ସାପ୍ତାହିକ ରାଶିଫଳ: ୨୩ ମାର୍ଚ୍ଚ ରୁ ୨୯ ମାର୍ଚ୍ଚ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଗୃହବାହନ ପ୍ରାପ୍ତି, ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ। କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ ହକ୍ ହେବେ। ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇଯିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଧର୍ମଦିଗରୁ ଦୂରେଇ ଯାଇ ବୈଷୟିକ-ଆସକ୍ତି ଦ୍ଵାରା ଜଡିତ ହେବେ। ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ। ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବଢିବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ।  ଆୟରସ୍ରୋତ ବୃଦ୍ଧିହେବ  କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ।  ପ୍ରତିକାର:- ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ଯଦି ବ୍ୟବସାୟ କରୁଥାନ୍ତି ଅତ୍ୟନ୍ତ ଲାଭାନ୍ନିତ ହୋଇ ସଂପତ୍ତି କ୍ରୟ କରିବେ। ବିଦ୍ୟାର୍ଥୀ ହୋଇଥିଲେ ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ କିମ୍ବା ଡାକ୍ତରୀ ପାଠ ପଢ଼ୁଥିଲେ ବିଶେଷ ସଫଳତା ପ୍ରାପ୍ତ ହେବ। ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ। ସନ୍ତାନ କ୍ଷେତ୍ରରେ ସର୍ବଶ୍ରେଷ୍ଠ ଫଳ ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ନୂତନ ଗୃହ, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମିପ୍ରାପ୍ତି ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ। ଚାକିରୀ ପାଇଁ ଚେଷ୍ଟା କରୁଥିଲେ ଶିକ୍ଷାକ୍ଷେତ୍ର, ଧର୍ମାନୁଷ୍ଠାନ, ଭୋଜନାଳୟ, ପ୍ରଶାସନ ବିଭାଗ, ଖାଦ୍ୟ ସଂବନ୍ଧୀୟ ବିଭାଗ, ଖାଦ୍ୟ ପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗ କରନ୍ତୁ। ରାଜନୀତି କ୍ଷେତ୍ରରେ ଅନୁକୂଳ ହେତୁ ଲୋକ ସମର୍ଥନ ବୃଦ୍ଧି ପାଇବ। କୋର୍ଟ, କଚେରୀ, ମାଲିମକଦ୍ଦମା, ବାଦବିବାଦ କ୍ଷେତ୍ରରେ ଜୟଯୁକ୍ତ ହେବେ। ଗୁରୁ-ଗୁରୁଜନମାନଙ୍କର ଆସ୍ଥାଭାଜନ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ବନ୍ଧୁ ମିତ୍ରଙ୍କର ସହଯୋଗରେ କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତିରେ ସଫଳ ହେବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ କ୍ଷେତ୍ରରେ ଆଶାତୀତ ଲାଭମିଳିବ। ଆୟ ଉପାର୍ଜନରେ ବାଧାନାହିଁ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଗୃହରେ ଥିବା କଳହ, ପତି-ପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ। ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ-ପ୍ରଦାନ କରି ଉଚିତ ଲାଭ ପାଇବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ। ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରିବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ। କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବାସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ଓ  ସହଯୋଗ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବ। ଆୟ ଉତ୍ତମ, ଶରୀର ସୁସ୍ଥରହିବ ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗହେବ। କ୍ରୀଡ଼ା, କଳା, ସଂସ୍କୃତି, ବାଣିଜ୍ୟବ୍ୟବସାୟ, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀହେବେ। ଘର ସାଜସଜ୍ଜାରେ ବ୍ୟସ୍ତ ରହିବେ। ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ। ପରିବାରରେ ସାଧାରଣ ବାତାବରଣ ରହିବ। ବ୍ୟବସାୟରେ ସମସ୍ତ ଆଶା ପୂରଣ ହେବ। ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବନ୍ଧୁ ବାନ୍ଧବଙ୍କ ଦ୍ଵାରା କୌଣସି ଜଟିଳ ସମସ୍ୟାର ସମାଧାନ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ଉତ୍ତମ ରୋଜଗାର କରି ପାରିବେ। ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ। ଋଣଭାର କମିଯିବ। ଶତୃମାନେ ପରାଜିତ ହେବେ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରି ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମବିଶ୍ୱାସ ବୃଦ୍ଧିହେବ। ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେଲେ ସାମାଜିକ ସ୍ଥିତି ଓ ମାନସମ୍ମାନ ବୃଦ୍ଧିହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ।  ବ୍ୟବସାୟକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବ୍ୟବସାୟ କ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି। ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ।  ସ୍ଥଗିତଥିବା କର୍ମଟି ପୂରଣ ହେବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ବନ୍ଧୁଙ୍କ ସହଯୋଗରେ ଆର୍ଥିକ ଲାଭ ହେବା ସହ ସାମାଜିକ ସ୍ଥିତି, ପ୍ରସିଦ୍ଧି ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବା ଫଳରେ ଉତ୍ତମ ରୋଜଗାର କରିପାରିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।ସାପ୍ତାହିକ ରାଶିଫଳ: ୧୬ ମାର୍ଚ୍ଚ ରୁ ୨୨ ମାର୍ଚ୍ଚ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ବ୍ୟବସାୟରେ ପ୍ରବଳ ଉନ୍ନତି


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!