ଦୈନିକ ରାଶିଫଳ: 23 ମାର୍ଚ୍ଚ 2023, ଗୁରୁବାର, ମା’ଲକ୍ଷ୍ମୀଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ମାର୍ଚ୍ଚମାସ ୨୩ ତାରିଖ, ଗୁରୁବାର, ମୀନମାସ ୯ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ଦିତୀୟାତିଥି, ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର ଦିବା ୨ଟା ୯ମିନିଟ ପରେ ଅଶ୍ଵିନୀ ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର। ବ୍ରହ୍ମ ଯୋଗ ସକାଳ ୬ଟା ୧୫ମିନିଟ୍ ପରେ ଇନ୍ଦ୍ର ଯୋଗ। ବାଳବ କରଣ ସକାଳ ୭ଟା ୧୬ମିନିଟ୍ ପରେ କୌଳବ କରଣ। ତୁଳା ଓ କୁମ୍ଭ ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ନିଷିଦ୍ଧ ଖାଦ୍ୟ-ବୋଇତିକଖାରୁ ନ ଖାଇଲେ ଭଲ ସନ୍ଧ୍ୟା ୬ଟା ୨୧ ମିନିଟ ପରେ ପୋଟଳ ନ ଖାଇଲେ ଭଲ। ଯୋଗିନୀ-ଉତ୍ତରେ ସନ୍ଧ୍ୟା ୬ଟା ୨୧ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଦିତୀୟା ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ଦିବା ୨ଟା ୫୪ମିନିଟ୍ ରୁ ଦିବା ୫ଟା ୫୪ମିନିଟ୍, ଦିବ, ରାତ୍ରି ୧୧ଟା ୫୩ମିନିଟ୍ ରୁ ୧ଟା ୨୨ମିନିଟ୍। ଶୁଭସମୟ- ପ୍ରାତଃ ୫ଟା ୫୨ମିନିଟ୍ ରୁ ୭ଟା ୨୮ମିନିଟ୍, ଦିବା ୧୦ଟା ୪୧ମିନିଟ୍ ରୁ ୧ଟା ୦୫ମିନିଟ୍, ରାତ୍ର ୨ଟା ୪୦ମିନିଟ୍ ରୁ୩ଟା ୨୮ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ। ବନ୍ଧୁ, ମିତ୍ର, ସହଯୋଗୀଙ୍କ ପ୍ରତି ସତର୍କ ନରହିଲେ ବ୍ୟବସାୟରେ କ୍ଷତି ସହିବେ। ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଅପଦସ୍ଥ କରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବୃଷ:-ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ବ୍ୟବସାୟରେ ଆକସ୍ମିକ ଧନପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ପୁରାତନ ରୋଗର ଉପଶମ ପରିଲକ୍ଷିତ ହେବ। ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ ଶାନ୍ତିପାଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ବ୍ୟବସାୟୀମାନଙ୍କର କାରବାର ବଢ଼ିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ଋଣ ଭରଣା ପାଇଁ ଚେଷ୍ଟା କରିବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କର୍କଟ:-ସହକର୍ମୀ ମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧୀକାରୀଙ୍କ ପ୍ରିୟଭାଜନ ହେବେ। ଦୂରଯାତ୍ରା କରି ମନ ଖୁସି ରହିବ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ରାଜନୀତି କ୍ଷେତ୍ରରେ ଆସ୍ୱସ୍ତି ଲାଭ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ। ପାରିବାରିକ ସମସ୍ୟାଗୁଡ଼ିକୁ ସୁଧାରି ନେବା ଉଚିତ୍। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ବ୍ୟବସାୟିକ ଗତିବିଧି ଠିକ୍ ରହିଲେ ମଧ୍ୟ ଅନାବଶ୍ୟକ ଧାଁଦୌଡ଼ କରି ପାରନ୍ତି। ବହୁତ କଷ୍ଟ ଓ କଠିନ ପରିଶ୍ରମ କଲେ କର୍ମକ୍ଷେତ୍ରରେ ସଫଳତା ମିଳିବ। ରାଜନୈତିକ କ୍ଷେତ୍ରରେ ଆତ୍ମୀୟମାନେ ଭିତରେ ଚେର କାଟିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଅଧିକ ଲାଭ କରିବେ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଦିନଟି କାଟିବେ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ। କର୍ମନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହୋଇପାରେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରି ପାରନ୍ତି। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- ପ୍ରତ୍ୟେକଦିନ କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ଯେ କୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ଉନ୍ନତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ପୁରାତନ ରୋଗର ଉପସମ ଯୋଗେ ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ। ପାରିବାରିକ କ୍ଷେତ୍ରରେ ବାଦ ବିବାଦ ମେଣ୍ଟି ଯିବା ଫଳରେ ଆତ୍ମସନ୍ତୋଷ ଆଣିଦେବ। ଛାତ୍ରଛାତ୍ରୀମାନେ ଭ୍ରମଣପ୍ରିୟ ହେବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ସ୍ୱାସ୍ଥ୍ୟ ଦିଗରେ ସତର୍କ ଅବଲମ୍ବନ କରିବା ଉଚିତ୍। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବା ସହ ଉନ୍ନତି, ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଭାଗୀଦାର ବ୍ୟବସାୟରେ ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ। ଦୂରଯାତ୍ରା କରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। କର୍ମୋନ୍ନତି, ସନ୍ତାନସୁଖ ପ୍ରାପ୍ତି, ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହୋଇ ପାରନ୍ତି। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ସମସ୍ତ କାର୍ଯ୍ୟ ସିଦ୍ଧି ହେବ। ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ଯୋଗୁଁ ଚିନ୍ତିତ ରହିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ ନତୁବା ମନକୁ ଆଘାତ ଲାଗିପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଶୁଭ ସମ୍ବାଦପାଇ ଖୁସିହେବେ ଓ ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ। ପରିବାରରେ ମାନ ମନାନ୍ତର ଦୂର ହେବ। ମାନସିକ ଏକାଗ୍ରତା ରଖି ପାରିବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆୟ ଉପାର୍ଜନ ବୃଦ୍ଧି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!