ଦୈନିକ ରାଶିଫଳ: ୨୩ ମଇ ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୨୩ ତାରିଖ, ଶନିବାର, ବୃଷମାସ ୧୦ଦିନ, ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ପ୍ରତିପଦାତିଥି, ରୋହିଣୀନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା  ରାଶିର ଘାତବାର। ବିଛାରାଶିର ଘାତଚନ୍ଦ୍ର। ପାଣିକଖାରୁ ନ ଖାଇଲେ ଭଲ। ଶୁଭସମୟ ଦିବା ୧୦ଟା ୬ମିନିଟ୍ ରୁ ୧୨ଟା ୯ମିନିଟ୍, ଦିବା ୩ଟା ୧ମିନିଟ୍ ରୁ ୩ଟା ୩୮ମିନିଟ୍, ରାତ୍ର ୭ଟା ୩୭ମିନିଟ୍ ରୁ ୭ଟା ୪୨ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସମାଜ ସେବା ସ୍ଵନାମ ଅର୍ଜନ କରି ପାରିବେ। ସ୍ଵାସ୍ଥ୍ୟରେ ଉନ୍ନତି ସହ ମାନସିକ ସ୍ଥିରତାଦେଖାଦେବ। ବ୍ୟବସାୟର ବୃଦ୍ଧି ଯୋଗେ ଆୟ ବୃଦ୍ଧି ଘଟିବା ସହ ଆଶାତୀତ ଲାଭବାନ ହେବେ।  ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ଦାମ୍ପତ୍ୟ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ରାଜନୈତିକ କ୍ଷେତ୍ରରେ ଲୋକସମର୍ଥନ ବୃଦ୍ଧି ହେବା ଫଳରେ ଆର୍ଥିକ ବୃଦ୍ଧି ସହ ଯଶ ମାନସମ୍ମାନ ବଢିବ। ଛାତ୍ରଛାତ୍ରୀମାନେ ନିଜ ପରିଶ୍ରମରେ ସଫଳତା ପାଇବେ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ପ୍ରତିକାର:-ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-

ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ। ନିଜ ଲୋକମାନେ ହିଁ କାମରେ ଆସିବେ। ସାମାଜିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଧନର ଆଗମନ ହେବା ଫଳରେ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇ ପାରେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ସନ୍ତାନ ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡି ପାରନ୍ତି। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାରଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବା ଫଳରେ ମନ ଖୁସି ରହିବ। ରାଜକୀୟ ମାମଲାରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବା ସହ ସୁଖଶାନ୍ତି ବୃଦ୍ଧି ହେବ। ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ। କର୍ତ୍ତବ୍ୟନିଷ୍ଠା ପରାୟଣ ହୋଇ କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରି ପାରନ୍ତି। ସତର୍କରେ ନ ଚାଲିଲେ ଓ ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି।  ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ମିତ୍ରମାନଙ୍କ ଦ୍ଵାରା ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ବ୍ୟବସାୟରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ ଉତ୍ତମ ଲାଭ କରି ପାରିବେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଆଶାତୀତ ଲାଭ ପ୍ରାପ୍ତି ହେବ। ସରକାରୀ କର୍ମଚାରୀମାନେ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସ୍ଵାସ୍ଥ୍ୟ ସମସ୍ୟା ନେଇ ଖୁସି ରହିବେ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ଆତ୍ମନିର୍ଭର ଶୀଳ ହେବେ। କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ। ରାଜନୀତି କ୍ଷେତ୍ରରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଘରୁ ବାହାରକୁ ବାହାରିବା ଦ୍ଵାରା ଅସୁସ୍ଥତା ଅନୁଭବ କରି ପାରନ୍ତି। ସତର୍କତା ଅବଲମ୍ବନ କରିବା ଉଚିତ୍।  ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କ ବଢିଯିବ। ପାରିବାରିକ କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ଛାତ୍ରଛାତ୍ରୀମାନେ ବେପରୁଆ କାର୍ଯ୍ୟକଳାପ ଯୋଗୁଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ଦେଖାଦେଇ ପାରେ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍।  ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ରାଜନୀତି କ୍ଷେତ୍ରରେ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବା ଫଳରେ ମାନସମ୍ମାନ ବଜାୟ ରହିବ। ଶିଳ୍ପୀ, ସାହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ। ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଆମୋଦ ପ୍ରମୋଦ କ୍ଷେତ୍ରରେ ଆଗ୍ରହ ବଢିବ। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିପାରେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ତଳୁ ଉପର ସ୍ତର ଯାଏ ମାନ୍ୟତା ଅର୍ଜ୍ଜନ କରିବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ।  ଆଶା ଓ ଉର୍ଜା ଦ୍ଵାରା ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ। ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ପରିବାରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ରାଜନୀତି କ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେଇ ପାରନ୍ତି। ଶିକ୍ଷାକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ। ଯୁକ୍ତି ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ବ୍ୟବସାୟ କ୍ଷେତ୍ରରେ କରଜ ଭାରରୁ ମୁକ୍ତି ମିଳିବା ସହ ଖୁବ ଅଗ୍ରଗତି ଘଟିବ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

କୁମ୍ଭ:-

ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ବିଦ୍ୟାର୍ଥୀମାନେ କଠିନ ପରିଶ୍ରମ କଲେ ସଫଳତା ପୂର୍ଣ୍ଣ ଫଳ ପ୍ରାପ୍ତ କରିବେ। କର୍ମକ୍ଷେତ୍ରରେ କାମକାର୍ଯ୍ୟରେ ଗମ୍ଭୀରତା ସହ ଧ୍ୟାନ ଦେଲେ ବିରୋଧୀମାନେ ଦୂରେଇ ଯିବେ। ବ୍ୟବସାୟ କ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ  ଶୁଭ ସମାଚାର ପାଇ ଖୁସି ହେବେ। ସାମାଜିକ ସ୍ତରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। ଗୁରୁଜନ ମାଆବାପାଙ୍କୁ ସମ୍ମାନ ଦେଲେ ତାଙ୍କର ଆଶୀର୍ବାଦରେ ଆପଣଙ୍କର ବିକାଶ ପ୍ରତ୍ୟେକ କ୍ଷେତ୍ରରେ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ଅଧ୍ୟୟନ, ଅନୁସନ୍ଧାନ, ଲେଖନ ଆଦି କାର୍ଯ୍ୟ ଆରମ୍ଭ କରିପାରିବେ। ପରିଶ୍ରମର ପୁରା ଲାଭ ମିଳିବ। କର୍ମକ୍ଷେତ୍ରରେ ମାନସମ୍ମାନ, ଯଶ, କୀର୍ତ୍ତି ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ହେବା ସହ ପଦୋନ୍ନତିର ଶୁଭସୂଚନା ପାଇ ପାରନ୍ତି। ପରିବାରରେ ଅନ୍ୟ ସଦସ୍ୟଙ୍କ ସହ ମନୋରଞ୍ଜନ ଓ ହସଖୁସିରେ ସମୟ ବ୍ୟତୀତ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରେମୀକ ପ୍ରେମିକାଙ୍କ ସମ୍ପର୍କ ସ୍ଥାପିତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!