ସାପ୍ତାହିକ ରାଶିଫଳ: ନଭେମ୍ବର 23 ତାରିଖ ରୁ ନଭେମ୍ବର 29 ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ଏ ସପ୍ତାହରେ ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ। ଯଦି ବ୍ୟବସାୟ କରୁଥାନ୍ତି ଅତ୍ୟନ୍ତ ଲାଭାନ୍ନିତ ହୋଇ ସଂପତ୍ତି କ୍ରୟ କରିବେ। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ବିଦ୍ୟାର୍ଥୀ ହୋଇଥିଲେ ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ କିମ୍ବା ଡାକ୍ତରୀ ପାଠ ପଢ଼ୁଥିଲେ ବିଶେଷ ସଫଳତା ପ୍ରାପ୍ତ ହେବ। ସନ୍ତାନ ଓ ଜୀବନସାଥୀଙ୍କ କ୍ଷେତ୍ରରେ ଓ ପିତୃ କ୍ଷେତ୍ରରେ ସର୍ବଶ୍ରେଷ୍ଠ ଫଳ ପାଇବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଦାମ୍ପତ୍ୟ ଜୀବନ ସୁଖମୟ ହେବ। ନୂତନ ଗୃହ, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମିପ୍ରାପ୍ତି ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରି ପାରନ୍ତି। ଚାକିରୀ ପାଇଁ ଚେଷ୍ଟା କରୁଥିଲେ ଶିକ୍ଷାକ୍ଷେତ୍ର, ଧର୍ମାନୁଷ୍ଠାନ, ଭୋଜନାଳୟ, ପ୍ରଶାସନ ବିଭାଗ, ଖାଦ୍ୟ ସଂବନ୍ଧୀୟ ବିଭାଗ, ଖାଦ୍ୟ ପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗ କରନ୍ତୁ। ନିଶ୍ଚୟ ଚାକିରୀ ମିଳିବ। ଗୁରୁ-ଗୁରୁଜନମାନଙ୍କର ଆସ୍ଥାଭାଜନ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:- ଏ ସପ୍ତାହରେ ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ନୂତନକର୍ମ ନିଯୁକ୍ତିରେ ସଫଳ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ମାନସିକଚାପ ବୃଦ୍ଧି ହେଲେ ମଧ୍ୟ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ବାତାବରଣ ଦେଖାଦେଇ ପାରେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ପ୍ରତିକାର:- ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

ମିଥୁନ:- ଏ ସପ୍ତାହରେ ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବନ୍ଧୁ ବାନ୍ଧବଙ୍କ ଦ୍ଵାରା କୌଣସି ଜଟିଳ ସମସ୍ୟାର ସମାଧାନ ହେବ। ଯୁବକ-ଯୁବତୀମାନେ ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ସହଜରେ ଉତ୍ତିର୍ଣ୍ଣ ହେବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ କର୍ମଚାରୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ଶାନ୍ତି ଅନୁଭବ କରିବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ଅନୁକୂଳ ହେତୁ ଲୋକ ସମର୍ଥନ ବୃଦ୍ଧି ପାଇବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

କର୍କଟ:- ଏ ସପ୍ତାହରେ ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ଶାନ୍ତି ଅନୁଭବ କରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କଲେ ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପ୍ରତିକାର:- ଅସହାୟା ବୃଦ୍ଧାକୁ ସାହାଯ୍ୟ କରନ୍ତୁ।

ସିଂହ:- ଏ ସପ୍ତାହରେ ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ। ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ। ଦାମ୍ପତ୍ୟ ସୁଖରେ ବାଧା ଆସିବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ଛାତ୍ର ଛାତ୍ରୀମାନଙ୍କର ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ଆସିବ। ନୃତ୍ୟଗୀତ ତଥା ମନୋରଞ୍ଜନରେ ମଜ୍ଜି ରହିବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବା ଫଳରେ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିବେ। କଠିନ ପରିଶ୍ରମ କରିବା ଯୋଗୁ ଶାରୀରିକ ଅସୁସ୍ଥତା ଦେଖା ଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:- ଏ ସପ୍ତାହରେ ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ପନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ଆର୍ଥିକ ଉନ୍ନତି ଦେଖାଦେବା ସହ ଯେ କୌଣସି କାର୍ଯ୍ୟରେ ହାତ ଦେବେ ସେଥିରେ ସଫଳ ହେବେ। ଛାତ୍ର-ଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତି। ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ସହ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସିବା ଫଳରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ପରିବେଶ ସମ୍ମାନଜନକ ରହିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦେଖାଦେଲେବି ସେପରି ବିଶେଷ ରୋଗର ଲକ୍ଷଣ ଦେଖା ଦେବ ନାହିଁ। ଆୟ ବ୍ୟୟ ପ୍ରାୟତଃ ସମାନ ରହିବ। ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:- ଏ ସପ୍ତାହରେ ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବା ଫଳରେ ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତି ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ରାଜନୀତି କ୍ଷେତ୍ରରେ ଶାରିରୀକ ଅସୁସ୍ଥତା ଦୂରହେବା ସହ ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ ଓ ନୂଆ ଯୋଜନାରେ ସଫଳହେବେ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପ୍ରତିକାର:- ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

