ଦୈନିକ ରାଶିଫଳ: 23 ମାର୍ଚ୍ଚ 2021, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମାର୍ଚ୍ଚମାସ ୨୩ତାରିଖ, ମଙ୍ଗଳବାର, ମୀନମାସ ୧୦ଦିନ, ଫାଲଗୁନମାସ, ଶୁକ୍ଳପକ୍ଷ, ନବମୀତିଥି, ଦିବା ୧୦ଟା ୭ମିନିଟ୍ ଗତେ ଦଶମୀ ତିଥି, ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ମକର ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ, ଦିବା ୧୦ଟା ୭ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ । ଶୁଭସମୟ- ସକାଳ ୮ଟା ୫୩ମିନିଟ୍ ରୁ ୧୦ଟା ୪୦ମିନିଟ୍, ଦିବା ୧ଟା ୬ମିନିଟ୍ ରୁ ୧ଟା ୨୨ମିନିଟ୍, ଦିବା ୪ଟା ୨୫ମିନିଟ୍ ରୁ ୫ଟା ୫ମିନିଟ୍, ସନ୍ଧ୍ୟା ୫ଟା ୫୫ମିନିଟ୍ ରୁ ୬ଟା ୪୧ମିନିଟ୍, ରାତ୍ର ୯ଟା ୬ମିନିଟ୍ ରୁ ୧୧ଟା ୨୮ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଶତୃମାନେ ପରାଜିତ ହେବେ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆନନ୍ଦିତ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-

ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଯୋଗୁ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ । ଧନଲାଭ ହେବାଦ୍ୱାରା ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷାରେ କୃତକାର୍ଯ୍ୟ ହେବେ । ବିରୋଧିମାନେ ଦୂରେଇ ଯିବେ । ପ୍ରାୟକାର୍ଯ୍ୟ ପୂରଣ ହେବ । ଦୂରଯାତ୍ରାରେ ସଫଳତା ଓ ଲାଭପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-

ପ୍ରିୟଜନଙ୍କ ସହ ମିଳନ ହେବ । ଅଟକିଥିବା କାର୍ଯ୍ୟ ଚାଲୁ ହେବ । ଉତ୍ତରଦାୟିତ୍ୱ ବଢ଼ିବ । ବିଦ୍ୟାରେ ଉନ୍ନତିହେବ । ଧାତୁ ବା ଅଳଙ୍କାରାଦି କ୍ରୟ କରିବେ । ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରି ଅଶାତୀତ ଲାଭବାନ୍ ହେବେ । କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ କ୍ଷତିରେ ପଡିବେ । ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । ରାଜନୀତି ଓ ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତି ହୋଇ ଆଶାଜନକ ଲାଭ ପ୍ରାପ୍ତିହେବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ନୂଆ ଯୋଜନାରେ ସଫଳହେବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କନ୍ୟା:-

ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ଯୋଗେ ସାମାନ୍ୟ ଲାଭ ପାଇଲେ ବି ଚିତ୍ତପ୍ରସନ୍ନ ରହିବା ସହ କାର୍ଯ୍ୟ ସିଦ୍ଧି ହେବ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ଉଚ୍ଚଆଶା ସଫଳ ହେବ । ପରିବାରରେ ସୁଖଶାନ୍ତି ଫେରି ଆସିବ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ସ୍ୱାସ୍ଥ୍ୟ ପ୍ରତି ମଧ୍ୟ ସତର୍କତା ଅବଲମ୍ବନ କରିବା ଉଚିତ୍ । ଆୟ ବୃଦ୍ଧି ହେବ କିନ୍ତୁ ଅଯଥା ବ୍ୟୟ ମଧ୍ୟ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ତୁଳା:-

ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ । ଆକସ୍ମିକ ଧନପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ । କ୍ରୀଡ଼ାବିଦ୍ ମାନେ ପ୍ରଶଂସିତ ହେବେ । ପୁରାତନ ରୋଗର ଉପଶମ ପରିଲକ୍ଷିତ ହେବ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ ଓ ସମସ୍ତ ଚେଷ୍ଟା ସଫଳ ହେବ । ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ ଶାନ୍ତିପାଇବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ବିଚ୍ଛା:-

ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ରାଜନୀତିରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ସାମୟିକ ଚିନ୍ତା ଦୂରହେବ । କାର୍ଯ୍ୟ ସହଜ ସରଳରେ ସମାଧାନ ହେବ । ବିଦ୍ୟାରେ ଉନ୍ନତି, ଖେଳରେ ବିଜୟୀ ହେବେ । ଭାଇ ବନ୍ଧୁମାନେ ସହଯୋଗ କରିବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ପଡିପାରେ । ପ୍ରତିକାର:- ଅଶ୍ୱସ୍ଥବୃକ୍ଷ ମୂଳରେ ଗୁଡପଣା ଢାଳନ୍ତୁ ।

ଧନୁ:-

ବ୍ୟବସାୟୀ ମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ । ଆୟର ମାର୍ଗ ପ୍ରଶସ୍ତ ହେବ । ବାହାନ କ୍ରୟ ଓ ବିକ୍ରୟ କରି ପାରନ୍ତି । ନୂତନ ଗୃହସୁଖ ମିଳିବ । ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ । ସ୍ଥଗିତ ଥିବା ଧନପ୍ରାପ୍ତ ହେବ । ନୂତନ କର୍ମ ଓ ନୂତନ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ । ବିଦ୍ୟାରେ ଉନ୍ନତି, ଖେଳରେ ପ୍ରଶଂସିତ ହେବେ । କୌଣସି ଆନୁଷ୍ଠାନିକ, ମାଙ୍ଗଳିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ । କର୍ମରେ ମନସନ୍ତୁଷ୍ଟ ରହିବ । ପିଲାଙ୍କସହ ଖୁସିରେ ରହିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-

ଶୁଭ ସମାଚାର ପାଇ ଖୁସି ହେବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ପରିବାରରେ ମାନ ମନାନ୍ତର ଦୂର ହୋଇ ଉଚ୍ଚ ଆଶାରେ ଆଗେଇବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ସରକାରୀ ଚାପ ପଡିଲେ ମଧ୍ୟ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ହେବା ଫଳରେ ଆର୍ଥିକ ଦିଗରୁ ସୁବିଧା ମିଳିବ । ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

ମୀନ:-

ଆର୍ଥିକସ୍ଥିତି ମନ୍ଦ ହେବନାହିଁ, ଯାହାଦ୍ୱାରା କି ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ । ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ । ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ । ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଦାମ୍ପତ୍ୟଜୀବନ ସୁଖମୟ ହେବ । ପରିଶ୍ରମ ଦ୍ୱାରା କାର୍ଯ୍ୟରେ ସ୍ଥିରତା ବଢ଼ିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!