ଦୈନିକ ରାଶିଫଳ: ୨୩ ଅକ୍ଟୋବର ୨୦୧୮। ମା’ ମଙ୍ଗଳାଙ୍କ କୃପାରୁ ଏହି ୫ଟି ରାଶିର ବଦଳିବ ଭାଗ୍ୟ।

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୩ ଅକ୍ଟୋବର ୨୦୧୮। ମା’ ମଙ୍ଗଳାଙ୍କ କୃପାରୁ ଏହି ୫ଟି ରାଶିର ବଦଳିବ ଭାଗ୍ୟ।

ମେଷ:-  

ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଯିବେ। ନୂତନ ଦ୍ରବ୍ୟ କ୍ରୟ କରି କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା  ଓ ମାଲିମକଦ୍ଦମାର ଅବସାନ ହେବ। ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ପାରିବେ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର- ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ପରିବହନ ଓ ବ୍ୟବସାୟିକସ୍ଥିତି ସୁଦୃଢ ହେବ। ବିଦ୍ୟାରେ ଉନ୍ନତି ହେବ। ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। ଚିନ୍ତା ଭାବନା ଦୂର ହୋଇଯିବ। ନୂତନ ସମ୍ବନ୍ଧ, ମାଙ୍ଗଳିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ। ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ। ସ୍ଥଗିତଥିବା କର୍ମଟି ପୂରଣ କରିବାକୁ ଚେଷ୍ଟା କରିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ବ୍ୟବସାୟ କ୍ଷେତ୍ରରେ  ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ମହିଳାମାନଙ୍କପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ପ୍ରତିକାର- ଷଣ୍ଢକୁ ରୁଟି ଖାଇବାକୁ ଦିଅନ୍ତୁ।

<<Vastu>>> | <<< Jataka Bichara >>> 

କର୍କଟ:-

ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ। ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ପ୍ରତିକାର:- ଗୋମାତାକୁ କିଛିଖାଦ୍ୟ ଦେବା ଆବଶ୍ୟକ।

ସିଂହ:-

ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହେବ। ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ। ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନରେ ବାଧା ଆସିବ। ରାଜନୈତିକ ଜୀବନ ଝଡଝଞ୍ଜାମୟ ହେବାର ସମ୍ଭାବନା ରହିଛି। ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପ୍ରତିକାର: ଗୋଟାମୁଗ କିଛି ମନ୍ଦିରରେ ଦାନ କରନ୍ତୁ।

କନ୍ୟା:-

ବ୍ୟବସାୟରେ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଉଚ୍ଚ ଶିକ୍ଷାପାଇଁ ଯାତ୍ରା କରିବା ସାର୍ଥକ ହେବ। ସରକାରୀ କାମରେ ସଫଳତା ପାଇବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ। ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ। ପ୍ରତିକାର:- ଅସହାୟା ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ବ୍ୟବସାୟରେ ପ୍ରସାର, ନୂତନ ବ୍ୟବସାୟ ଆରମ୍ଭ, କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହେବ। ନୂତନ କର୍ମ ପ୍ରାପ୍ତି ଓ ବିଦ୍ୟାରେ ଉନ୍ନତି ହେବ। ପ୍ରତିକାର:- ଷଣ୍ଢକୁ ଗୁଡ଼ ଓ ରୁଟି ଖାଇବାକୁ ଦିଅନ୍ତୁ।

ବିଛା:-

ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ। ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଟେନସନ ଦୂର ହେବ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।

ଧନୁ:-

ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ପିକ୍ନିକ୍ ପାଇଁ ଯାତ୍ରା କରିବେ। ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଯିବେ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପରିବାରର ସାହାଯ୍ୟରେ ଉପକୃତ ହେବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ। ପ୍ରତିଯୋଗିତା ପରୀକ୍ଷାରେ ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ। ଶତୃମାନେ ଦୂରେଇ ଯିବେ ଓ ମାନସିକ ଶାନ୍ତି ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ନୂତନ ଦ୍ରବ୍ୟ କ୍ରୟ କରିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। କର୍ମ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ଜାଗା, ଜମି ଗୃହ  ସମ୍ବନ୍ଧୀୟ କୌଣସି ମାମଲା, ସମାଧାନ ହୋଇଯିବ। ପୁରୁଣା ରୋଗ ନୂଆ ରୂପରେ ଦେଖାଦେବ। ମହିଳାମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ପ୍ରତିକାର- ଗାଈକୁ କିଛିଖାଦ୍ୟ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!