ବିଚ୍ଛା:- ଏ ସପ୍ତାହରେ ସତ୍ୟବାଦୀ, ଶାନ୍ତିପ୍ରିୟ, ଧୈର୍ଯ୍ୟଶିଳ, ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ। ପୁରାତନ ରୋଗର ଉପଶମ ହୋଇ ଶାରିରୀକ ସୁସ୍ଥତା ଦେଖା ଦେବ। ନୂତନ କର୍ମ ନିଯୁକ୍ତିରେ ସଫଳ ହେବେ। କର୍ମକ୍ଷେତ୍ରରେ ଦକ୍ଷତା ପ୍ରତିଭା ପ୍ରଦର୍ଶନ ଜନିତ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। କୌଶଳପୂର୍ଣ୍ଣ କାର୍ଯ୍ୟଶୈଳୀ ଓ ବିବେକାନୁମୋଦିତ ଚିନ୍ତାଧାରା ସାଙ୍ଗକୁ ଦୃଢ଼ ପଦକ୍ଷେପ ନେଇ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। କୋର୍ଟକଚେରୀ ମାମଲା ଆପଣଙ୍କ ସପକ୍ଷରେ ରହିବ। ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀ ହେବେ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି। ବ୍ୟବସାୟୀମାନଙ୍କ ଆର୍ଥିକସ୍ଥିତି ହଠାତ୍ ବଦଳି ଯିବା ଫଳରେ ଖୁସି ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:- ଏ ସପ୍ତାହରେ ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଆର୍ଥିକସ୍ଥିତିରେ ଉନ୍ନତି ହେବା ସହ ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ବ୍ୟବସାୟରେ ଉନ୍ନତି ହୋଇ ପ୍ରଚୂର ଲାଭ କରି ଯେ କୌଣସି କାମରେ ହାତ ଦେଲେ ସଫଳତା ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନରେ ବାଧା ନାହିଁ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ ଓ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। କ୍ରୀଡ଼ା, ବାଣିଜ୍ୟ, କଳା, ସଂସ୍କୃତି କ୍ଷେତ୍ରରେ ପ୍ରଶଂସିତ ହେବେ। ଯୁବକ-ଯୁବତୀମାନେ ପ୍ରେମ ସମ୍ପନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ ଓ ଅଧିକାରୀଙ୍କଠାରୁ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବଜାୟ ରଖିବେ। ପ୍ରତିକାର:- ଷଣ୍ଢ ଓ ଗାଈକୁ ଖାଇବାକୁ ଦିଅନ୍ତୁ।

ମକର:- ଏ ସପ୍ତାହରେ ଆର୍ଥିକ ଉନ୍ନତିହେବା ସହ ଯେ କୌଣସି କାର୍ଯ୍ୟରେ ହାତ ଦେବେ ସେଥିରେ ସଫଳ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନିତ ହେବେ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଆୟରେ ବୃଦ୍ଧି ହେବ ଓ ସରକାରଙ୍କ ଠାରୁ ସମ୍ମାନ ପାଇବାର ସମ୍ଭାବନା ମଧ୍ୟ ଅଛି। ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ରାଜନୀତିରେ ଉନ୍ନତି ହେବ। ଶରୀର ସୁସ୍ଥ ରହିବା ସହ କ୍ରିଡା, ଦୂରଯାତ୍ରା ସବୁଥିରେ ସଫଳତା ମିଳିବ। ଘରୋଇ ସମସ୍ୟାର ସମାଧାନ ହେବା ଫଳରେ ମଝିରେ ମଝିରେ ଆର୍ଥିକ ଅନାଟନ ଦେଖା ଦେଲେବି ପରିବାରରେ ଶାନ୍ତି ଦେଖା ଦେବ। ଯୁବକ ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ବ୍ୟବସାୟରେ ଆଶାତୀତ ଲାଭ ମିଳିବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ ଓ ଆୟ ତୁଳନାରେ ବ୍ୟୟ ମଧ୍ୟ ସମାନ ରହିବ। ପ୍ରତିକାର- ବାଶିରୁଟି କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:- ଏ ସପ୍ତାହରେ ପ୍ରେମକ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପାରିବାରିକ ଜୀବନ ସୁଖରେ କଟିବ। ଦୂରଯାତ୍ରାରେ ସଫଳତା ମିଳିବ। ନୂତନ କର୍ମ ନିଯୁକ୍ତିର ସୁବିଧା ସୁଯୋଗ ପାଇ ଖୁସି ହେବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଗୃହବାହନ ପ୍ରାପ୍ତି ହେବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ସ୍ଥାନାନ୍ତର ହେବାକୁ ଚାହୁଁଥିଲେ, ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ। ବ୍ୟବସାୟରେ ସାମାନ୍ୟ ଲାଭ ହେବ ଓ ବେଳେ ବେଳେ ଆର୍ଥିକ ଉନ୍ନତିରେ ବାଧା ସୃଷ୍ଟିହେବ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନସ୍ଥିତିଅଟଳ ରଖି ପାରିବେ। କୃଷିଜୀବିମାନେ ଓ କୃଷିଜାତଦ୍ରବ୍ୟ ବ୍ୟବସାୟିମାନେ କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ ସୁଖରେ ଦିନ ବିତାଇବେ। ପ୍ରତିକାର-ଜଗନ୍ନାଥଙ୍କ ପାଖରେ ଭୋଗ ଲଗେଇ ବାଣ୍ଟି ଦିଅନ୍ତୁ।

ମୀନ:- ଏ ସପ୍ତାହରେ ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ ଓ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରି ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋାଗ ଆସିବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ। କୃଷି କ୍ଷେତ୍ରରେ ସଫଳତା ଦେଖାଦେବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ହେବା ସହ ପ୍ରବଳ ଲାଭ ପାଇବେ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖା ଦେଇପାରେ। ପ୍ରତିକାର:- ଅଶ୍ୱସ୍ଥବୃକ୍ଷ ମୂଳରେ ଗୁଡପଣା ଢାଳନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!