୨୦୨୧ ମସିହା, ଅପ୍ରେଲମାସ ୨୪ତାରିଖ, ଶନିବାର, ମେଷମାସ ୧୧ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ଦ୍ଵାଦଶୀତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ସକାଳ ୬ଟା ୨୨ମିନିଟ୍ ଗତେ ଉତ୍ତରାଫାଲଗୁନୀ ନକ୍ଷତ୍ର, ସିଂହରାଶିରେ ଚନ୍ଦ୍ର, ସକାଳ ୧୧ଟା ୫୪ମିନିଟ୍ ଗତେ କନ୍ୟା ରାଶିରେ ଚନ୍ଦ୍ର । ବୃଷ, ସିଂହ, କନ୍ୟା ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ଶୁଭସମୟ- ଦିବା ୧୦ଟା ୧୧ ମିନିଟ୍ ରୁ ୧ଟା ୧ ମିନିଟ୍, ରାତ୍ରି ୮ଟା ୨୧ ମିନିଟ୍ ରୁ ୧୦ଟା ୩୫ ମିନିଟ୍, ରାତ୍ର ୧୨ଟା ୮ ମିନିଟ୍ ରୁ ୨ଟା ୩୭ ମିନିଟ୍, ରାତ୍ରି ୨ଟା ୨୪ ମିନିଟ୍ ରୁ ୩ଟା ୫୩ ମିନିଟ୍ ।
ମେଷ:-
ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ସମସ୍ତ କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଆର୍ଥିକ ଉନ୍ନତି ହେବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରି ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବୃଷ:-
ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମଲାଭ ପ୍ରାପ୍ତି ହେବ । ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ମାଲିମୋକଦ୍ଦମାରେ ସମସ୍ୟା ସମାଧାନର ବାଟ ଖୋଲିଯିବ । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।
ମିଥୁନ:-
ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ଘରୋଇ କର୍ମଚାରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ । ପରିବହନ ବ୍ୟବସାୟ କ୍ଷେତ୍ରରୁ ଲାଭବାନ ହେବେ, ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ଗୁରୁଜନ ସନ୍ତୁଷ୍ଟ ରହିବେ । ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ରାଜନୀତିରେ ସଫଳତା ମିଳିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-
ଚାକିରୀଜୀବିମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ ଓ ଉପରିସ୍ଥଙ୍କ କୃପାଭାଜନ ହେବେ । ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ଘଟିବା ସହ ପ୍ରଶଂସିତ ହେବେ । ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହୋଇ ଜନ ସମାଜରେ ଆଦୃତହେବେ । ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।
ସିଂହ:-
ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟରଖି କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । ବ୍ୟବସାୟରେ ଉତ୍ତମ ରୋଜଗାର ହେବାସହ ଭଲ ଲାଭହେବ । ଦାମ୍ପତ୍ୟ ସୁଖବୃଦ୍ଧି ହୋଇ ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।
କନ୍ୟା:-
ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଆର୍ଥିକ ଉନ୍ନତିରେ ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ସତର୍କତା ଅବଲମ୍ବନ ନକଲେ ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇ ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-
ସାମାଜିକ ସ୍ତରରେ ସମ୍ମାନଲାଭ କରିବେ । ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇ ଯିବେ । ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ବରିଷ୍ଠ ନାଗରିକଙ୍କ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-
ସହଜ ସରଳରେ ଧନ ଆଦାନ ପ୍ରଦାନରେ ଆଶାତୀତ ଲାଭ ମିଳିବ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ସହ ପ୍ରଶଂସା ପାଇବେ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ଶାନ୍ତି ଲାଗିବ । ବାଦବିବାଦ, ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ଧନୁ:-
ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ । ନୂତନ ବ୍ୟବସାୟ ଆରମ୍ଭ ଯୋଗୁ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
ମକର:-
ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପିଲାମାନେ ପରୀକ୍ଷାରେ ସଫଳତା ପାଇବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ଶତୃମାନେ ପରାଜିତ ହୋଇ ଆର୍ଥିକ ଚିନ୍ତା ଦୁରହେବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କୁମ୍ଭ:-
ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେଇ ଉଚ୍ଚଆଶା ସଫଳ କରିବେ ଓ ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । ପରିବାରରେ ମାନ ମନାନ୍ତର ଦୂର ହେବ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।
ମୀନ:-
ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ଶୁଭ ସମ୍ବାଦ ପାଇବା ସହ ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ସନ୍ତାନ ଯୋଗେ ଆନନ୍ଦିତ ହେବେ । ସହଯୋଗୀ ମାନଙ୍କ ସାହାଯ୍ୟ ସହଯୋଗ ପାଇ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇ ପାରନ୍ତି । ସେୟାର ବଜାରରେ ମୁନାଫା ମିଳିବ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଶାନ୍ତି ଦେଖା ଦେବ । ବିରୋଧୀ ମାନେ ହଇରାଣ ହେବେ । ଗୃହରେ ମାଙ୍ଗଳିକ କାର୍ଯ୍ୟର ଆୟୋଜନ କରି ପାରନ୍ତି । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।
Jyotirbid Dr. Pramod Satapathy
Jantra Jyotisha, Cuttack
For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674