ଦୈନିକ ରାଶିଫଳ: 23 ନଭେମ୍ବର ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ନଭେମ୍ବର ମାସ ୨୩ତାରିଖ, ସୋମବାର, ବିଛା ମାସ ୮ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ନବମୀତିଥି, ଶତଭିଷା ନକ୍ଷତ୍ର, ଦିବା ୧ଟା ୫ମିନିଟ୍ ଗତେ ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। ଲାଉ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୬ଟା ୪ମିନିଟ୍ ରୁ ୭ଟା ୨୫ମିନିଟ୍, ଦିବା ୯ଟା ୧ମିନିଟ୍ ରୁ ୧୧ଟା ୧୦ମିନିଟ୍, ରାତ୍ର ୭ଟା ୩୯ମିନିଟ୍ ରୁ ୯ଟା ୫୫ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ପର୍ବଦିନ- ତ୍ରେତା ଯୁଗାଦି ଶ୍ରାଦ୍ଧ, ଅଁଳା ନବମୀ, ଧାତ୍ରୀ ପୂଜା, ଜଗଦ୍ଧାତ୍ରୀ ପୂଜା, ଶ୍ରୀରାଧାଙ୍କ ପାଦ ଦର୍ଶନ।

ମେଷ:-

ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। କର୍ମକ୍ଷେତ୍ରରେ ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବା ସହ ଶ୍ରମ ସାର୍ଥକ ହେବ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ଶତୃମାନେ ଦୂରେଇଯିବେ ଓ ଅଶାନ୍ତିର ଝଡ ଶାନ୍ତ ହେବ। ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବା ସହ ଲାଭବାନ ହେବେ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-

ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ କରି ପ୍ରଶଂସା ପାଇବେ। ବୈଷୟିକ କ୍ଷେତ୍ରରେ ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ରାଜନୀତିରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ।ଅଯଥା ଧାଁଦୌଡ ଯୋଗୁ ଶାରୀରିକ କଷ୍ଟ ଭୋଗିପାରନ୍ତି। କୋର୍ଟ କଚେରୀ ମାମଲାର ଶୁଣାଣି ଯୋଗେ ବ୍ୟସ୍ତତା ବଢିଯିବ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ କିଛି ଆଦାୟ ହୋଇ ପାରେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ମାଆ ବାପା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନେ ସହ ଯୋଗ କରିବେ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ। ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

ସିଂହ:-

ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ସହ ମାନସିକ ଶାନ୍ତି ମିଳିବ। ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ। ଯାତ୍ରା ଫଳରେ ଉତ୍ସାହିତ ହେବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ଧନର ଆଗମନ ହୋଇପାରେ। ନୂତନ ଦ୍ରବ୍ୟ କ୍ରୟ କରିବେ। ଶତୃମାନେ ଦୂରେଇ ଯିବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପରିବାରରେ ସୁଖଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ। ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଉଚ୍ଚପଦସ୍ଥ କର୍ମକର୍ତ୍ତା ମାନଙ୍କର କର୍ମଉପରେ ନଜର ପଡ଼ିବା ଫଳରେ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବ୍ୟବସାୟରେ ଆଶା କରୁଥିବା ସଫଳତା ପାଇ ଦୂରଯାତ୍ରାର ସୁଯୋଗ ପାଇବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

ତୁଳା:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଦୂରଯାତ୍ରାର ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। କର୍ମକ୍ଷେତ୍ରରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ନୂତନ ସଂସ୍ଥାର ଆୟୋଜନ କରନ୍ତୁ ନାହିଁ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:-

ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ନୂତନ ବସ୍ତୁ କ୍ରୟ କରି ପାରିବେ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିଯୋଗୀତାପରୀକ୍ଷା, ସାକ୍ଷାତକାରରେ ବିଜୟୀ ହେବେ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତ ମାନର ଫଳ ପାଇବେ। କର୍ତ୍ତବ୍ୟନିଷ୍ଠା ପରାୟଣା ହେଲେ ଯଶ, ମାନସମ୍ମାନ, ପ୍ରତିଷ୍ଠା ମିଳିବା ସହ ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ରାଜକୀୟ ମାମଲାରେ ସଫଳତା ମିଳିବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଦୂରଯାତ୍ରା କରି ମନ ଖୁସି ରହିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଚାକିରୀରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଜନସମ୍ପର୍କ ସୁଦୃଢ ହେବ। ଯାହା ଚିନ୍ତା କରିବେ ତାହା ପୂରଣ ହେବ। ମାନସିକ ଚିନ୍ତା ଦୂର ହେବ। ଉଚିତ ପନ୍ଥା ଗ୍ରହଣ କରି ରାଜନୀତିରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-

ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହୋଇ ଟଙ୍କାର ଆବଶ୍ୟକତା ପୂରଣ ହେବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-

ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ପ୍ରଶଂସିତ ହେବେ। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେଇ ପାରେ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!