ଆଜି କେମିତି ରହିବ ଆପଣଙ୍କ ଦିନ : ୨୩ ମାର୍ଚ୍ଚ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୩ ମାର୍ଚ୍ଚ ୨୦୧୮

ମେଷ-

ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟ ଓ କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ-

କେତେକ ସ୍ଥଳରେ ବିଭ୍ରାନ୍ତି ଉପୁଯିବ ଓ ସରକାରୀ କୋପ ଭାଜନ ହେବାଭଳି ସମସ୍ୟା ମୁଣ୍ଡେଇବେ ଏବଂ ସେଥିପାଇଁ କିଛି ଆର୍ଥିକ ଦଣ୍ଡ ମଧ୍ୟ ସହିବାକୁ ପଡିବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ। ପ୍ରତିକାର- ସୋରିଷତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।

 କର୍କଟ-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା-

ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ତୁଳା-

ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।  

ବିଛା-

ଭୋଗବିଳାସରେ ସାମିଲ ହେବାକୁ ଅବସର ସୃଷ୍ଟି କରି ପାରିବେ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

ଧନୁ-

ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ଜ୍ଞାନ-ଗବେଷଣା ସ୍ତରରେ କୃତକର୍ଜ୍ୟ ହୋଇ  ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବା ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ। 

ମକର-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ପ୍ରତିକାର- ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କୁମ୍ଭ-

ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ଦାମ୍ପତ୍ୟ କଳହ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ପ୍ରତିକାର-ଭିକାରୀକୁ ନିରାଶ କରିବେ ନାହିଁ।

ମୀନ-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!