ଦୈନିକ ରାଶିଫଳ: 23 ମଇ 2022, ମହାଦେବଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ସମସ୍ତ କଷ୍ଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମଇମାସ ୨୩ତାରିଖ, ସୋମବାର, ବୃଷମାସ ୯ଦିନ, ଜ୍ୟେଷ୍ଠମାସ କୃଷ୍ଣପକ୍ଷ, ଅଷ୍ଟମୀତିଥି ଦିବା ୧୧ଟା ୩୪ମିନିଟ୍ ପରେ ନବମୀ ତିଥି, ଶତଭିଷା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର । ବୈଧୃତି ଯୋଗ । କୌଳବ କରଣ ଦିବା ୧୧ଟା ୩୪ମିନିଟ୍ ପରେ ତୈତିଳ କରଣ । ମିଥୁନ ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ନଡିଆ, ଆମିଷ ନ ଖାଇଲେ ଭଲ ଦିବା ୧୧ଟା ୩୪ମିନିଟ୍ ପରେ ଲାଉ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ଦିବା ୧୧ଟା ୩୪ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଅଷ୍ଟମୀର ଏକୋଦ୍ଧିଷ୍ଟ ଏବଂ ନବମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୬ଟା ୫୦ମିନିଟ୍ ରୁ ୮ଟା ୨୭ମିନିଟ୍, ଦିବା ୨ଟା ୫୯ମିନିଟ୍ ରୁ ୪ଟା ୩୬ମିନିଟ୍, ରାତ୍ରି ୧୦ଟା ୨୧ମିନିଟ୍ ରୁ ୧୧ଟା ୪୩ମିନିଟ୍ । ଶୁଭସମୟ- ସକାଳ ୮ଟା ୪୧ମିନିଟ୍ ରୁ ୧୦ଟା ୨୪ମିନିଟ୍, ରାତ୍ର ୯ଟା ୧୦ମିନିଟ୍ ରୁ ୧୦ଟା ୨୦ମିନିଟ୍, ରାତ୍ର ୧୧ଟା ୪୪ମିନିଟ୍ ରୁ ୧୨ଟା ୪ମିନିଟ୍, ରାତ୍ର ୧ଟା ୩୩ମିନିଟ୍ ରୁ ରାତ୍ର ୨ଟା ୫୯ମିନିଟ୍, ରାତ୍ର ୩ଟା ୪୫ମିନିଟ୍ ରୁ ୪ଟା ୨୭ମିନିଟ୍ । ପର୍ବଦିନ- ଉତ୍କଳେ ଭଉଁରୀ ଯାତ୍ରା ।

ମେଷ:-ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ । ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ । ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇ ଯାଇ ପାରେ । ମିତ୍ରମାନେ ପରାମର୍ଶ ଦେଇ ସମସ୍ତ ଆଶା ପୂରଣ କରିବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଆର୍ଥିକସ୍ଥିତି ଭଲ ରହିବ କିଛି ଅସୁବିଧା ହେବ ନାହିଁ । ପୁରାତନ ରୋଗ ପୀଡ଼ାରୁ ଉପସମ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ସତସଙ୍ଗ, ମନୋରଞ୍ଜନ ଓ କ୍ରୀଡ଼ା କ୍ଷେତ୍ରରେ ପ୍ରଶଂସିତହେବେ । ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ ।

ମିଥୁନ:-ପରିବାରରେ ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମବିଶ୍ୱାସ ବୃଦ୍ଧିହେବ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଶିଳ୍ପବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ଆଡୁ ଲାଭ ପାଇବେ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ । ମାଆବାପାଙ୍କ ପ୍ରତି ଆଦରଭାବ ଜାଗୃତ ହେବ । ରାଜନୀତି କ୍ଷେତ୍ରରେ ଖୁବ୍ ଆଶାବାଦୀ ହେବେ । ଆତ୍ମବିଶ୍ଵାସ ଦ୍ଵାରା ଅନ୍ୟ ଉପରେ ପ୍ରାଧାନ୍ୟ ବିସ୍ତାର କରିପାରିବେ । ହାସ-ପରିହାସ ଓ ମନୋରଞ୍ଜନରେ ସମୟ ବ୍ୟତୀତ ହେଲେ ମଧ୍ୟ ଆୟ ବୃଦ୍ଧି ହେବ । ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବାକୁ ପଡିପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସାଙ୍ଗସାଥି ଭାଗିଦାରମାନଙ୍କ ପାଇଁ ଅତ୍ୟଧିକ ପରିଶ୍ରମ କଲେମଧ୍ୟ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ନୂତନ କାର୍ଯ୍ୟାରମ୍ଭ କଲେ କାର୍ଯ୍ୟପୂରଣ କରିପାରିବେ । ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପ୍ରତିଯୋଗିତା ପରୀକ୍ଷାରେ ଶୁଭଫଳ ମିଳିବ । ପିଲାଙ୍କ ଆଚରଣରେ ଖୁସି ରହିବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କନ୍ୟା:-ଶତୃମାନେ ମୁଣ୍ଡ ଟେକିବାକୁ ସାହସ କରିବେ ନାହିଁ । ଋଣଭାରରୁ ମୁକ୍ତି ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବନ୍ଧୁଙ୍କ ନିକଟରୁ ଅର୍ଥିକ ସାହାଯ୍ୟ ପାଇବେ । ମନ ସ୍ଥିର ରହିବ ଓ ବୁଦ୍ଧିପ୍ରୟୋଗ କରି ପ୍ରଚୁର ଅର୍ଥ ଲାଭ କରିବେ । ପରିବାରରେ ସଫଳତା ଅର୍ଜନ ଓ ଆର୍ଥିକ ଉନ୍ନତିହେବ । ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ତୁଳା:-ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ସମ୍ପର୍କ ନିବିଡ ହେବ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପରିବାରରେ ସୁସମ୍ପର୍କ ବୃଦ୍ଧି ପାଇବ ଓ କାମଗୁଡ଼ିକ ସହଜରେ ହୋଇଯିବ । ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲହେବ । ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡିବେ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-କର୍ମକ୍ଷେତ୍ରରେ ନିଃସଙ୍ଗତା, ଅସହାୟତା, ଅସମାହିତ ସମସ୍ୟା, ଦୈବୀ ବିପତ୍ତି ଭାଗ୍ୟର ବିଡମ୍ବନା ଭଳି ସମସ୍ୟା ଘଟିବାର ନାହିଁ । ନିଜର ପ୍ରତ୍ୟୁତ୍ମନମତିତା କାରଣରୁ ଖୁସି ଗପ ଓ ମଉଜ ମଜଲିସ୍ କରିବେ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଦୂରସ୍ଥାନକୁ ଯାତ୍ରା କରିବେ । ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ । ପ୍ରତିକାର:-ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ଧନୁ:-ଶତୃବାଧା ଓ ମାନସିକ ଦୁଶ୍ଚିନ୍ତା ଦୂରେଇଯିବ । ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ । ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ପୂର୍ବ ଯୋଜନା ଅନୁଯାୟୀ କାମକଲେ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ । ପୁରାତନ ରୋଗ ପୀଡ଼ାରୁ ଉପଶମ ପାଇବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ । ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ । ପରିବାର ମଧ୍ୟରେ ଥିବା ମନାନ୍ତର ମତାନ୍ତରର ଅବସାନ ଯୋଗେ ମନରେ ସନ୍ତୋଷ ଦେଖାଦେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-ସରକାରୀ କାର୍ଯ୍ୟରେ ସଫଳତା ମିଳିବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ, ବିଦେଶଯାତ୍ରା, ଯଶଲାଭ, ନୂତନ ବାହନଆଦି ପ୍ରାପ୍ତି ହୋଇପାରେ । ବାଣିଜ୍ୟ ବ୍ୟବସାୟରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ, କିଛି ଅସୁବିଧା ହେବନାହିଁ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ । କେତେକ କ୍ଷେତ୍ରରେ ବାଧା ସୃଷ୍ଟି ହେଲେ ମଧ୍ୟ ନିଜେ ସଫଳତା ପାଇବେ । ପ୍ରଶାସନିକ ସ୍ତରରେ କାମରଚାପ ବୃଦ୍ଧିପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଗଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ ହେବ ଓ ପାରିବାରିକ ଜୀବନ ସୁଖମୟ ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!