ଦୈନିକ ରାଶିଫଳ: 23 ଅକ୍ଟୋବର ୨୦୨୦, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଧନ ସମ୍ବନ୍ଧିତ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୨୩ ତାରିଖ, ଶୁକ୍ରବାର, ତୁଳା ମାସ ୭ ଦିନ, ଶୁଦ୍ଧ ଆଶ୍ଵିନମାସ, ଶୁକ୍ଳପକ୍ଷ, ସପ୍ତମୀତିଥି, ସକାଳ ୬ଟା ୫୭ମିନିଟ୍ ଗତେ ଅଷ୍ଟମୀ ତିଥି, ଉତ୍ତରାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର, ସକାଳ ୭ଟା ୨ମିନିଟ୍ ଗତେ ମକର ରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର, ସକାଳ ୭ଟା ୨ମିନିଟ୍ ଗତେ ସିଂହ ରାଶିର ଘାତଚନ୍ଦ୍ର। ନଡିଆ, ଆମିଷ ନ ଖାଇଲେ ଭଲ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୫ଟା ୪୮ମିନିଟ୍ ରୁ ୬ଟା ୩୨ମିନିଟ୍, ସକାଳ ୭ଟା ୨୦ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୧୧ଟା ୫୪ମିନିଟ୍ ରୁ ୨ଟା ୫୫ମିନିଟ୍, ଦିବା ୩ଟା ୪୩ମିନିଟ୍ ରୁ ୫ଟା ୧୨ମିନିଟ୍, ସନ୍ଧ୍ୟା ୬ଟା ୫ମିନିଟ୍ ରୁ ରାତ୍ର ୮ଟା ୨୧ମିନିଟ୍, ରାତ୍ର ୧୧ଟା ୫୭ମିନିଟ୍ ରୁ ରାତ୍ର ୧ଟା ୩୫ମିନିଟ୍।

ମେଷ:-

ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ପାଇ ବେଶ୍ ଆନନ୍ଦ ଅନୁଭବ କରିବେ। କାର୍ଯ୍ୟକ୍ଷେତ୍ରରେ ସମ୍ବନ୍ଧରେ ପ୍ରଗାଢତା ଆସିବା ସହ ଆଶାତୀତ ଲାଭ ଉଠେଇବେ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ବ୍ୟବସାୟ କ୍ଷେତ୍ରରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କଲେ ଲାଭ ପାଇବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେଉନ୍ନତି ହେବାରୁ ମନ ଖୁସି ରହିବ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବା ଯୋଗେ ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ରାଜନୀତିରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବଢିବ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ମନଯୋଗ ଦେଇ ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ। ଶତୃ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଗୃହରେ ଶୁଭ କାର୍ଯ୍ୟର ଆୟୋଜନ ହୋଇ ପାରେ। ଧନ ଲାଭ ସହିତ ଅନେକ ଦାଇତ୍ଵ ବଢିଯିବ।  କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-

ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବା ସହ ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ। ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବା ଫଳରେ ପରିବାରରେ ଆନନ୍ଦ ଲହରୀ ଖେଳିଯିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ୱାରା ବିଶେଷ ଲାଭବାନ୍ ହେବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ନିକଟ ସମ୍ପର୍କୀୟ ମାନଙ୍କ ସହ ପରୋକ୍ଷ ଶତୃତା ବଦଳିଯିବ। ସ୍ଥଳବିଶେଷରେ ଅଧିକ ପରିଶ୍ରମ ବିନା ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରି ପାରନ୍ତି। କର୍ମକ୍ଷେତ୍ରରେ ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ। ସ୍ୱାସ୍ଥ୍ୟ ଭଲ ରହିବ ଓ ଅର୍ଥଲାଭ ହେବ। ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ସୁଖ ସମ୍ପନ୍ନତା ଲାଭ ହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ।  ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ।  ଗୃହ ସମସ୍ୟା ଦୂର ହୋଇ କାର୍ଯ୍ୟ ମଧ୍ୟମ ଧରଣର ହେବ। ସ୍ଥାନାନ୍ତର ହେବାକୁ ଚାହୁଁଥିଲେ ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରିବେ। ଆର୍ଥିକ ସ୍ଥିତି ପୂର୍ବପରି ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-

ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଭବିଷ୍ୟତରେ ଅତ୍ୟନ୍ତ ଲାଭଦାୟକ ହେବ। ପାରିବାରିକ ଶୃଙ୍ଖଳା ରକ୍ଷା କରିବା ସହ ଦାମ୍ପତ୍ୟ ସୁଖରେ ଉନ୍ନତି ହେବ। ଆର୍ଥିକସ୍ଥିତି ପ୍ରାୟତଃ ଭଲ ରହିବ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ସମସ୍ତ ପ୍ରକାର ପରିବେଶ ଓ ପରିସ୍ଥିତି ଆପଣଙ୍କ ସପକ୍ଷରେ ରହିବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ସତସଙ୍ଗ, ମନୋରଞ୍ଜନ ଓ କ୍ରୀଡ଼ା କ୍ଷେତ୍ରରେ ପ୍ରଶଂସିତ ହେବେ। ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ।  ଉଚ୍ଚବିଦ୍ୟାକ୍ଷେତ୍ରରେ ସଫଳ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:-

ସମ୍ପର୍କୀୟ ମାନଙ୍କ ଦ୍ୱାରା ସୁବିଧା ପାଇବେ। ବ୍ୟବସାୟରେ ପ୍ରସାର, ପ୍ରଚାର କରିବାର ଚେଷ୍ଟା କରିବେ। ପ୍ରତିଯୋଗିତା ପରୀକ୍ଷା ଓ ଖେଳରେ ସଫଳତା ମିଳିବ। ସରକାରୀ କର୍ମଚାରୀ ମାନେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇଲେ ମଧ୍ୟ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ  ଶରୀର ଅସୁସ୍ଥ ରହିପାରେ। ପିଲାମାନଙ୍କର ପାଠ ପଢାରେ ମନ ଲାଗିବ। ରାଜନୀତିରେ ପ୍ରଶଂସା, ବିଦ୍ୟାକ୍ଷେତ୍ରରେ ସଫଳ, କୃଷିଦ୍ରବ୍ୟ ବାଣିଜ୍ୟରେ ବିଶେଷ ଲାଭ ପାଇ ପାରନ୍ତି। ମାଲିମୋକଦ୍ଦମା,ବାଦବିବାଦଠାରୁ ଦୂରେଇ ରହିବା ଉଚିତ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ। କର୍ମଜୀବିମାନଙ୍କର ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବା ସହ କଷ୍ଟରୁ ମୁକ୍ତି ପାଇବେ। ଘରେ ବାହାରେ କେହି ଆପଣଙ୍କୁ ହଟାଇ ପାରିବେ ନାହିଁ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ। ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍।  ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ଧନୁ:-

ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ସହ ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ବ୍ୟବସାୟରେ ଭାଗୀଦାରୀ ମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯାଇ କାରବାରରେ ଉତ୍ଥାନ ହେବା ଫଳରେ ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ। ଉଚ୍ଚଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବା ସହ ଭୋଗବିଳାସରେ ସାମିଲ ହେବାକୁ ଅବସର ସୃଷ୍ଟି କରି ପାରିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ମକର:-

ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ଗାମ୍ଭୀର୍ଯ୍ୟପୂର୍ଣ୍ଣ ଯୁକ୍ତିଯୁକ୍ତ କଥା ପରିସ୍ଥିତିକୁ ସମ୍ଭାଳିବାରେ ସମର୍ଥ ହୋଇ ପାରିବ। ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଅଟକିଥିବା ଧନ ପ୍ରାପ୍ତି ହେବ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ। ଗୃହୋପକରଣ କ୍ରୟ କରିବେ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରନ୍ତି। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ କିନ୍ତୁ  ମନ ଭଲ ରହିବ ନାହିଁ। ଅଧିକ ପରିଶ୍ରମ ବଳରେ ଜୀବନ ଶୈଳିରେ ସୁଖସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ। ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ। ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ। ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀ ହେବେ। ବିରୋଧୀ ଓ ପ୍ରତିଯୋଗୀଙ୍କ ପ୍ରତିକ୍ରିୟାରେ ମାନସିକ ଚିନ୍ତା ବୃଦ୍ଧି ପାଇବ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ନୂତନପନ୍ଥା ଅନୁସରଣ କରି ପାରନ୍ତି। ପ୍ରତିକାର: ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-

ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଋଣ ଭରଣା ପାଇଁ ଚେଷ୍ଟା କରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପରିବାରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!