୨୦୨୨ମସିହା, ଜୁନମାସ ୨୩ତାରିଖ, ଗୁରୁବାର, ମିଥୁନମାସ ୯ଦିନ, ଆଷାଢମାସ କୃଷ୍ଣପକ୍ଷ, ଦଶମୀତିଥି, ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର ପ୍ରାତଃ ୬ଟା ୧୪ମିନିଟ୍ ପରେ ଅଶ୍ଵିନୀ ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ଅତିଗଣ୍ଡ ଯୋଗ । ବାଣିଜ୍ୟ କରଣ ଦିବା ୯ଟା ୯ମିନିଟ୍ ପରେ ବିଷ୍ଟି କରଣ । ତୁଳା, କୁମ୍ଭ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର ପ୍ରାତଃ ୬ଟା ୧୪ମିନିଟ୍ ପରେ ମେଷ ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ, ରାତି ୯ଟା ୪୧ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ ।
ଯୋଗିନୀ- ଉତ୍ତରେ ରାତି ୯ଟା ୪୧ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଦଶମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୩ଟା ୬ମିନିଟ୍ ରୁ ସନ୍ଧ୍ୟା ୬ଟା ୨୪ମିନିଟ୍, ରାତ୍ରି ୧୧ଟା ୪୮ମିନିଟ୍ ରୁ ରାତ୍ରି ୧ଟା ୧୦ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୧୩ମିନିଟ୍ ରୁ ୬ଟା ୪ମିନିଟ୍, ଦିବା ୯ଟା ୩୭ମିନିଟ୍ ରୁ ୧୧ଟା ୨୧ମିନିଟ୍, ସନ୍ଧ୍ୟା ୭ଟା ୯ମିନିଟ୍ ରୁ ୯ଟା ୧୬ମିନିଟ୍, ରାତ୍ର ୧ଟା ୧୧ମିନିଟ୍ ରୁ ୨ଟା ୧୯ମିନିଟ୍, ରାତ୍ର ୩ଟା ୪୭ମିନିଟ୍ ରୁ ୫ଟା ୧୨ମିନିଟ୍ ।
ମେଷ:-ସାମାଜିକ ପତିଆରା ଅମଳିନ ରହିବ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ଟଙ୍କ । ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଉଚ୍ଚଅଧିକାରୀଙ୍କଠାରୁ ସହଯୋଗ ମିଳିବ । ଉଚିତ୍ ପନ୍ଥା ଗ୍ରହଣ କରି ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣ କରିବା ପାଇଁ ଉଦ୍ୟମ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ମିଥୁନ:-ନୂତନ କାର୍ଯ୍ୟଆରମ୍ଭ କରି ପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ମାନସିକ ଶାନ୍ତି ମିଳିବ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ରାଜନୀତିରେ ସରକାରୀ କ୍ଷେତ୍ରରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ । କର୍ମ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କର୍କଟ:-ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଦୁଶ୍ଚିନ୍ତା ଦୂର ହେବ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ୍ଣ ଦୂର ହେବ । ଛାତ୍ରଛାତ୍ରୀ ମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।
ସିଂହ:-ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରି ପାରିବେ । ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ମିଳିମିଶି କାମ କରିପାରିଲେ କଷ୍ଟ ଦୂର ହେବ । ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କନ୍ୟା:-ନିଜର ରଚନାତ୍ମକତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ । ଗୃହପୋକରଣ ନୂତନ ବସ୍ତୁ କ୍ରୟ କରିପାରିବେ । ପ୍ରିୟ ଲୋକମାନଙ୍କ ସହିତ ସମ୍ବନ୍ଧ ଓ ସମ୍ପର୍କ ସ୍ଥାପନ ହେବ । ଅଧିକ ପରିଶ୍ରମ କରି ଅର୍ଥ ଲାଭ ହେବ ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ । ଅଫିସର, ସହକର୍ମୀ ଓ ମିତ୍ରମାନେ କାମର ପ୍ରଶଂସା କରିବେ । ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବ । ପରିଶ୍ରମ ଓ କଷ୍ଟକରି ଶାନ୍ତିବଜାୟ ରଖିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-ଶତୃ ଓ ବିରୋଧୀଙ୍କ ଠାରୁ ନିଜର ବୁଦ୍ଧିମତା କାରଣରୁ କାମ ହାସଲ କରିପାରିବେ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ । କାହାକୁ ଦେଇଥିବା ଉଧାର ଟଙ୍କା ମିଳିଯିବ । ପ୍ରଚୁର ଅର୍ଥ ଲାଭ ହେବା ସହ ପରିସ୍ଥିତି ବଦଳିଯିବ । ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ପାରିବାରିକ ଜୀବନରେ ସୁଧାର ହେବ । ବାଦବିବାଦଠାରୁ ଦୂରେଇ ରହିବା ଉଚିତ୍ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ ଓ ଆର୍ଥିକ ମାମଲା ସୁଧୁରିବ । ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ । ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ଧନୁ:-ଚାକିରୀ କ୍ଷେତ୍ରରେ ସୁଧାର ଆସିବ । ବନ୍ଧୁ ମିତ୍ରଙ୍କ ଆଗମନ ହେବା ଫଳରେ ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବା ସହ ସମ୍ବନ୍ଧରେ ମଧୁରତା ଆସିବ । ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ଅତ୍ୟଧିକ ଅର୍ଥ ବ୍ୟୟ କରି ପାରନ୍ତି । ସ୍ୱାସ୍ଥ୍ୟ ହାନୀ ହେବା ସହ ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ମକର:-ସରକାରୀ କାମରେ ସଫଳତା ପାଇବେ । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
କୁମ୍ଭ:-ଶୁଭ ସମାଚାର ଶୁଣି ହସଖୁସିରେ ସମୟ ବ୍ୟତୀତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରିଶ୍ରମ ଫଳରେ ସୁଖ ପ୍ରାପ୍ତି ହେବ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ସମ୍ପର୍କୀୟ ବ୍ୟକ୍ତି ବା ବନ୍ଧୁ ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । କାର୍ଯ୍ୟକ୍ଷେତ୍ରରେ କଠିନ ପରିଶ୍ରମ ଦ୍ଵାରା ଆଗକୁ ବଢି ପାରିବେ । ପ୍ରେମ-ପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ । ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ରାଜନୀତିରେ ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ । ପ୍ରତିକାର-ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
