ଦୈନିକ ରାଶିଫଳ: 23 ଅକ୍ଟୋବର 2022, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 6ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅକ୍ଟୋବରମାସ ୨୩ତାରିଖ, ରବିବାର, ତୁଳାମାସ୭ଦିନ, କାର୍ତ୍ତିକମାସ କୃଷ୍ଣପକ୍ଷ, ତ୍ରୟୋଦଶୀତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର ଦିବା ୨ଟା ୩୩ମିନିଟ୍ ପରେ ହସ୍ତା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର। ଇନ୍ଦ୍ର ଯୋଗ ଦିବା ୪ଟା ୬ମିନିଟ୍ ପରେ ବୈଧୃତି ଯୋଗ। ଗର କରଣ ସକାଳ ୬ଟା ୮ମିନିଟ୍ ପରେ ବାଣିଜ୍ୟ କରଣ। ମେଷ ରାଶିର ଘାତବାର। ବୃଷ ରାଶିର ଘାତଚନ୍ଦ୍ର। ବାଇଗଣ ନ ଖାଇଲେ ଭଲ ସନ୍ଧ୍ୟା ୬ଟା ୩ମିନିଟ୍ ପରେ ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ। ଯୋଗିନୀ- ଦକ୍ଷିଣେ ସନ୍ଧ୍ୟା ୬ଟା ୩ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ଦିବା ୧୦ଟା ୫ମିନିଟ୍ ରୁ ୧୨ଟା ୫୬ମିନିଟ୍, ରାତ୍ରି ୧ଟା ୫ମିନିଟ୍ ରୁ ୨ଟା ୩୯ମିନିଟ୍। ଶୁଭସମୟ- ସକାଳ ୬ଟା ୩୪ମିନିଟ୍ ରୁ ୮ଟା ୪୯ମିନିଟ୍, ଦିବା ୧୨ଟା ୫୭ମିନିଟ୍ ରୁ ୨ଟା ୫୫ମିନିଟ୍, ଦିବା ୩ଟା ୪୩ମିନିଟ୍ ରୁ ୩ଟା ୪୭ମିନିଟ୍, ରାତ୍ର ୭ଟା ୪୫ମିନିଟ୍ ରୁ ୯ଟା ୨୪ମିନିଟ୍, ରାତ୍ର ୧୧ଟା ୫୭ମିନିଟ୍ ରୁ ୧ଟା ୪ମିନିଟ୍, ରାତ୍ର ୨ଟା ୪୦ମିନିଟ୍ ରୁ ୫ଟା ୪୬ମିନିଟ୍। ପର୍ବଦିନ- ଶିବ ପ୍ରଦୋଷ ବ୍ରତ, ଯମ ଦୀପଦାନ, ଧନ୍ଵନ୍ତରୀ ଜୟନ୍ତୀ, ଧନ ତେରସ, ଲକ୍ଷ୍ମୀ ପୂଜା।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସାମାଜିକ କାର୍ଯ୍ୟରେ ସଫଳ ହେବେ। କେତେକ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବାସହ ସଫଳତା ଅର୍ଜନ କରିବେ। ରାଜନୀତି କ୍ଷେତ୍ରରେ ଦୂରଯାତ୍ରାର ସୁଯୋଗ ପାଇବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଯାନ ବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପ୍ରତିଷ୍ଠାର ଅଧିକାରୀ ହେବେ। ଯୋଜନା ମୁତାବକ ବ୍ୟବସାୟ କଲେ ବହୁବିଧ ଲାଭ ମିଳିବା ସହ କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସୁଖଶାନ୍ତି ହାନିହେବା ସହ ଦାମ୍ପତ୍ୟ ସମସ୍ୟା ବୃଦ୍ଧି ହୋଇ ପାରେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ଶିକ୍ଷାର୍ଥୀମାନେ କଠିନ ପରିଶ୍ରମ କଲେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଯେଉଁକାର୍ଯ୍ୟ କରିବେ ସେ କାର୍ଯ୍ୟରେ ଯଶଲାଭ ହେବ। ପରିବାରରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବାକୁ ଅନୁପ୍ରାଣିତ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ଋଣ ଭରଣାରେ ସହଜ ହେବ। ପାରିବାରିକ କ୍ଷେତ୍ରରେ ସମସ୍ତ ବିବାଦ ମେଣ୍ଟି ଯାଇ ସମ୍ମାନ ମିଳିବା ହେତୁ ସନ୍ତୁଷ୍ଟ ରହିବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ସାମାଜିକ ପତିଆରା ଅମଳିନ ରହିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ପାରିବେ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବାସହ ଆର୍ଥିକ ସ୍ଥିତି ସୁଦୃଢ ହେବ। ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଶୁଭ ସମାଚାର ମିଳିବ। ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-ଆଧ୍ୟାତ୍ମିକ ଓ ଧାର୍ମିକ କାର୍ଯ୍ୟରେ ଲିପ୍ତ ରହିବେ। ଆର୍ଥିକସ୍ଥିତିରେ ସୁଧାର ଆସିବ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ହେବାସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପ୍ରତିକାର- ନାଲିରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-ସମସ୍ତ ଚିନ୍ତା ଦୂର ହେବ। ସ୍ୱାସ୍ଥ୍ୟ ଭଲ ରହିବ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ଶତୃ ମାନେ ପରାଜିତ ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-ବୈଷୟିକ କ୍ଷେତ୍ରରେ ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ। ଧନ ପାଇବାର ରାସ୍ତା ଖୋଲିଯିବ। ନୂତନ ବସ୍ତୁ କ୍ରୟ କରିପାରିବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କୁମ୍ଭ:-ସାମାଜିକ ପତିଆରା ଅମଳିନ ରହିବ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ବାଧ୍ୟ ହେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ପାଇବେ। ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ ଓ ବିଦେଶ ଯାତ୍ରାରେ ସଫଳ ହେବେ। ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!