ଦୈନିକ ରାଶିଫଳ: 23 ଜୁନ 2021, ଆଜି ଦିନଟି 4ଟି ରାଶି ପାଇଁ ବହୁତ ଶୁଭ ଓ 8ଟି ରାଶି ରୁହନ୍ତୁ ସାବଧାନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁନମାସ ୨୩ ତାରିଖ, ବୁଧବାର, ମିଥୁନମାସ ୯ ଦିନ, ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀତିଥି, ସକାଳ ୬ଟା ୫୯ମିନିଟ୍ ଗତେ ଚତୁର୍ଦ୍ଦଶୀତିଥି କ୍ଷୟ, ଅନୁରାଧା ନକ୍ଷତ୍ର, ବିଛାରାଶିରେ ଚନ୍ଦ୍ର । କର୍କଟ ରାଶିର ଘାତବାର । ବାଇଗଣ ନ ଖାଇଲେ ଭଲ, ସକାଳ ୬ଟା ୫୯ମିନିଟ୍ ପରେ ବିରିଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଶୁଭସମୟ- ସକାଳ ୭ଟା ୫୨ମିନିଟ୍ ରୁ ୮ଟା ୨୯ମିନିଟ୍, ଦିବା ୧୦ଟା ୧୦ମିନିଟ୍ ରୁ ୧୧ଟା ୨୧ମିନିଟ୍, ଦିବା ୨ଟା ୧ମିନିଟ୍ ରୁ ୫ଟା ୩୧ମିନିଟ୍, ସନ୍ଧ୍ୟା ୬ଟା ୨୫ମିନିଟ୍ ରୁ ରାତ୍ର ୯ଟା ୫୯ମିନିଟ୍, ରାତ୍ର ୧୨ଟା ୧୧ମିନିଟ୍ ରୁ ୧ଟା ୩୬ମିନିଟ୍ । ପର୍ବଦିନ-ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ । ଖର୍ଚ୍ଚ ବଢ଼ିବାଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତିର ସୂଚନା ପାଇ ପରିବାରରେ ଆନନ୍ଦ ଲହରୀ ଖେଳିଯିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଅନେକ ସମସ୍ୟା ସମାଧାନ କରି ବ୍ୟବସାୟିକସ୍ଥିତି ସୁଦୃଢ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-

କର୍ମ କ୍ଷେତ୍ରରେ ଅଫିସର ବା ଅଧିକାରୀ କାମରେ ପ୍ରସନ୍ନ ରହିବେ । ବ୍ୟବସାୟୀମାନଙ୍କର ବହୁତ ଦିନର ବାକିପଡିଥିବା ଅର୍ଥ ପାଇବେ ଓ ଆୟର ମାର୍ଗ ପ୍ରଶସ୍ତ ହେବ । ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ ଓ ବନ୍ଧୁମିତ୍ର, ଭାଇ ଭଳି ବ୍ୟକ୍ତିମାନେ ସହଯୋଗ କରିବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ । ଛାତ୍ରଛାତ୍ରୀମାନଙ୍କର ଖେଳରେ ଓ ବିଦ୍ୟାରେ ଉନ୍ନତି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-

ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତରେ ଉତ୍ସାହ ବଢିବ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇବେ ଓ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପରିବାରିକ ଜୀବନରେ ମତାନ୍ତର ମନାନ୍ତର ଦେଖା ଦେଇପାରେ । କର୍ମକ୍ଷେତ୍ରରେ ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ । ପ୍ରତିଯୋଗି ପରୀକ୍ଷାର ପରିଣାମ ମନ ଅନୁକୂଳହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସ୍ଵାସ୍ଥ୍ୟରେ ଉନ୍ନତି ଦେଖା ଦେଇପାରେ ବା ରକ୍ତଚାପ, ମଧୁମେହ, ଉଦରପୀଡା ରୋଗରୁ ଉପସମ ମିଳିବ । ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାଜନୀତି କ୍ଷେତ୍ରରେ ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ପାରିବାରିକ କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପରିବାରରେ ପ୍ରୀତିଭାଜନ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ତୁଳା:-

ସାମ୍ବାଦିକମାନେ ଅନେକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଖୁସି ରହିବ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ଈର୍ଷାପରାୟଣ ବ୍ୟକ୍ତିମାନେ କେତେକ କ୍ଷେତ୍ରରେ ପ୍ରତିବନ୍ଧକ ସୃଷ୍ଟି କଲେମଧ୍ୟ ପ୍ରଶଂସା ପାଇବେ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

ଧନୁ:-

ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ । ସହକର୍ମୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ପାରିବାରିକ ଜୀବନ ସୁଖରେ କଟିବ । ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, ଥଣ୍ଡାପାନୀୟ, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ । କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ବ୍ୟବସାୟ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ସହ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ରାଜନୀତି କ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ପ୍ରତିକାର- କଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-

ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବା ସହ ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ ଓ ଗୃହୋପକରଣ କ୍ରୟ କରିବେ । କର୍ମସଂସ୍ଥାନ, ଶିଳ୍ପପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ । ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ ଜନିତ ଯଶ-ମାନ-ପ୍ରତିଷ୍ଠା ପ୍ରାପ୍ତି ହେବ । ପ୍ରତିକାର- ଅଷ୍ଟଗନ୍ଧ ତିଳକଚନ୍ଦନ ଧାରଣ କରନ୍ତୁ ।

ମୀନ:-

ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ । କର୍ମକ୍ଷେତ୍ରକୁ ପ୍ରମୁଖତା ଦେଇ ସେଥିପାଇଁ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ । ଉପରିସ୍ଥଙ୍କୁ ସନ୍ତୁଷ୍ଟ କରି ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । କୌଣସି ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଅଧିକ ପରିଶ୍ରମ ବଳରେ ଜୀବନ ଶୈଳିରେ ସୁଖ-ସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!