ସାପ୍ତାହିକ ରାଶିଫଳ: ୨୩ ସେପ୍ଟେମ୍ବର ରୁ ୨୯ ସେପ୍ଟେମ୍ବର, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର ଅଟକି ଥିବା କାମ ହେବ ପୁରା

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶରୀର ଭଲ ରହିବ। ପ୍ରତି ଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ସକ୍ଷମ ହେବେ। କୃଷିରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ବିଦେଶ ଯାତ୍ରାରେ ସଫଳ ହେବେ। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ବ୍ୟବସାୟୀମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ। ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ। ରାଜନୀତିରେ ଫାଇଦା ଉଠାଇବାକୁ ଚେଷ୍ଟା କରିବେ। ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ ଓ ପଢାପଢିରେ ମାନସିକ ଶାନ୍ତି ମିଳିବ। ପ୍ରତିକାର- ଗଣେଶ ଭଗବାନଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ଜଗାଜମି, ଗୃହ ଉପକରଣ କ୍ରୟ କରିବେ। କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର ହେବ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ଆଇନ ଅଦାଲତ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ହସଖୁସିରେ ସମୟ ବିତାଇବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ। ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ। ଧନନିବେଶ ପାଇଁ ଉପଯୁକ୍ତ ସମୟ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ନୂତନ ଲୋକଙ୍କ ସହିତ ଭେଟ ହେବ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଅତ୍ୟଧିକ ପରିଶ୍ରମ ହେତୁ ଶାରୀରିକ ପୀଡା ଅନୁଭବ କରି ପାରନ୍ତି। ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତ ହେବ। ପ୍ରତିକାର- ଶିବମନ୍ଦିରରେ ପାଦୁକ ପାନ କରନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ ଧର୍ମ କର୍ମରେ ରୁଚି ରହିବ। ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ବ୍ୟବସାୟ କ୍ଷେତ୍ରରେ ନୂଆଲକ୍ଷ ନିର୍ଦ୍ଧାରିତ କରି ମନ ଲଗାଇ କାର୍ଯ୍ୟ କରିବେ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ନୂତନ ବନ୍ଧୁ ଭେଟ ହେବେ। ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟି ଲାଭ ଉଠେଇବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ପଦପଦବି ଆଶାୟୀ ହେବେ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। କୋର୍ଟ କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷ ହେବ। ନୂତନ ବସ୍ତୁ କ୍ରୟ କରିବେ। ପରିବାରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଶାନ୍ତି ମିଳିବ। ପୁରୁଣା ନିବେଶ ଲାଭ ଦେବା ଫଳରେ ଆର୍ଥିକ ସ୍ଥିତିକୁ ସୁଧାରି ପାରିବେ। ବ୍ୟାପାର ବାଣିଜ୍ୟ ଓ କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରତିକାର- ହରିଡା ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ। ଛାତ୍ର ଛାତ୍ରୀମାନେ ଖେଳ, କୁଦ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ମନରେଥିବା କାମନା ପୂର୍ଣ୍ଣ ହେବ। ନୂଆ ଚାକିରୀ ହେବାର ସୁଯୋଗ ମିଳିବ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। ସେୟାର ବଜାରରେ ମୁନାଫା ମିଳିବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇ ପାରେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ। ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଶତୃ ପରାଜିତ ହେବେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ପିତା ମାତାଙ୍କ ଶରୀର ସୁସ୍ଥ ରହିବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା ସଂବାଦ ପାଇ ଖୁସିହେବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବା ସହ ସୁଖ ସମ୍ପତ୍ତି ଲାଭ ହେବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ବିଦ୍ୟାକ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବାହନ ଆଦି କ୍ରୟ କରିପାରିବେ। ପ୍ରତିକାର- ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ମାଲିମୋକଦ୍ଦମାରେ ସଫଳତା ମିଳିବ। ଆର୍ଥିକସ୍ଥିତିରେ ସୁଧାର ଆସିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିବେ। ମାନସିକ ଶାନ୍ତି ମିଳିବ ଓ ଋଣଭାର ଲାଘବ ହେବ। ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ପ୍ରତିକାର-ଦୃଷ୍ଟିହୀନ ଲୋକଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ରତ ହେବେ। ବ୍ୟବସାୟରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ଭଲ ରହିବ। ଶୁଭ କାମ କରି ପାରିବେ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ନୂଆ କାମ ନୂଆ ପ୍ରେରଣା ଦେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ବିଭିନ୍ନ ପ୍ରକାର କଥା ଚିନ୍ତାକରି ମନ ଭଲ ଲାଗିବ ନାହିଁ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପ୍ରତିକାର-ହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ବିଦ୍ୟା କ୍ଷେତ୍ରରେ ମନ ଲାଗିବ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇପାରେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଠିନ ପରିଶ୍ରମ କରିବେ। ପ୍ରତିକାର- ଇଷ୍ଟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ଭଲ ରହିବ ଓ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସରକାରୀ କର୍ମଚାରୀମାନଙ୍କର ଆୟବୃଦ୍ଧି, ଋଣମୁକ୍ତି ଓ କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ମାନସିକ ଶାନ୍ତି ମିଳିବ ଓ ଋଣଭାର ଲାଘବ ହେବ। ପ୍ରତିକାର- ଗଣେଶ ଭଗବାନଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବା ଫଳରେ ହସ ଖୁସିରେ ସମୟ କଟାଇବେ ଓ ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ପାରିବାରିକସ୍ତର ହସ ଖୁସିରେ କଟିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ହେବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ କର୍ମଚାରୀମାନଙ୍କ ସହଯୋଗରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ଶତୃମାନେ ପରାଜିତ ହେବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରି ପାରନ୍ତି। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!