ଆଜି କେମିତି ରହିବ ଆପଣଙ୍କ ଦିନ : ୨୩ ଜୁନ୍ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୩ ଜୁନ୍ ୨୦୧୮

ମେଷ:-

ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ। ମହିଳାମାନେ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ ଓ ଶରୀର ସୁସ୍ଥ ରହିବ। ସରକାରୀ କର୍ମଚାରୀମାନଙ୍କର ଉନ୍ନତିହେବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରତିକାର:  ଅସହାୟ ଓ ବିଧବାଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ। ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ। ଶତ୍ରୁମାନଙ୍କ ଉପରେ ନଜର ରଖି ପରାଜୟ କରିବେ। ଅବିବାହିତ ଯୁବକ ଓ ଯୁବତୀ ବିବାହ କରିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ।

<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ମିଥୁନ:-

ପିଲାମାନଙ୍କ ଉନ୍ନତି ପାଇଁ ବ୍ୟସ୍ତ ବିବ୍ରତ ହେବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ। ପୁରାତନ ରୋଗର ଉପଶମ ହେବ। କର୍ମକ୍ଷେତ୍ରରେ କାର୍ଯ୍ୟର ଦାୟିତ୍ଵ  ବଢିବା ଫଳରେ ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେବେ। ବ୍ୟବସାୟରେ ଆର୍ଥିକସ୍ଥିତିରେ ସୁଧାର ଆସିବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ତୁଳନାରେ ବ୍ୟୟ ଅଧିକ ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ।

କର୍କଟ:-

ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ। ପାରିବାରିକ ଜୀବନ ସୁଖମୟ ହେବ। ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେବ। ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା କଷ୍ଟହେବ। କର୍ମକ୍ଷେତ୍ରରେ ବରିଷ୍ଠବ୍ୟକ୍ତି, ପଦାଧିକାରୀଙ୍କ ରୋଷରପାତ୍ର ହେବେ। ମହିଳାମାନେ ପାରିବାରିକ କ୍ଷେତ୍ରରେ ମନକୁ ଆଘାତ ଲାଗିଲାପରି କଥା ଶୁଣିବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପ୍ରତିକାର:- ପଙ୍ଗୁ ଭିକାରୀଙ୍କୁ ଖାଇବାକୁ ଦିଅନ୍ତୁ।

ସିଂହ:-

ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମହିଳାମାନଙ୍କର ମାନସିକ ଅଶାନ୍ତି ଦୂର ହେବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରତିକାର: ଅସହାୟ ଓ ବିଧବାଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

କନ୍ୟା:-

ବ୍ୟବସାରେ ଉନ୍ନତି ହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର:- ଗୋଟାମୁଗ କିଛି ମନ୍ଦିରରେ ଦାନ କରନ୍ତୁ।

ତୁଳା:-

ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ଧାର୍ମିକ କାର୍ଯ୍ୟରେ ଯୋଗଦେଇ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବଜାୟ ରଖିବେ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପ୍ରତିକାର:-  ପିମ୍ପୁଡ଼ି ଗାତପାଖରେ ଗୁଡ଼ ରଖନ୍ତୁ।

ବିଚ୍ଛା:-

ବ୍ୟବସାୟରେ ସ୍ୱଳ୍ପ ଲାଭସହ ବ୍ୟୟ ଅଧିକ ହେବ। କର୍ମ କ୍ଷେତ୍ରରେ ଅଶାନ୍ତି ଲାଗିବ। ପାରିବାରିକ ଅଶାନ୍ତି ସୃଷ୍ଟି ହେବ। ଶାରିରୀକ ଅସୁସ୍ଥତା ଦେଖା ଦେବ। ଦାମ୍ପତ୍ୟ ସୁଖରେ ବାଧା, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବାଧା ଆସିବ। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ଅଶାନ୍ତିହେବେ। ବିବାଦୀୟ ଓ ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ବଢିବ। ପ୍ରତିକାର:- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ।

ଧନୁ:-

ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଉଚ୍ଚ ସମ୍ଭବନାର ଆଶାଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ପ୍ରତିକାର: ଭିକାରୀଙ୍କୁ ଅନ୍ନ ଦାନ କରନ୍ତୁ।  

ମକର:-

ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ  ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମଜୀବିମାନେ  ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ  ସହଯୋଗ ପାଇବେ। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ପ୍ରତିକାର- ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ। ଛାତ୍ର-ଛାତ୍ରୀମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ମିଳିବ। ପିତା-ମାତାଙ୍କ ଠାରୁ ସହଯୋଗ ପ୍ରାପ୍ତି ହେବ। ମହିଳା ମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ପ୍ରତିକାର:-କେଶର, ହଳଦୀ ଘୋରି ମୁଣ୍ଡରେ ଲଗାନ୍ତୁ।

ମୀନ:-

ବ୍ୟବସାୟରେ ବନ୍ଧୁମାନେ ବିଶ୍ୱାସ ଘାତକତା କରିବେ। ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେବ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ଅପଯଶ ପାଇବେ। ପିତା-ମାତାଙ୍କର ଶରୀର ଅସୁସ୍ଥ ରହିବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ଅସନ୍ତୁଷ୍ଟ ହେବେ। ପାରିବାରିକ କ୍ଷେତ୍ରରେ କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!