ଦୈନିକ ରାଶିଫଳ: ୨୩ ମଇ ୨୦୧୯, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶିର ବ୍ୟକ୍ତିଙ୍କୁ କର୍ମ ଓ ବ୍ୟବସାୟରେ ଉନ୍ନତି ମିଳିବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ନୂଆ ଯୋଜନାରେ ସଫଳହେବେ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ଖୁସିର ବାତାବରଣସ୍ଥାୟି ରହିବ। ଯୁବକ ଯୁବତୀ ମାନଙ୍କର ଚାକିରି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣ ସଫଳତା ଅର୍ଜନ କରିବେ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ସଫଳତା ଅର୍ଜନ  କରିବେ। ରାଜନୀତି କ୍ଷେତ୍ରରେ ଦୂରଯାତ୍ରାର ସୁଯୋଗ ପାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ମହିଳାମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ଓ ଆର୍ଥିକ, ପାରିବାରିକ ଏବଂ ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ସାମାଜିକ କାର୍ଯ୍ୟରେ ସଫଳ ହେବେ। ଛାତ୍ର ଛାତ୍ରୀ ମାନଙ୍କର ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପ୍ରତିକାର:- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ। ଚିକିତ୍ସକ, ରସାୟନଜ୍ଞ, କେମିକାଲ୍, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ। ଦୂରଯାତ୍ରାରେ ଲାଭପାଇବେ। ବ୍ୟବସାୟିକ ସ୍ଥିତି ସୁଧୁରିଯିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କର୍ମକ୍ଷେତ୍ରରେ ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ପ୍ରତିକାର: ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ ।

କର୍କଟ:-

କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ।  ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ପଦୋନ୍ନତିର ସଙ୍କେତ ପାଇବେ। ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ। ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସଯୋଗ ମିଳିବ। ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ଅର୍ଥଲାଭର ମାର୍ଗ ଖୋଲିଯିବ। ଶୁଭ ସମାଚାର ମିଳିବ। କୌଣସି ମାଙ୍ଗଳିକ କାର୍ଯ୍ୟ ଆୟୋଜନରେ ଯୋଗ ଦେବେ। ପ୍ରତିକାର- ହରିଡା ଚନ୍ଦନ ଘୋରି ଧାରଣ କରନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନଖୁସି ରହିବ। ଯୁବକ ଯୁବତୀ ମାନଙ୍କର ନୂତନକର୍ମ ନିଯୁକ୍ତିର ଯୋଗ ଅଛି। ମହିଳାମାନେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ  ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କରି ହସ ଖୁସିରେ ସମୟ ବିତେଇବେ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ଛାତ୍ର ଛାତ୍ରୀ ମାନଙ୍କର ସଂଘର୍ଷ ଦ୍ୱାରା ସଫଳତା ମିଳିବ। ପ୍ରତିକାର- ଧଳାଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

ବ୍ୟବସାୟରେ ସଫଳତା ଅର୍ଜନ  ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ରାଜନୀତି କ୍ଷେତ୍ରରେ ମାନସିକ ଚିନ୍ତା ଦୂରହେବ ଓ ସମସ୍ତ ଚେଷ୍ଟା ସଫଳ ହେବ। ନୂତନ କାର୍ଯ୍ୟରେ ଉନ୍ନତି ହେବ। ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ମହିଳାମାନେ ଶାନ୍ତିପାଇବେ। ପ୍ରତିକାର- ମସୁରଡାଲି ଦରିଦ୍ରକୁ ଦାନ କରନ୍ତୁ।

ତୁଳା:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପାରିବାରିକ ବ୍ୟବସାୟ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। କର୍ମକ୍ଷେତ୍ରରେ କରିଥିବା କାମର ଶୁଭ ସୂଚନା ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କଳା,ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ମହିଳାମାନଙ୍କର ଖୁସିର ବାତାବରଣସ୍ଥାୟି ରହିବ ଓ ନୂତନ ସମ୍ବନ୍ଧ ସୃଷ୍ଟିହେବ। ପ୍ରତିକାର- କର୍ପୁର  ଚନ୍ଦନ ଧାରଣ କରନ୍ତୁ।

