ଦୈନିକ ରାଶିଫଳ: ୨୩ ମାର୍ଚ୍ଚ ୨୦୨୦, ମହା ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଶାରୀରିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମାର୍ଚ୍ଚ ମାସ ୨୩ତାରିଖ, ସୋମବାର, ମୀନ ମାସ ୧୦ ଦିନ, ଚୈତ୍ର ମାସ, କୃଷ୍ଣପକ୍ଷ, ଚତୁର୍ଦ୍ଦଶୀ ତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୫୨ମିନିଟ୍ ରୁ ୭ଟା ୨୧ମିନିଟ୍, ଦିବା ୧୦ଟା ୪ମିନିଟ୍ ରୁ ୧ଟା ୫ମିନିଟ୍, ଦିବା ୪ଟା ୨୫ମିନିଟ୍ ରୁ ୫ଟା ୫ମିନିଟ୍, ସନ୍ଧ୍ୟା ୬ଟା ୪୩ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆୟ ଉପାର୍ଜନରେ ବାଧା ନାହିଁ। ପ୍ରମୋଶନ ସୂଚନାପାଇ ଖୁସି ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। କର୍ମସନ୍ଦିତ୍ସୁ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସ୍ୱାସ୍ଥ୍ୟ ଦିଗରୁ ଉତ୍ତମ ଫଳ ପ୍ରାପ୍ତି ହେବ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ। କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରଚୁର ଲାଭ ପାଇବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଦୂରେଇ ଯିବ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-

ବିଦ୍ୟାର୍ଥିମାନେ ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସନ୍ତାନ ଯୋଗେ ଚିନ୍ତିତ ରହିବେ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରିବାକୁ ପଡି ପାରେ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ଭ୍ରାତୃ ବିବାଦ ପଡୋଶୀ କଳହ ଦୂର ହେବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ବନ୍ଧୁବିରୋଧ, ପ୍ରତିବେଶୀଙ୍କ ସହ କଳହର ଅବସାନ ହେବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହୋଇପାରେ। ପ୍ରତିକାର:-ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଶତୃ ମାନେ ପରାଜିତ ହୋଇ ସମସ୍ତ ଚିନ୍ତା ଦୂର ହେବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆନନ୍ଦିତ ହେବେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ବନ୍ଧୁ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ଦୌଡ ଧୂପରେ ଶାନ୍ତି ଅନୁଭବ କରିବେ। ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ। ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ପିଲାମାନଙ୍କ କାର୍ଯ୍ୟରେ ବ୍ୟଥିତ ହୋଇ ପାରନ୍ତି। ପାରିବାରିକ ସମସ୍ୟାକୁ ସମାଧାନ କରିବା ଉଚିତ୍‌। ଅଧିକ ପରିଶ୍ରମ ତୁଳନାରେ ଅଧିକ ପାରିଶ୍ରମିକ ଆଦାୟର ପ୍ରଚେଷ୍ଟା ଚଳାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ। ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ବାଧ୍ୟ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ।ବାଦବିବାଦ, ମାଲିମୋକଦ୍ଦମା, ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସ୍ୱାସ୍ଥ୍ୟ ଭଲ ରହିବ। ନୂତନ ବସ୍ତୁ କ୍ରୟ କରି ପାରିବେ। ଆର୍ଥିକସ୍ଥିତିରେ ସୁଧାର ଆସିବ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ନିଜର ଯୋଗ୍ୟତା, କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ। ଧନ ପାଇବାର ରାସ୍ତା ଖୋଲିଯିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ଶୁଭ ସମାଚାର ମିଳିବ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ବୈଷୟିକ କ୍ଷେତ୍ରରେ ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଶତୃମାନେ ଦୂରେଇ ଯିବେ। ସମସ୍ତ ଚିନ୍ତା ଦୂର ହୋଇ ମାନସିକ ଶାନ୍ତି ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ନୂତନ ଦ୍ରବ୍ୟ କ୍ରୟ କରିବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରଟି ସୁଦୃଢ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ସାମାଜିକ ପତିଆରା ଅମଳିନ ରହିବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ରାଜନୀତି କ୍ଷେତ୍ରରେ ଜନସେବାଦ୍ଵାରା ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!