ଦୈନିକ ରାଶିଫଳ: 23 ମଇ 2021, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ସବୁ ଦୁଃଖରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇମାସ ୨୩ ତାରିଖ, ରବିବାର, ବୃଷମାସ ୯ ଦିନ, ବୈଶାଖମାସ, ଶୁକ୍ଳପକ୍ଷ, ଏକାଦଶୀତିଥି, ସକାଳ ୬ଟା ୪୩ ମିନିଟ୍ ଗତେ ଦ୍ଵାଦଶୀ ତିଥି, ହସ୍ତାନକ୍ଷତ୍ର, କନ୍ୟାରାଶିରେ ଚନ୍ଦ୍ର । ମେଷରାଶିର ଘାତବାର । ବୃଷରାଶିର ଘାତଚନ୍ଦ୍ର । ଶିମ୍ବ, ଆମିଷ ନ ଖାଇଲେ ଭଲ, ସକାଳ ୬ଟା ୪୩ମିନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୫୭ମିନିଟ୍ ରୁ ୯ଟା ୩୧ମିନିଟ୍, ଦିବା ୧ଟା ୨୨ମିନିଟ୍ ରୁ ୨ଟା ୪୫ମିନିଟ୍, ଦିବା ୪ଟା ୩୧ମିନିଟ୍ ରୁ ୪ଟା ୩୫ମିନିଟ୍, ସନ୍ଧ୍ୟା ୬ଟା ୧୫ମିନିଟ୍ ରୁ ରାତ୍ର ୭ଟା ୪୧ମିନିଟ୍, ରାତ୍ର ୧୦ଟା ୩୮ମିନିଟ୍ ରୁ ୧୨ଟା ୪୮ମିନିଟ୍ । ପର୍ବଦିନ-ସ୍ମାର୍ତ୍ତ ସମ୍ମତ ମୋହିନୀ ଏକାଦଶୀ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ବ୍ୟବସାୟରେ ଆର୍ଥୀକ କ୍ଷେତ୍ରରେ ଆଶାତୀତ ଉନ୍ନତି ହୋଇପାରେ । ପରିବାରର କେତେକ ସମସ୍ୟା ନେଇ ମାନସିକ ପୀଡା ଅନୁଭବ କରିବେ । ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

କାର୍ଯ୍ୟକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ସାଙ୍ଗସାଥିମାନଙ୍କର ସାହାଯ୍ୟ ପାଇ ଅନେକ ସମସ୍ୟା ସମାଧାନ ହେବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ବ୍ୟବସାୟରେ ବିଶେଷ ଲାଭବାନ ହୋଇ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ରାଜନୀତି କ୍ଷେତ୍ରରେ ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମିଥୁନ:-

ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ବ୍ୟବସାୟିକ କ୍ଷେତ୍ରରେ ନୂତନପନ୍ଥା ଅନୁସରଣ କଲେ ବିଶେଷ ଲାଭହେବ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ଆନୁଷ୍ଠାନିକ କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ବିପରୀତ ଲିଙ୍ଗୀଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ଧନହାନୀ ହେବାର ଯୋଗ ଅଛି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ଶତୃମାନେ ଦୂରେଇ ଯିବେ । ଆକସ୍ମିକ ଧନଲାଭ ହେବା ସହ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବାଦବିବାଦ, ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ଅନେକ ସମସ୍ୟାର ସମାଧାନ ହୋଇ ମାନସିକ ଶାନ୍ତି ମିଳିବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ସିଂହ:-

ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ଲୋକଙ୍କ ସମ୍ପର୍କରେ ରହିବାପାଇଁ ଟେଲିଫୋନ୍ ଓ ଇଣ୍ଟରନେଟ୍ ରେ ଯୋଗାଯୋଗ କରିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ନୂତନବନ୍ଧୁଙ୍କ ଆଗମନ ହେବା ଫଳରେ ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-

ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ରାଜନୈତିକ କ୍ଷେତ୍ରରେ ଜନସେବା ଦ୍ଵାରା ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଛାତ୍ର ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ତୁଳା:-

ବ୍ୟବସାୟରେ ଉତ୍ତମ ରୋଜଗାର କରି ପାରିବେ । ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ନିଜର କାର୍ଯ୍ୟବ୍ୟସ୍ତତା ଯୋଗୁ ଛୋଟ ଛୋଟ କାମକୁ ବୁଝି ବିଚାରି ନକଲେ ଦ୍ଵନ୍ଦରେ ପଡିବେ । ପାରିବାରିକ ସ୍ଥିତିର ଅବ୍ୟବସ୍ଥିତତାକୁ ଆଧାର କରି ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି ହୋଇ ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ନୂତନ ସମ୍ପତି କ୍ରୟ କରି ପାରନ୍ତି । ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-

ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ତାହାର ସମାଧାନ କରିପାରିବେ । ରାଜନୀତିରେ ଫାଇଦା ଉଠାଇବେ । ବ୍ୟବସାୟରେ ପ୍ରଚୁର ଲାଭହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି । ଜୀବନ ସାଥିଙ୍କ ସହ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ଉଚ୍ଚଆଶା ସଫଳ ହେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କୁମ୍ଭ:-

କାର୍ଯ୍ୟକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ । ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ । ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ । ବିବାଦୀୟ ପରିସ୍ଥିତି ଯୋଗୁ ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ । ବ୍ୟୟ ଅଧିକ ହେତୁ ମନଦୁଃଖ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ । ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ପରିବାର ଜନଙ୍କ କୃପାଭାଜନ ହେବେ । ରାଜନୈତିକ କ୍ଷେତ୍ରରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!