ଦୈନିକ ରାଶିଫଳ: 23 ନଭେମ୍ବର 2022, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ନଭେମ୍ବର ମାସ ୨୩ତାରିଖ, ବୁଧବାର, ବିଛାମାସ ୮ଦିନ, ମାର୍ଗଶିରମାସ, କୃଷ୍ଣପକ୍ଷ, ଚତୁର୍ଦ୍ଦଶୀତିଥି ସକାଳ ୬ଟା ୫୩ମିନିଟ୍ ପରେ ଅମାବାସ୍ୟା ତିଥି କ୍ଷୟ, ବିଶାଖା ନକ୍ଷତ୍ର, ତୁଳାରାଶିରେ ଚନ୍ଦ୍ର। ଶୋଭନ ଯୋଗ ଦିବା ୩ଟା ୩୮ମିନିଟ୍ ପରେ ଅତିଗଣ୍ଡ ଯୋଗ। ଶକୁନି କରଣ ସକାଳ ୬ଟା ୫୩ମିନିଟ୍ ପରେ ଚତୁଷ୍ପଦ କରଣ। କର୍କଟ ରାଶିର ଘାତବାର। ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ ସକାଳ ୬ଟା ୫୩ମିନିଟ୍ ପରେ ଆମିଷ, ତୈଳ ନ ଖାଇଲେ ଭଲ। ଯୋଗିନୀ- ପଶ୍ଚିମେ ସକାଳ ୬ଟା ୫୩ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଅମାବାସ୍ୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୮ଟା ୪୮ମିନିଟ୍ ରୁ ଦିବା ୧୦ଟା ୧୦ମିନିଟ୍, ଦିବା ୧୧ଟା ୩୨ମିନିଟ୍ ରୁ ଦିବା ୧୨ଟା ୫୫ମିନିଟ୍, ରାତ୍ରି ୨ଟା ୪୮ମିନିଟ୍ ରୁ ୪ଟା ୨୬ମିନିଟ୍। ଶୁଭସମୟ- ପ୍ରାତଃ ୬ଟା ୪ମିନିଟ୍ ରୁ ୮ଟା ୧୪ମିନିଟ୍, ଦିବା ୧୦ଟା ୨୮ମିନିଟ୍ ରୁ ୧୧ଟା ୩୧ମିନିଟ୍, ଦିବା ୧ଟା ୨୩ମିନିଟ୍ ରୁ ୩ଟା ୩୩ମିନିଟ୍, ସନ୍ଧ୍ୟା ୫ଟା ୫୫ମିନିଟ୍ ରୁ ୬ଟା ୪୫ମିନିଟ୍, ରାତ୍ର ୮ଟା ୩୧ମିନିଟ୍ ରୁ ୨ଟା ୪୭ମିନିଟ୍, ରାତ୍ର ୪ଟା ୨୭ମିନିଟ୍ ରୁ ୬ଟା ୩ମିନିଟ୍। ପର୍ବଦିନ- ଦେବଦୀପାବଳୀ ଅମାବାସ୍ୟା, ନଷ୍ଟ ଚନ୍ଦ୍ରୋପବାସ ଓ ନିଶାପାଳନ, ମହୋଦଧି ଅମାବାସ୍ୟା ସ୍ନାନ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ଠାରୁ ସମ୍ମାନ ଓ ଶ୍ରଦ୍ଧାର ସ୍ରୋତ ଛୁଟିବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବ୍ୟବସାୟ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଧନମାନ ଦିଗରୁ ସୁରକ୍ଷିତ ରହିବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ନୂତନ ବ୍ୟବସାୟ ଆରମ୍ଭ କଲେ ପ୍ରଚୁରଲାଭ ହେବ। ପ୍ରତିକାର- ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ବୃଷ:-ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଛାତ୍ର ଛାତ୍ରୀ ମାନଙ୍କର ବନ୍ଧୁତ୍ଵ ବୃଦ୍ଧି ପାଇବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ନିଜ ଲୋକମାନେ ବିଶ୍ଵାସ ଘାତକତା କରି ପାରନ୍ତି। ଜାଗା, ଜମି, ବାହନ ଆଦି କ୍ରୟ ନକରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ଚାକିରି କ୍ଷେତ୍ରରେ ଉନ୍ନତି ହେବା ସହ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ରାଜନୀତି କ୍ଷେତ୍ରରେ ଆର୍ଥିକସ୍ଥିତି ସୁଦୃଢ ହେବ। ନିଜଲୋକମାନେ ସାହାଯ୍ୟ କରିବେ। ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ଅର୍ଥନୈତିକ ଦୃଷ୍ଟିକୋଣରୁ ସମୟ ବହୁତ ଭଲ ରହିବ। ପ୍ରତିଯୋଗିତା ମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀମାନେ ଅଧ୍ୟୟନରେ ମନଯୋଗ ଦେବେ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପ୍ରତିଦ୍ଵନ୍ଦିତାରେ ସଫଳ ହେବାସହ ଭଲ କାମ କରି ସୁଖରେ ଦିନଟି ବିତାଇବେ। ପ୍ରତିକାର- କମଳାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇ ପାରେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧିହେବ। କୋର୍ଟ, କଚେରୀ, ମାଲିମକଦ୍ଦମା, ବାଦବିବାଦ କ୍ଷେତ୍ରରେ ଜୟଯୁକ୍ତ ହେବେ। ପାରିବାରିକ ବ୍ୟବସ୍ଥା ପରିବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ପୁରୁଣା ବନ୍ଧୁଙ୍କ ସହାୟତାରେ ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଶିକ୍ଷାକ୍ଷେତ୍ରରେ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ଶିକ୍ଷାକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତି ଘଟିବା ସହ ମାନସିକ ସ୍ଥିରତା ଦେଖାଦେବ। ଇନ୍ଦ୍ରିୟପରାୟଣତା ଓ ବିଷୟ ବାସନା ଉପରେ ଅଧିକ ଗୁରୁତ୍ଵ ଦେଇ ପାରନ୍ତି। ବ୍ୟବସାୟ କ୍ଷେତ୍ରରେ ଅଗ୍ରଗତି ଘଟିବା ସହ କରଜ ଭାରରୁ ମୁକ୍ତି ମିଳିବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡି ପାରନ୍ତି। ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ଗୁରୁ ଗୁରୁ ଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ରାଜନୀତିରେ ଶତ୍ରୁ ଓ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।

ମକର:-ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବା ସହ ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ଓ ପଦୋନ୍ନତିର ସୂଚନା ପାଇ ପାରନ୍ତି। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। କର୍ମକ୍ଷେତ୍ରରେ ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ପାରିବେ।ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରି ପାରନ୍ତି। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ନପାରେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଗୃହରେ ଶୁଭକାର୍ଯ୍ୟ ମଧ୍ୟ କରି ପାରିବେ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହେଲେ ମଧ୍ୟ ଅଧସ୍ତନଙ୍କ ଈର୍ଷା ଓ ଅସହିଷ୍ଣୁତାର ଶିକାର ହୋଇ ପାରନ୍ତି। ରାଜନୀତିରେ ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!