଟ୍ ରୁ ସନ୍ଧ୍ୟା ୬ଟା ୨୨ମିନିଟ୍, ରାତ୍ର ୭ଟା ୫୨ମିନିଟ୍ ରୁ ରାତ୍ର ୯ଟା ୭ମିନିଟ୍, ରାତ୍ର ୧ଟା ୪୪ମିନିଟ୍ ରୁ ରାତ୍ର ୩ଟା ୫୪ମିନିଟ୍ । ପର୍ବଦିନ- ନୀଳାଦ୍ରି ବିଜେ, ପୌର୍ଣ୍ଣମୀ ବ୍ରତ ।

ମେଷ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହୋଇ ମାନସିକ ଚିନ୍ତା ଦୂର ହେବ । କର୍ମକ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହେବା ସହ ଆପଣଙ୍କ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବିଦ୍ୟାକ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ବୃଷ:-ସାଧୁଜନପ୍ରିୟ ହେବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି । ପରିବାରରେ ସୁଖଭୋଗ କରିବେ । ବ୍ୟବସାୟରେ ଉତ୍ତମ ରୋଜଗାର କରି ସଫଳତା ଅର୍ଜନ କରିବେ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ । ଆୟ ବ୍ୟୟରେ ତାଳମେଳ ରହିବ ନାହିଁ । ସନ୍ତାନ ମାନଙ୍କ ପାଇଁ ଚିନ୍ତିତ ରହି ପାରନ୍ତି । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ଅଶାନ୍ତିର ଝଡ ଶାନ୍ତ ହେବ ଓ ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ଅପେକ୍ଷା କରିଥିବା କାର୍ଯ୍ୟର ଶୁଭ ସୂଚନା ମିଳିବ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ ଓ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

କର୍କଟ:-ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ଚିତ୍ତ ପ୍ରସନ୍ନ ରହିବ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ବିଦ୍ୟା କ୍ଷେତ୍ରରେ ବୀଜୟ ଲାଭ କରିବେ । ମିତ୍ରମାନଙ୍କ ସହଯୋଗରେ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନୂତନ କର୍ମ ନିଯୁକ୍ତି ପାଇବେ ଓ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ଶତୃମାନେ ଦୂରେଇଯିବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଧନର ଆଗମନ ହୋଇପାରେ । ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ନିଜ ଲୋକମାନେ ହିଁ କାମରେ ଆସିବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ମତାନ୍ତର ମନାନ୍ତର ଦେଖାଦେଇ ପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ପରିବାରରେ ମାନ ମନାନ୍ତର ଦୂର ହୋଇ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଭଲ ଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସ୍ୱାସ୍ଥ୍ୟ ଭଲ ରହିବ ଓ ସରକାରୀ କାମରେ ସଫଳତା ମିଳିବ । କର୍ମଚାରୀମାନଙ୍କର ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ । ପାରିବାରିକ କ୍ଷେତ୍ରରେ ଆର୍ଥିକ ଉନ୍ନତି ହେବା ସହ ଶତୃ ପରାଜିତ ହେବେ । ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ । ପ୍ରେମ ପ୍ରସଙ୍ଗରେ ଶୁଭ ସୂଚନା ଶୁଣିବାକୁ ପାଇବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-ଶତୃମାନେ ଦୂରେଇ ଜିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ପାରିବାରିକ ମାମଲା ବହୁତ ଆନନ୍ଦ ଦାୟକ ରହିବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ ପୂର୍ଣ୍ଣକରିବା ପାଇଁ ଚେଷ୍ଟା କରି ପାରନ୍ତି । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ସରକାରୀ କର୍ମକ୍ଷେତ୍ରରେ ଅଶାନ୍ତି ଲାଗିବା ସହ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହୋଇ ପାରେ । ଛାତ୍ରଛାତ୍ରୀ ମାନଙ୍କର ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ପଡିରହି୍ଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ଆଗାମୀ ଯୋଜନା ପାଇଁ ପ୍ରସ୍ତୁତ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ସାମାଜିକ ପତିଆରା ଅମଳିନ ରହିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । କାରବାରରେ ସୁଧାର ଆସିବା ଯୋଗେ ମାନସିକ ଶାନ୍ତି ମିଳିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ସରକାରୀ କ୍ଷେତ୍ରରେ ସଫଳତା ମିଳିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ରାଜନୀତିରେ ବନ୍ଧୁମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!