ବିଚ୍ଛା:-

ପାରିବାରିକସ୍ଥିତି ସାମାନ୍ୟ ବଦଳିବ। ଦୂରଯାତ୍ରାର ସୁଯୋଗ ମିଳିବ। ନୂତନ କାର୍ଯ୍ୟରେ ଉନ୍ନତି ହେବ। ମହିଳାମାନେ ଶାନ୍ତିପାଇବେ।ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଧର୍ମକାର୍ଯ୍ୟରେ ନିୟୋଜିତ ହେବେ। ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଅନେକ ଦିଗରୁ ଖୁସି ମିଳିବ। ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ରାଜନୀତି କ୍ଷେତ୍ରରେ ସମସ୍ତ ଚେଷ୍ଟା ସଫଳ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର- ତିଳକ ଚନ୍ଦନ ଧାରଣ କରନ୍ତୁ।

ଧନୁ:-

ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ନୂତନପନ୍ଥା ଅନୁସରଣ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟ ବୃଦ୍ଧି ଓ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ। ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ। ମନୋକାମନା ପୂରଣ ହେବ ଓ ସାମ୍ବାଦିକତାରୁ ଲାଭ ଏବଂ ଶୁଭ ସମାଚାର ମିଳିବ। ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। କୁଟୁମ୍ବରେ ବାଦବିବାଦ ମେଣ୍ଟିଯିବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସହଯୋଗୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇଯିବ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ବିରୋଧିମାନେ ଦୂରେଇ ଯିବେ। ଦୂରଯାତ୍ରାରେ ପ୍ରିୟଜନଙ୍କସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରେମ-ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ବ୍ୟବସାୟରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ। ଯୁବକ ଯୁବତୀ ମାନଙ୍କର ଉତ୍ତରଦାୟିତ୍ୱ ବଢ଼ିବ। ମହିଳା ମାନଙ୍କର ଭୌତିକ ସୁଖ-ସୁବିଧା ସାଧନର ବୃଦ୍ଧି ହେବ ଓ ପରିଶ୍ରମ କଷ୍ଟର ପୁରା ଲାଭ ମିଳିବ। ପ୍ରତିକାର- ଉପହାର ସ୍ୱରୂପ ଲାଲରଙ୍ଗର ବସ୍ତୁ ଗ୍ରହଣ କରନ୍ତୁ ନାହିଁ।

କୁମ୍ଭ:-

ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ। ସାମାଜିକ କାର୍ଯ୍ୟରେ ଆଜି ଅଧିକ ସମୟ ବିତେଇ ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ଲୋକପ୍ରିୟତା ବୃଦ୍ଧି ହେବ। କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ନୂତନପନ୍ଥା ଅନୁସରଣ କରିବେ।  ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେକରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମୀ-ପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ। ପ୍ରତିକାର-ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

ମୀନ:-

ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଧୀରେ-ଧୀରେ ସନ୍ଧ୍ୟାପରେ ଆପଣଙ୍କ ସପକ୍ଷରେ ଯିବ। ମିତ୍ରମାନଙ୍କ ସହଯୋଗ ପାଇ ବ୍ୟାପାର ଓ କାରବାରରେ ସ୍ଥିତି ସୁଦୃଢ ହେବାସହ ପରିସ୍ଥିତି ବଦଳିଯିବ। ଆର୍ଥିକସ୍ଥିତି ସୁଦୃଢ ହେବ ଓ ବ୍ୟାଙ୍କ-ବାଲାନ୍ସ ବୃଦ୍ଧି ହେବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ମହିଳା ମାନଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ଓ ପାରିବାରିକ କ୍ଷେତ୍ରରେ ଆନନ୍ଦ ମିଳିବ। କର୍ମଖେତ୍ରରେ କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ରାଜନୀତିରୁ ଲାଭ ମିଳିବ। ପ୍ରତିକାର- ତୁଲସୀ ମୂଳର ମାଟି ଚନ୍ଦନ ଧାରଣ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!