ଦୈନିକ ରାଶିଫଳ: 23 ସେପ୍ଟେମ୍ବର 2022, ମା’ ସନ୍ତୋଷୀଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ସେପ୍ଟେମ୍ବର ମାସ ୨୩ତାରିଖ, ଶୁକ୍ରବାର, କନ୍ୟାମାସ ୭ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ତ୍ରୟୋଦଶୀତିଥି, ମଘା ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ସିଦ୍ଧ ଯୋଗ ସକାଳ ୯ଟା ୫୪ମିନିଟ୍ ପରେ ସାଧ୍ୟ ଯୋଗ । ଗର କରଣ ଦିବା ୧ଟା ୫୮ମିନିଟ୍ ପରେ ବାଣିଜ୍ୟ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ ରାତି ୨ଟା ୩୧ମିନିଟ୍ ପରେ ବିରିଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ରାତି ୨ଟା ୩୧ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ସକାଳ ୮ଟା ୩୯ମିନିଟ୍ ରୁ ୧୧ଟା ୩୮ମିନିଟ୍, ରାତ୍ରି ୮ଟା ୩୮ମିନିଟ୍ ରୁ ୧୦ଟା ୯ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୦ମିନିଟ୍ ରୁ ୬ଟା ୨୬ମିନିଟ୍, ସକାଳ ୭ଟା ୧୬ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୧୨ଟା ୩ମିନିଟ୍ ରୁ ୩ଟା ୧୩ମିନିଟ୍, ଦିବା ୪ଟା ୩ମିନିଟ୍ ରୁ ୫ଟା ୩୭ମିନିଟ୍, ସନ୍ଧ୍ୟା ୬ଟା ୨୭ମିନିଟ୍ ରୁ ୮ଟା ୩୭ମିନିଟ୍, ରାତ୍ର ୧୨ଟା ୪ମିନିଟ୍ ରୁ ୧ଟା ୩୮ମିନିଟ୍, ରାତ୍ର ୨ଟା ୨୮ମିନିଟ୍ ରୁ ୪ଟା ୨ମିନିଟ୍ । ପର୍ବଦିନ- ଶିବ ପ୍ରଦୋଷ ବ୍ରତ, ଅପରପକ୍ଷର ତ୍ରୟୋଦଶୀ ଶ୍ରାଦ୍ଧ ।

ମେଷ:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ଉତ୍ସାହ ଉଦ୍ଦୀପନା ବୃଦ୍ଧିହେବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ପାରିବାରିକ ଜୀବନ ସୁଖମୟ ହେବ । ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହଯୋଗ ପାଇବେ । ରାଜନୀତିରେ ସଫଳତା ମିଳିବ । ଶତୃନାଶ, ଧନପ୍ରାପ୍ତି ଓ ଉଚ୍ଚ ସମ୍ମାନ ପାଇବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ । କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇ ମାନସିକସ୍ଥିତି ସୁଦୃଢ ରହିବ । ପାରିବାରିକ ଜୀବନ ସୁଖଶାନ୍ତିରେ କଟିବ । ଛାତ୍ରଛାତ୍ରୀମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ହେବ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ । ଅନ୍ୟମାନଙ୍କୁ ସାହାଯ୍ୟ କରିବେ । ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-କର୍ମ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରିବେ । ପରିବାରରେ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବା ସହ ଗୃହରେ ଶାନ୍ତି ବିରାଜମାନ କରିବ । ବ୍ୟବହାର ଦ୍ୱାରା ବ୍ୟବସାୟରେ ବହୁତ ଲାଭ ହେବ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମନ ଆନନ୍ଦ ହେବ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ରାଜନୀତିରେ ସଂଗଠନ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରନ୍ତୁ । ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ପାଇ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି । ଶତୃମାନେ ଦୂରେଇ ଯିବେ । ପାରିବାରିକ ପରିସ୍ଥିତି ସନ୍ତୋଷ ଜନକ ରହିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସମାଜ ସେବାରେ ସ୍ଵନାମ ଅର୍ଜନ କରିବେ । ବ୍ୟବସାୟର ସ୍ଥିତି ସନ୍ତୋଷଜନକ ହେବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ । ଜାଗା, ଜମି କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବହୁତ ଲାଭ ହେବ । ସୁସମ୍ବାଦ ପାଇ ସାହସ ବୃଦ୍ଧିହେବ । ଶତୃନାଶ, ଧନପ୍ରାପ୍ତି ଓ ଉଚ୍ଚ ସମ୍ମାନ ପାଇବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନରେ ଖର୍ଚ୍ଚାନ୍ତ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ । ପରିବାର ସମ୍ବନ୍ଧୀୟ ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଖୁସିହେବେ । ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ନୂତନ କର୍ମ ଆରମ୍ଭ କରି ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ପାରିବାରିକସ୍ତର ହସ ଖୁସିରେ କଟିବ । ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ପାଇବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯାଇ ପାରେ । ଚିନ୍ତା କରିଥିବା କାମ ଠିକ୍ ଭାବେ ସଂପୂର୍ଣ୍ଣ ହୋଇ ପାରେ । କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ । ପରିବହନରେ ବିଶେଷ ଲାଭବାନ ହେବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ସମାଜ ସେବାରେ ସ୍ଵନାମ ଅର୍ଜନ କରିବେ । କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ । ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟରେ ଲାଭବାନ ହେବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ପାରିବାରିକସ୍ତର ହସ ଖୁସିରେ କଟିବ । ରାଜନୀତିରେ ସଫଳତା ପ୍ରାପ୍ତି ହେବ । ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବ୍ୟବସାୟରେ ସାମାନ୍ୟ ରୋଜଗାର କରି ପାରିବେ । ପାରିବାରିକ କ୍ଷେତ୍ରରେ ଅନେକ କାର୍ଯ୍ୟର ସମାଧାନ ହୋଇ ଶାନ୍ତି ବିରାଜମାନ କରିବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍ । ଆର୍ଥିକ ସମସ୍ୟା ଦେଖାଦେଇ ପାରେ । ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-କର୍ମକ୍ଷେତ୍ରରେ ସହକର୍ମୀଙ୍କ ଠାରୁ ପ୍ରଶଂସିତ ହେବେ । ବିଦ୍ୟାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ରାଜନୀତିରେ କୃତକାର୍ଯ୍ୟ ହେବେ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ଓ ପରିଶ୍ରମର ସୁଫଳ ଭୋଗ କରିବେ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । କର୍ମକ୍ଷେତ୍ରରେ ମାନ, ସମ୍ମାନ ପାଇବେ । ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ପ୍ରେମିକ ପ୍ରେମିକା ମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ । ରାଜନୀତିରେ ସ୍ଵନାମ ଅର୍ଜନ କରିବେ । ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ବନ୍ଧୁଙ୍କଯୋଗେ ମନ ବିଚଳିତ ହୋଇପାରେ । ମାଲିମୋକଦ୍ଦମା ଠାରୁ ଦୂରେଇ ରୁହନ୍ତୁ । ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!