ଦୈନିକ ରାଶିଫଳ: 23 ମାର୍ଚ୍ଚ 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି 3ଟି ରାଶିଙ୍କ ଖୋଲିବ ଭାଗ୍ୟ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମାର୍ଚ୍ଚ ମାସ ୨୩ ତାରିଖ, ବୁଧବାର, ମୀନ ମାସ ୯ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ଷଷ୍ଠୀ ତିଥି, ଅନୁରାଧା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର । ବଜ୍ର ଯୋଗ ଦିବା ୧୦ଟା ୨୦ମିନିଟ୍ ପରେ ସିଦ୍ଧି ଯୋଗ । ଗର କରଣ ଦିବା ୩ଟା ୨୦ମିନିଟ୍ ପରେ ବଣିଜ କରଣ । କର୍କଟ ରାଶିର ଘାତବାର । ନିମ୍ବ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ରାତି ୨ଟା ୧୭ ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଷଷ୍ଠୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ଦିବା ୮ଟା ୫୨ମିନିଟ୍ ରୁ ଦିବା ୧୦ଟା ୨୩ମିନିଟ୍, ଦିବା ୧୧ଟା ୫୩ମିନିଟ୍ ରୁ ୧ଟା ୨୪ମିନିଟ୍, ରାତ୍ରି ୨ଟା ୫୨ମିନିଟ୍ ରୁ ୦୪ଟା ୨୨ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୫୩ମିନିଟ୍ ରୁ ୭ଟା ୨୮ମିନିଟ୍, ଦିବା ୧୦ଟା ୨୪ମିନିଟ୍ ରୁ ୧୧ଟା ୨୯ମିନିଟ୍, ଦିବା ୧ଟା ୫୪ମିନିଟ୍ ରୁ ୫ଟା ୬ମିନିଟ୍, ସନ୍ଧ୍ୟା ୬ଟା ୪୩ମିନିଟ୍ ରୁ ୧୦ଟା ୪୧ମିନିଟ୍, ରାତ୍ର ୧ଟା ୫୩ମିନିଟ୍ ରୁ ରାତ୍ର ୨ଟା ୫୨ମିନିଟ୍, ରାତ୍ର ୪ଟା ୨୨ମିନିଟ୍ ରୁ ୫ଟା ୫୧ମିନିଟ୍ ।

ମେଷ:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ପ୍ରଶଂସିତ ହେବେ । ନିଜର ଯୋଜନା ମୁତାବକ କାର୍ଯ୍ୟକରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଶତ୍ରୁବାଧା ଦୂରେଇ ଯିବ । କର୍ମକ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ସହଯୋଗୀଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ନୂତନକର୍ମ ଆରମ୍ଭ କଲେ ସଫଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ । ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ସଫଳତା ଅର୍ଜନ କରିବେ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ । ଅଧ୍ୟୟନ-ଅଧ୍ୟାପନା କାର୍ଯ୍ୟରେ ବ୍ୟସ୍ତ ରହିବେ । ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ । ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ଶୁଭ ସମାଚାର ଶୁଣିବାକୁ ମିଳିବ । ସମାଜସେବା ଓ ପରୋପକାର କାର୍ଯ୍ୟରେ ରୁଚି ବୃଦ୍ଧିହେବ । କର୍ମ କ୍ଷେତ୍ରରେ ମାନ ସମ୍ମାନ ସାମାଜିକ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ହେବ । ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ । କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ । ନୂଆ ଲକ୍ଷକୁ ନିର୍ଦ୍ଦାରିତ କରି ପାରିବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ବ୍ୟବସାୟରେ ଉତ୍ତମ ରୋଜଗାର ହୋଇ ଆଶାତୀତ ଲାଭ ହେବ । ନୂତନ ବନ୍ଧୁ ଭେଟ ହେବେ । ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । କାମ କାର୍ଯ୍ୟରେ କୌଣସି ନୂତନ ପଦ୍ଧତି ଗ୍ରହଣ କରି ପାରନ୍ତି । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅନୁକୂଳ ଥିବାରୁ ପ୍ରତିଯୋଗୀତା ପରୀକ୍ଷାର ନିର୍ଣ୍ଣୟ ଆପଣଙ୍କ ସପକ୍ଷରେ ଯିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ ଓ ମାନସିକ ଅଶାନ୍ତି ଦୂର ହେବ । କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ହେବେ । ଯେ କୌଣସି କାର୍ଯ୍ୟରେ ସଫଳତା ପାଇବେ । ଦାମ୍ପତ୍ୟ ସୁଖରେ ଉନ୍ନତି ହେବ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସୁସମ୍ପର୍କ ରହିବ । ଶେୟର୍ସ, ନିବେଶ ଆଦିରେ ଲାଭ ହେବ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ଧନୁ:-ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ବ୍ୟବସାୟ କ୍ଷେତ୍ରରେ ବହୁତ ପରିଶ୍ରମ କଲେ ଅର୍ଥ ଲାଭ ହେବ । ବାଦବିବାଦ, ମାଲିମୋକଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ । ମାନସିକ ଦୁଶ୍ଚିନ୍ତା ଦୂର ହେବ । ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଆର୍ଥିକସ୍ଥିତି ସୁଧୁରିବ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ବନ୍ଧୁ ମିତ୍ରମାନଙ୍କ ସହଯୋଗରେ ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଆର୍ଥିକସ୍ଥିତି ସୁଧୁରିବ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହୋଇ ନୂତନ ବାହନ, ଗୃହ ଆଦି ଲାଭ ହୋଇପାରେ । କାମ କାର୍ଯ୍ୟରେ କୌଣସି ନୂତନ ପଦ୍ଧତି ବ୍ୟବହାର କରି ଦୁଇଗୁଣା ଲାଭ ଉଠେଇବେ । ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ଭଳି ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧି ଆଶା କରି ହେବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ ।

ମୀନ:-ଧର୍ମ କର୍ମରେ ରୁଚି ରହିବ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ବନ୍ଧୁ, ମିତ୍ର ଏବଂ ଭାଇ ଭଉଣୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ଦୂର ଯାତ୍ରା କରି ପାରନ୍ତି । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶୁଖିହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!